ରିଲେଶନଶିପକୁ ନେଇ ମୁହଁ ଖୋଲିଲେ ନର୍ଗିସ

ମୁମ୍ବାଇ: ବଲିଉଡ୍‌ର ନାଁ କରା ଅଭିନେତ୍ରୀ ନର୍ଗିସ ଫାକରି କରୋନା ମହାମାରୀ ପରଠାରୁ ୟୁଏସ୍‌ରେ ରହି ଆସୁଛନ୍ତି । ଏହି ସମୟରେ ସେ ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ଭାରତୀୟ ପ୍ରଶଂସକଙ୍କ ସହ ଯୋଡି ହୋଇ ରହୁଛନ୍ତି । ଏମିତି ଏକ ସମୟ ଥିଲା ଯେତେବେଳେ ନର୍ଗିସ ଓ ଅଭିନେତା ତଥା ପ୍ରଯୋଜକ ଉଦୟ ଚୋପ୍ରାଙ୍କ ଲଭ ଷ୍ଟୋରୀ ଚର୍ଚ୍ଚାରେ ରହିଥିଲା । ସେମାନେ କିନ୍ତୁ କେବେ ଏହା ଖୋଲି କହି ନ ଥିବା ବେଳେ ନିକଟରେ ଏକ ସାକ୍ଷାତ୍‌କାରରେ ନର୍ଗିସ ତାଙ୍କ ରିଲେଶନଶିପକୁ ନେଇ ଖୋଲା ଖୋଲି କଥା ହୋଇଛନ୍ତି । ନେ କହିଛନ୍ତି ଉଦୟ ଓ ମୁଁ ପରସ୍ପରକୁ ୫ ବର୍ଷ ପର୍ଯ୍ୟନ୍ତ ଡେଟ୍ କରୁଥିଲୁ । ଭାରତରେ ମୋତେ ମିଳିଥିବା ଲୋକଙ୍କ ମଧ୍ୟରେ ଉଦୟ ମୋ ପାଇଁ ସବୁଠାରୁ ଭଲ ଥିଲେ ବୋଲି ନର୍ଗିସ କହିଛନ୍ତି । ମୁଁ ଏହାକୁ କେବେ ସାର୍ବଜନିକ କରି ନ ଥିଲି କାରଣ ମୋତେ କେତେଜଣ ଏହାକୁ ସାର୍ବଜନିକ ନ କରିବା ପରାମର୍ଶ ଦେଇଥିଲେ । ହେଲେ ଏହା ବୋଧହୁଏ ଠିକ୍ ନଥିଲା । ମୋତେ ପାହାଡ଼ ଉପରକୁ ଚଢିଯାଇ ଚିତ୍କାର କରି କହିବାର ଥିଲା କି ମୁ ଜଣେ ଭଲ ଲୋକ ସହ ରହିଛି । ସେ ଆହୁରି ମଧ୍ୟ କହିଛନ୍ତି କି ଇଣ୍ଟରନେଟ୍ ଓ ସୋସିଆଲ ମିଡିଆ ବହୁ ଭୁଲ୍ କଥା କହୁଛି । ଫଳରେ ବାହାରେ ଥିବା ଲୋକେ ସତ କ’ଣ ଜାଣି ପାରୁ ନାହାଁନ୍ତି । ନର୍ଗିସ ତଥା ଉଦୟଙ୍କ ଡେଟିଂ ଖବର ୨୦୧୪ରେ ସାମ୍ନାକୁ ଆସିଥିଲା । ହେଲେ ଏହାକୁ ଉଭୟ ମନା କରିଦେଇଥିଲେ । ନର୍ଗିସ କହୁଥିଲେ ଉଦୟ ତାଙ୍କ ଜୀବନରେ ସର୍ବଦା ରହିବେ ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

IPL ୨୦୨୭ ପୂର୍ବରୁ CSKରେ ଲାଗିଲା ଜୋରଦାର ଝଟ୍‌କା: ୧୫ ବର୍ଷ ପରେ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ,୧୦।୧୦: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଟିମ୍‌ରେ ବଡ଼ ପରିବର୍ତ୍ତନ ଜାରି ରହିଛି। ଏହି ଫ୍ରାଞ୍ଚାଇଜ ନିଜର କିମ୍ବଦନ୍ତୀ ବ୍ୟାଟିଂ କୋଚ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?