Posted inଜାତୀୟ

ନରୋଦା ଗାମ୍‌ ଦଙ୍ଗା ମାମଲା ୬୭ ଅଭିଯୁକ୍ତ ଦୋଷମୁକ୍ତ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବ ଏସ୍‌ଆଇଟି

କୋଲକାତା,୨୪ା୪: ୨୦୦୨ ନରୋଦା ଗାମ୍‌ ଦଙ୍ଗା ମାମଲାର ସମସ୍ତ ୬୭ ଅଭିଯୁକ୍ତଙ୍କୁ ଏକ ସ୍ବତନ୍ତ୍ର ଅଦାଲତ ଦୋଷମୁକ୍ତ କରିଥିବାବେଳେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସଆଇଟି) ଏହାକୁ ଗୁଜରାଟ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବ। ଗୁଜରାଟର ଗୋଧ୍ରା ଦଙ୍ଗା ପରେ ଅହମଦାବାଦର ନରୋଦା ଗାମ୍‌ ଅଞ୍ଚଳରେ ୧୧ ଜଣ ମୁସଲମାନଙ୍କୁ ହତ୍ୟା କରାଯାଇଥିଲା। ଏହାର ଦୁଇ ଦଶନ୍ଧି ପରେ ଗତ ୨୦ ତାରିଖରେ ଅହମଦାବାଦର ସ୍ବତନ୍ତ୍ର ବିଚାରପତି ଏସ୍‌.କେ. ବକ୍ସି ମାମଲାର ବିଚାର କରି ପୂର୍ବତନ ଗୁଜରାଟ ମନ୍ତ୍ରୀ ମାୟା କୋଦନାନି ଏବଂ ବଜରଙ୍ଗ ଦଳର ପୂର୍ବତନ ନେତା ବାବୁ ବଜରଙ୍ଗୀଙ୍କ ସମେତ ସମସ୍ତ ୬୭ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଦେଇଥିଲେ। ତଳ କୋର୍ଟଙ୍କ ଏହି ରାୟ ବିରୋଧରେ ଏସ୍‌ଆଇଟି ଗୁଜରାଟ ହାଇକୋର୍ଟରେ ଅପିଲ୍‌ କରିବ। ଏସ୍‌ଆଇଟି କୋର୍ଟ ରାୟର ନକଲକୁ ଅପେକ୍ଷା କରାଯାଇଛି। ଉକ୍ତ ରାୟକୁ ଅନୁଧ୍ୟାନ କରିବା ପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଏସ୍‌ଆଇଟି ସୂତ୍ରରୁ କୁହାଯାଇଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତି ଏସ୍‌ଆଇଟି ଗୁଜରାଟ ପୋଲିସଠାରୁ ୨୦୦୮ରେ ତଦନ୍ତ ଦାୟିତ୍ୱ ଗ୍ରହଣ କରିବା ସହ ୩୦ରୁ ଊର୍ଦ୍ଧ୍ୱଙ୍କୁ ଗିରଫ କରିଥିଲା। ଏହି ମାମଲାରେ ମୋଟ ୮୬ ଜଣ ଅଭିଯୁକ୍ତ ଥିବାବେଳେ ସେମାନଙ୍କ ମଧ୍ୟରୁ ଇତିମଧ୍ୟରେ ୧୮ ଜଣଙ୍କ ମୃତ୍ୟୁ ଘଟିଲାଣି। ଉପଯୁକ୍ତ ତଥ୍ୟ ପ୍ରମାଣ ଅଭାବରୁ ପୂର୍ବରୁ ଜଣେ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ...

‘କଂଗ୍ରେସ ଚାହେଁ ଭାଜପା ଜିତୁ’

ନୂଆଦିଲ୍ଲୀ,୧୬।୪: ‘ମୋତେ ଲାଗେ କଂଗ୍ରେସ ଚାହେଁ ଭାଜପା ବିଜୟୀ ହେଉ’ ଜମ୍ମୁ ଓ କଶ୍ମିରର ଡୋଡାରେ ଏକ ସାଧାରଣ ସଭାରେ ଏ କଥା କହିଛନ୍ତି ପୂର୍ବତନ...

ମଣିଷର ଶୋଇବା ଅଧିକାରକୁ କେହି ଛଡାଇ ନେଇ ପାରିବେ ନାହିଁ: ବମ୍ବେ ହାଇକୋର୍ଟ

ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ। ଏପରି କରିବା ମାନବିକ ଅଧିକାରର ଉଲ୍ଲଂଘନ ବୋଲି...

ଷ୍ଟାର ପ୍ରଚାରକଙ୍କ ନାଁ ଜାରି କଲା ଆପ୍‌, ତାଲିକାରେ କେଜରିଓ୍ବାଲଙ୍କ ନାଁ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି।...

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ ।...

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି...

ଗୟାରେ ଗର୍ଜିଲେ ମୋଦି, ବିରୋଧୀଙ୍କୁ କଲେ ଟାର୍ଗେଟ

ଗୟା,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିହାରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଗୟାଠାରେ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି ଏବଂ କିଛି ସମୟ ପରେ ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri