ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ ଓ ଅନ୍ୟ ଦୁଇ ପୋଲିସ ଅଫିସରଙ୍କ ନାଁରେ ଅଭିଯୋଗ ଆଣି ସେ କହିଛନ୍ତି, ବିନା ଅନୁମତିରେ ପୋଲିସ ଘରେ ପ୍ରବେଶକରିଥିଲେ। ଘରେ ନ ଥିବା ବେଳେ କବାଟ ଝରକା ଭାଙ୍ଗି ପଶିଥିବା ଅଭିଯୋଗ ହୋଇଛି। ବିଧାନସଭା ଚାଲିଥିବା ବେଳେ ବାଚସ୍ପତିଙ୍କ ଅନୁମତି ନ ନେଇ କିମିତି ପୋଲିସ ପଶିଲା ବୋଲି ସେ ଅଭିଯୋଗ କରିଛନ୍ତି।ଝିଅ ଓ ମହିଳା ସହକର୍ମୀଙ୍କ ପ୍ରତି ଦୁର୍ବ୍ୟବହାର ଅଭିଯୋଗ ମଧ୍ୟ ସେ କରିଛନ୍ତି।

ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ସ୍ଵାମୀ ତଥା ସ୍ଥାନୀୟ ବ୍ଲକ୍ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ନାମରେ ମାମଲା ରୁଜୁ ହୋଇଛି। ଏହି ମାମଲା ପରେ ବ୍ଲକ ଅଧ୍ୟକ୍ଷ ମହାନ୍ତିଙ୍କୁ ନୋଟିସ ଦେବା ପାଇଁ ରବିବାର ବିଧାୟିକାଙ୍କ ଭୁବନେଶ୍ବର ସ୍ଥିତ ସରକାରୀ ବାସଭବନରେ କଳାହାଣ୍ଡି ପୋଲିସ୍ ପହଞ୍ଚି ଥିଲା। ହେଲେ ସେଠାରେ ମଧ୍ୟ ବ୍ଲକ ଅଧ୍ୟକ୍ଷ ମହାନ୍ତିଙ୍କୁ ପାଇନଥିଲା ପୋଲିସ। ଫଳରେ ସୋମବାର ନର୍ଲା ଜେଏମଏଫସି କୋର୍ଟରେ ୱାରେଣ୍ଟ ପାଇଁ ଆବେଦନ କରିଛି କଳାହାଣ୍ଡି ପୋଲିସ। ଯାହାକୁ ନେଇଁ ସାରା ଅଞ୍ଚଳରେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ତହସିଲଦାରଙ୍କୁ ଧମକ ସମେତ ୪ଟି ମାମଲା ତାଙ୍କ ନାମରେ ରହିଛି । ତିନିଟି ମାମଲାରେ ଚାର୍ଜସିଟ୍ କରିଛି ପୋଲିସ୍ । ଗଲା ସପ୍ତାହେ ଧରି ପୋଲିସ ବ୍ଲକ ଅଧ୍ୟକ୍ଷ ମହାନ୍ତିଙ୍କୁ ଖୋଜୁଥିବାବେଳେ ଏ ପର୍ଯ୍ୟନ୍ତ କୌଣସି ଟେର ପାଇନାହିଁ। ଅନ୍ୟପକ୍ଷରେ, ପୋଲିସ କୋର୍ଟରେ ୱାରେଣ୍ଟ ପାଇଁ
ଆବେଦନ କରିବା ପରେ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri