Posted inଖେଳ

ନରିନ୍ଦର ବାତ୍ରା ସମ୍ମାନିତ

ନୂଆଦିଲ୍ଲୀ, ୧୬ା୧୧ (ପି.ଟି.)-କ୍ରୀଡ଼ା ପାଇଁ ଉଲ୍ଲେଖନୀୟ ଅବଦାନ ଲାଗି ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ସଭାପତି ନରିନ୍ଦର ବାତ୍ରାଙ୍କୁ ସମ୍ମାନିତ କରାଯାଇଛି। ରବିବାର ବିଶିଷ୍ଟ ବିଚାରପତି ଜଷ୍ଟିସ କ୍ରିଷ୍ଣା ଆୟାରଙ୍କ ୧୦୬ତମ ଜନ୍ମବର୍ଷିକୀ ସ୍ମାରକୀ ଅବସରରେ ତାଙ୍କୁ କ୍ୟାପିଟାଲ ଫାଉଣ୍ଡେଶନ ନ୍ୟାଶନାଲ ପୁରସ୍କାର ପ୍ରଦାନ କରାଯାଇଛି। ବାତ୍ରା ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌)ର ସଭାପତି ଓ ଅନ୍ତର୍ଜାତୀୟ ଅଲିମ୍ପିକ କମିଟିର ଜଣେ ସଦସ୍ୟ ମଧ୍ୟ ଅଛନ୍ତି। ପୂର୍ବତନ ହକି ଖେଳାଳି ବାତ୍ରା ୧୯୯୭ରେ ଜମ୍ମୁ-କଶ୍ମୀର ହକି ଆସୋସିଏଶନ ସଭାପତି ହୋଇ ତାଙ୍କ ପ୍ରଶାସନିକ କ୍ୟାରିୟର ଆରମ୍ଭ କରିଥିଲେ। ଏହି ପଦବୀରେ ସେ ୨୦୧୧ ପର୍ଯ୍ୟନ୍ତ ରହିଥିଲେ। ସେ ୨୦୦୫ରୁ ୨୦୧୩ ପର୍ଯ୍ୟନ୍ତ ଦିଲ୍ଲୀ ଓ ଜିଲା କ୍ରିକେଟ ଆସୋସିଏଶନ (ଡିଡିସିଏ)ର କୋଷାଧ୍ୟକ୍ଷ ଥିଲେ। ପରେ ସେ ହକି ଇଣ୍ଡିଆର ମହାସଚିବ ଏବଂ ୨୦୧୪ରୁ ୨୦୧୬ ପର୍ଯ୍ୟନ୍ତ ଏହାର ସଭାପତି ଦାୟିତ୍ୱ ସମ୍ଭାଳିଥିଲେ। ହକି ଇଣ୍ଡିଆର ବର୍ତ୍ତମାନ ସଭାପତି ବାତ୍ରାଙ୍କୁ ପୁରସ୍କାର ବଧେଇ ଜଣାଇଛନ୍ତି। ଖେଳ ବିକାଶ କ୍ଷେତ୍ରରେ ବାତ୍ରାଙ୍କ ଅବଦାନର ସେ ଉଚ୍ଚ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

କମ୍‌ ବୟସରେ ଟଳିପଡ଼ିଲେ ଭାରତର ପ୍ରସିଦ୍ଧ ଶୁଟର: ଜିତିଥିଲେ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ,୧୨।୬:ପ୍ରସିଦ୍ଧ ଶୁଟର ତଥା ଭାରତୀୟ ଅଲିମ୍ପିକ ଷ୍ଟାର ମନୁ ଭାକରଙ୍କ କୋଚ ଜସପାଲ ରାଣାଙ୍କ ଦେହାନ୍ତ ହୋଇଛି। ମ୍ୟୁନିଚ୍‌ରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ ପରେ ଭାରତ ଫେରିବା…

ବିଳମ୍ବ ହୋଇପାରେ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ? ଭାରତର ଆୟରଲ୍ୟାଣ୍ଡ ଗସ୍ତକୁ ନେଇ ଲାଗି ରହିଛି ଅନିଶ୍ଚିତତା…

ନୂଆଦିଲ୍ଲୀ,୧୨।୬: ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର ଅଛି। ଏହି ୧୫ ବର୍ଷୀୟ ବିସ୍ଫୋରକ ବ୍ୟାଟସମ୍ୟାନଙ୍କ ଅନ୍ତର୍ଜାତୀୟ ଡେବ୍ୟୁ ପାଇଁ ଯେଉଁମାନେ ଉତ୍ସାହର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri