‘ନ୍ୟାୟ ନ ମିଳିଲେ ଯାତ୍ରା ଜଗତରୁ ସନ୍ୟାସ ନେବି, ପ୍ରମାଣ ଦେଲେ ୩ ବର୍ଷ ବିନା ପାରିଶ୍ରମିକରେ ଅଭିନୟ କରିବି’

ଭୁବନେଶ୍ୱର,୧।୪: ଯାତ୍ରା ହାସ୍ୟ ଅଭିନେତା ନରି ପଣ୍ଡାଙ୍କୁ ମାଡ ଘଟଣାରେ ନୂଆ ମୋଡ଼ ନେଇଛି। ସେ ଥାନାରେ ଏତଲା ଦେଇ କହିଛନ୍ତି, କୌଣସି ପରିସ୍ଥିତିରେ ମାଡ ପରେ ତୁଳସୀରେ କାମ କରିବେ ନାହିଁ । ତେବେ ଜୀବନର ସୁରକ୍ଷା ପାଇଁ ବାଲିଚନ୍ଦ୍ରପୁର ଥାନାକୁ ନ ଯାଇ ଅନଲାଇନରେ ଏତଲା ଦେଲେ । ସେ କଳାକାର ମହସଂଘ ଓ ବରିଷ୍ଠ କଳାକାରଙ୍କ ସହ କଥା ହେବା ପରେ ଆଇନର ଆଶ୍ରୟ ନେଇଛନ୍ତି । ସେ କହିଛନ୍ତି ନ୍ୟାୟ ନ ମିଳିଲେ ଯାତ୍ରାରୁ ସନ୍ୟାସ ନେବି।

ନରି ପଣ୍ଡା କହିଛନ୍ତି, ତୁଳସୀ ପାର୍ଟିର ମାଲିକ ଓ ତାଙ୍କ ସହଯୋଗୀ ମାନେ ମୋତେ ଧମକ ଦେଉଛନ୍ତି। ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀ ଓ ମାନବାଧିକାର କମିଶନଙ୍କୁ ମଧ୍ୟ ଅବଗତ କରିଛନ୍ତି । ତେବେ ଅନ୍ୟ ଯାତ୍ରା ପାର୍ଟିରୁ ଅଧିକ ଟଙ୍କା ନେବା ଘଟଣାକୁ ନେଇ ନରି ପଣ୍ଡା କହିଛନ୍ତି ଯେ ତୁଳସୀ ମାଲିକ ପ୍ରମାଣ ଦିଅନ୍ତୁ । ଯଦି ମୁଁ ଅନ୍ୟ କେଉଁ ଯାତ୍ରା ପାର୍ଟି ସହ ଚୁକ୍ତି କରିଥିବି ତାହା ହେଲେ ୩ ବର୍ଷ ପାଇଁ ତୁଳସୀ ପାର୍ଟିରେ ବିନା ପାରିଶ୍ରମିକରେ ଅଭିନୟ କରିବି । କିନ୍ତୁ ଯଦି ନ୍ୟାୟ ନ ମିଳେ ତାହା ହେଲେ ସେ ଯାତ୍ରା ଜଗତରୁ ସନ୍ନ୍ୟାସ ନେବା ସହ ମଞ୍ଚରୁ ବିଦାୟ ନେବି। ଯେଉଁ ସମୟରେ ସେ ତୁଳସୀ ମାଲିକଙ୍କୁ ଭେଟିଥିଲେ ସେହି ସମୟର ସିସିଟିଭି ଫୁଟେଜ ସାର୍ବଜନୀନ କରନ୍ତୁ, ନ ହେଲେ ସାଧାରଣ ଲୋକେ ସତ ଜାଣି ପାରିବେ ନାହିଁ । ତେବେ ନରିଙ୍କ ଅନଲାଇନ ଅଭିଯୋଗ ଉପରେ ତୁଳସୀ ଗଣନାଟ୍ୟ ମାଲିକଙ୍କ ପ୍ରତିକ୍ରିୟା ମିଳି ପାରି ନାହିଁ।

ସୂଚନାଯୋଗ୍ୟ, ଯାତ୍ରା କଳାକାର ତଥା ହାସ୍ୟ ଅଭିନେତା ନରି ପଣ୍ଡା ଆଗାମୀ ଯାତ୍ରା ଋତୁ ୨୦୨୫- ୨୬ ପାଇଁ ତୁଳସୀ ଗଣନାଟ୍ୟକୁ ଯିବା ପାଇଁ ୧୬ ଲକ୍ଷ ଟଙ୍କାରେ ଏଗ୍ରିମେଣ୍ଟ କରିଥିଲେ। ସେ ଦୁଇଟି ପର୍ଯ୍ୟାୟରେ ୧୦ ଲକ୍ଷ ଟଙ୍କା ନେଇଥିବା ବେଳେ ଆଉ ଅବଶିଷ୍ଟ ଟଙ୍କା ପାଇଁ ତୁଳସୀ ଗଣନାଟ୍ୟ ମାଲିକ ଅନନ୍ତ ନାରାୟଣ ଧଳଙ୍କୁ ଫୋନ କରିବାରୁ ସେ ଫୋନରେ ତାଙ୍କୁ ଆଉ ତାଙ୍କ ପତ୍ନୀଙ୍କୁ ଖରାପ ବ୍ୟବହାର କରିଥିବା ନରି ପଣ୍ଡା ଅଭିଯୋଗ କରିଥିଲେ।

ସେ ତୁଳସୀ ଗଣନାଟ୍ୟରେ ରହିବେ ନାହିଁ। ସେଥିପାଇଁ ସେ ନେଇଥିବା ୧୦ ଲକ୍ଷ ଟଙ୍କା ଫେରସ୍ତ କରିବା ପାଇଁ ମାଲିକଙ୍କ ପାଖକୁ ଆସିଥିବା ସମୟରେ ତାଙ୍କୁ ମାଲିକ ମାଡ ମାରିଥିବା ଅଭିଯୋଗ ଆଣିଛନ୍ତି ନରି ପଣ୍ଡା। ନରି ପଣ୍ଡାଙ୍କ ଅଭିଯୋଗ ସମ୍ପୂର୍ଣ ଭିତ୍ତିହିନ ବୋଲି ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ କହିଥିଲେ। ସେ ୧୬ ଲକ୍ଷ ଟଙ୍କା ପାଇଁ ଏଗ୍ରିମେଣ୍ଟ ହୋଇଥିଲେ।୧୦ ଲକ୍ଷ ଟଙ୍କା ନେଇଥିଲେ। ଅନ୍ୟ ଯାତ୍ରା ପାର୍ଟିରୁ ଅଧିକ ଟଙ୍କା ପାଇବା ଆଶାରେ ସେ ଏହିଭଳି ନାଟକ କରୁଛନ୍ତି। ସେ ତାଙ୍କ ପତ୍ନୀଙ୍କୁ କୌଣସି ଖରାପ ବ୍ୟବହାର କରି ନାହାନ୍ତି। ସେଦିନ ସେ ଟଙ୍କା ଫେରାଇବା ପାଇଁ ଆସିଥିବା ବେଳେ ମାଡ ମାରିଥିବା କଥାକୁ ଖଣ୍ଡନ କରିଥିଲେ ତୁଳସୀ ଗଣନାଟ୍ୟର ମାଲିକ।

 


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?