Posted inଜାତୀୟ

ନରୋଦା ଗାମ୍‌ ଦଙ୍ଗା ମାମଲା ୬୭ ଅଭିଯୁକ୍ତ ଦୋଷମୁକ୍ତ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବ ଏସ୍‌ଆଇଟି

କୋଲକାତା,୨୪ା୪: ୨୦୦୨ ନରୋଦା ଗାମ୍‌ ଦଙ୍ଗା ମାମଲାର ସମସ୍ତ ୬୭ ଅଭିଯୁକ୍ତଙ୍କୁ ଏକ ସ୍ବତନ୍ତ୍ର ଅଦାଲତ ଦୋଷମୁକ୍ତ କରିଥିବାବେଳେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସଆଇଟି) ଏହାକୁ ଗୁଜରାଟ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବ। ଗୁଜରାଟର ଗୋଧ୍ରା ଦଙ୍ଗା ପରେ ଅହମଦାବାଦର ନରୋଦା ଗାମ୍‌ ଅଞ୍ଚଳରେ ୧୧ ଜଣ ମୁସଲମାନଙ୍କୁ ହତ୍ୟା କରାଯାଇଥିଲା। ଏହାର ଦୁଇ ଦଶନ୍ଧି ପରେ ଗତ ୨୦ ତାରିଖରେ ଅହମଦାବାଦର ସ୍ବତନ୍ତ୍ର ବିଚାରପତି ଏସ୍‌.କେ. ବକ୍ସି ମାମଲାର ବିଚାର କରି ପୂର୍ବତନ ଗୁଜରାଟ ମନ୍ତ୍ରୀ ମାୟା କୋଦନାନି ଏବଂ ବଜରଙ୍ଗ ଦଳର ପୂର୍ବତନ ନେତା ବାବୁ ବଜରଙ୍ଗୀଙ୍କ ସମେତ ସମସ୍ତ ୬୭ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଦେଇଥିଲେ। ତଳ କୋର୍ଟଙ୍କ ଏହି ରାୟ ବିରୋଧରେ ଏସ୍‌ଆଇଟି ଗୁଜରାଟ ହାଇକୋର୍ଟରେ ଅପିଲ୍‌ କରିବ। ଏସ୍‌ଆଇଟି କୋର୍ଟ ରାୟର ନକଲକୁ ଅପେକ୍ଷା କରାଯାଇଛି। ଉକ୍ତ ରାୟକୁ ଅନୁଧ୍ୟାନ କରିବା ପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଏସ୍‌ଆଇଟି ସୂତ୍ରରୁ କୁହାଯାଇଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତି ଏସ୍‌ଆଇଟି ଗୁଜରାଟ ପୋଲିସଠାରୁ ୨୦୦୮ରେ ତଦନ୍ତ ଦାୟିତ୍ୱ ଗ୍ରହଣ କରିବା ସହ ୩୦ରୁ ଊର୍ଦ୍ଧ୍ୱଙ୍କୁ ଗିରଫ କରିଥିଲା। ଏହି ମାମଲାରେ ମୋଟ ୮୬ ଜଣ ଅଭିଯୁକ୍ତ ଥିବାବେଳେ ସେମାନଙ୍କ ମଧ୍ୟରୁ ଇତିମଧ୍ୟରେ ୧୮ ଜଣଙ୍କ ମୃତ୍ୟୁ ଘଟିଲାଣି। ଉପଯୁକ୍ତ ତଥ୍ୟ ପ୍ରମାଣ ଅଭାବରୁ ପୂର୍ବରୁ ଜଣେ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri