ଯାତ୍ରାରୁ ସନ୍ୟାସ ନେବା ପୂର୍ବରୁ ମାଲିକ ସଂଘର ଶକ୍ତ ଚାପୁଡ଼ା: ନରିଙ୍କୁ ଯାତ୍ରା ପାର୍ଟିରୁ ବ୍ୟାନ୍‌

ଭୁବନେଶ୍ୱର,୪।୪: କଳାକାର ମହାସଂଘକୁ ମାଲିକ ସଂଘର ଶକ୍ତ ଚାପୁଡ଼ା। ଆଗକୁ ଯାତ୍ରା ପାର୍ଟିରେ କାମ କରିପାରିବେନି ଅଭିନେତା ନରି ପଣ୍ଡା । ଯାତ୍ରା ତୁଳସୀ ମାଲିକ ଓ ନରି ପଣ୍ଡାଙ୍କ ଭିତରେ ହୋଇଥିଲା ବିବାଦ ଏବେ ନୂଆ ମୋଡ଼ ନେଇଛି। ହାସ୍ୟ ଅଭିନେତା ନରିଙ୍କୁ ଯାତ୍ରା ପାର୍ଟିରୁ ବ୍ୟାନ୍‌ କରାଯାଇଛି।

ସୂଚନାଯୋଗ୍ୟ, ନରି ପଣ୍ଡାଙ୍କୁ ମାଡ ଘଟଣାରେ ସେ ଥାନାରେ ଏତଲା ଦେଇଥିଲେ। ସେ କହିଥିଲେ କୌଣସି ପରିସ୍ଥିତିରେ ମାଡ ପରେ ତୁଳସୀରେ କାମ କରିବେ ନାହିଁ । ତେବେ ଜୀବନର ସୁରକ୍ଷା ପାଇଁ ବାଲିଚନ୍ଦ୍ରପୁର ଥାନାକୁ ନ ଯାଇ ଅନଲାଇନରେ ଏତଲା ଦେଇଥିଲେ । ସେ କଳାକାର ମହସଂଘ ଓ ବରିଷ୍ଠ କଳାକାରଙ୍କ ସହ କଥା ହେବା ପରେ ଆଇନର ଆଶ୍ରୟ ନେଇଥିଲେ । ସେ ଏହା ମଧ୍ୟ କହିଥିଲେ ନ୍ୟାୟ ନ ମିଳିଲେ ଯାତ୍ରାରୁ ସନ୍ୟାସ ନେବି।

ତୁଳସୀ ପାର୍ଟିର ମାଲିକ ଓ ତାଙ୍କ ସହଯୋଗୀ ମାନେ ମୋତେ ଧମକ ଦେଉଛନ୍ତି। ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀ ଓ ମାନବାଧିକାର କମିଶନଙ୍କୁ ମଧ୍ୟ ଅବଗତ କରିଛନ୍ତି। ତେବେ ଅନ୍ୟ ଯାତ୍ରା ପାର୍ଟିରୁ ଅଧିକ ଟଙ୍କା ନେବା ଘଟଣାକୁ ନେଇ ନରି ପଣ୍ଡା କହିଛନ୍ତି ଯେ ତୁଳସୀ ମାଲିକ ପ୍ରମାଣ ଦିଅନ୍ତୁ । ଯଦି ମୁଁ ଅନ୍ୟ କେଉଁ ଯାତ୍ରା ପାର୍ଟି ସହ ଚୁକ୍ତି କରିଥିବି ତାହା ହେଲେ ୩ ବର୍ଷ ପାଇଁ ତୁଳସୀ ପାର୍ଟିରେ ବିନା ପାରିଶ୍ରମିକରେ ଅଭିନୟ କରିବି । କିନ୍ତୁ ଯଦି ନ୍ୟାୟ ନ ମିଳେ ତାହା ହେଲେ ସେ ଯାତ୍ରା ଜଗତରୁ ସନ୍ନ୍ୟାସ ନେବା ସହ ମଞ୍ଚରୁ ବିଦାୟ ନେବି। ଯେଉଁ ସମୟରେ ସେ ତୁଳସୀ ମାଲିକଙ୍କୁ ଭେଟିଥିଲେ ସେହି ସମୟର ସିସିଟିଭି ଫୁଟେଜ ସାର୍ବଜନୀନ କରନ୍ତୁ, ନ ହେଲେ ସାଧାରଣ ଲୋକେ ସତ ଜାଣି ପାରିବେ ନାହିଁ । ତେବେ ନରିଙ୍କ ଅନଲାଇନ ଅଭିଯୋଗ ଉପରେ ତୁଳସୀ ଗଣନାଟ୍ୟ ମାଲିକଙ୍କ ପ୍ରତିକ୍ରିୟା ମିଳି ପାରି ନାହିଁ।

ଯାତ୍ରା କଳାକାର ତଥା ହାସ୍ୟ ଅଭିନେତା ନରି ପଣ୍ଡା ଆଗାମୀ ଯାତ୍ରା ଋତୁ ୨୦୨୫- ୨୬ ପାଇଁ ତୁଳସୀ ଗଣନାଟ୍ୟକୁ ଯିବା ପାଇଁ ୧୬ ଲକ୍ଷ ଟଙ୍କାରେ ଏଗ୍ରିମେଣ୍ଟ କରିଥିଲେ। ସେ ଦୁଇଟି ପର୍ଯ୍ୟାୟରେ ୧୦ ଲକ୍ଷ ଟଙ୍କା ନେଇଥିବା ବେଳେ ଆଉ ଅବଶିଷ୍ଟ ଟଙ୍କା ପାଇଁ ତୁଳସୀ ଗଣନାଟ୍ୟ ମାଲିକ ଅନନ୍ତ ନାରାୟଣ ଧଳଙ୍କୁ ଫୋନ କରିବାରୁ ସେ ଫୋନରେ ତାଙ୍କୁ ଆଉ ତାଙ୍କ ପତ୍ନୀଙ୍କୁ ଖରାପ ବ୍ୟବହାର କରିଥିବା ନରି ପଣ୍ଡା ଅଭିଯୋଗ କରିଥିଲେ।

ସେ ତୁଳସୀ ଗଣନାଟ୍ୟରେ ରହିବେ ନାହିଁ। ସେଥିପାଇଁ ସେ ନେଇଥିବା ୧୦ ଲକ୍ଷ ଟଙ୍କା ଫେରସ୍ତ କରିବା ପାଇଁ ମାଲିକଙ୍କ ପାଖକୁ ଆସିଥିବା ସମୟରେ ତାଙ୍କୁ ମାଲିକ ମାଡ ମାରିଥିବା ଅଭିଯୋଗ ଆଣିଛନ୍ତି ନରି ପଣ୍ଡା। ନରି ପଣ୍ଡାଙ୍କ ଅଭିଯୋଗ ସମ୍ପୂର୍ଣ ଭିତ୍ତିହିନ ବୋଲି ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ କହିଥିଲେ। ସେ ୧୬ ଲକ୍ଷ ଟଙ୍କା ପାଇଁ ଏଗ୍ରିମେଣ୍ଟ ହୋଇଥିଲେ।୧୦ ଲକ୍ଷ ଟଙ୍କା ନେଇଥିଲେ। ଅନ୍ୟ ଯାତ୍ରା ପାର୍ଟିରୁ ଅଧିକ ଟଙ୍କା ପାଇବା ଆଶାରେ ସେ ଏହିଭଳି ନାଟକ କରୁଛନ୍ତି। ସେ ତାଙ୍କ ପତ୍ନୀଙ୍କୁ କୌଣସି ଖରାପ ବ୍ୟବହାର କରି ନାହାନ୍ତି। ସେଦିନ ସେ ଟଙ୍କା ଫେରାଇବା ପାଇଁ ଆସିଥିବା ବେଳେ ମାଡ ମାରିଥିବା କଥାକୁ ଖଣ୍ଡନ କରିଥିଲେ ତୁଳସୀ ଗଣନାଟ୍ୟର ମାଲିକ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri