Posted inଜାତୀୟ

ପ୍ରଥମ ଭାଜପା ପ୍ରଧାନମନ୍ତ୍ରୀ ଥିଲେ ନରସିଂହ ରାଓ: ମଣି ଶଙ୍କର…

ନୂଆଦିଲ୍ଲୀ,୨୪।୮ : ୟୁପିଏ ସରକାରରେ କେନ୍ଦ୍ର ମନ୍ତ୍ରୀ ଥିବା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିଂହ ରାଓଙ୍କ ଉପରେ କଟାକ୍ଷ କରିଛନ୍ତି। ତାଙ୍କ ଆତ୍ମଜୀବନୀ ପୁସ୍ତକ ମେମୋୟର୍ସ ଅଫ ଏ ମାଭେରିକ ରିଲିଜ ହେବାବେଳେ ସେ କହିଥିଲେ ନରସିଂହ ରାଓ ଦେଶର ପ୍ରଥମ ଭାଜପା ପ୍ରଧାନମନ୍ତ୍ରୀ ଥିଲେ।

ତାଙ୍କ ପୁସ୍ତକ ରିଲିଜ ଉପରେ ହୋଇଥିବା ଆଲୋଚନାରେ ଆୟର କହିଛନ୍ତି ନରସିଂହ ରାଓ ଜଣେ ସାମ୍ପ୍ରଦାୟିକ ତଥା ହିନ୍ଦୁତ୍ୱବାଦୀ ନେତା ଥିଲେ। ଏହି ସମୟରେ, ଆୟର୍‌ ନରସିଂହ ରାଓଙ୍କ ସହ ତାଙ୍କ ବାର୍ତ୍ତାଳାପ ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ ।

ମଣିଶଙ୍କର ଆୟର କହିଛନ୍ତି ଥରେ ମୁଁ ପି.ଭି ନରସିଂହ ରାଓଙ୍କ ସହ ରାମ-ରହିମ ଯାତ୍ରା କରିଥିଲି। ସେହି ସମୟରେ ରାଓ ତାଙ୍କୁ କହିଥିଲେ, ଏହି ଯାତ୍ରାରେ ତାଙ୍କର କୌଣସି ଆପତ୍ତି ନାହିଁ, କିନ୍ତୁ ଧର୍ମନିରପେକ୍ଷ ହେବାର ସଂଜ୍ଞା ଉପରେ ତାଙ୍କର ଆପତ୍ତି ରହିଥିଲା। ଆୟର କହିଛନ୍ତି ଯେତେବେଳେ ମୁଁ ତାଙ୍କୁ ପଚାରିଲି ମୋର ସଂଜ୍ଞା ସହିତ ଅସୁବିଧା କ’ଣ? ସେ କହିଥିଲେ ମଣି ତୁମେ ବୁଝୁନାହଁ ଏହା ଏକ ହିନ୍ଦୁ ଦେଶ। ମୁଁ ଚେୟାରରେ ବସି ଯାଇଥିଲା। ତାଙ୍କୁ କହିଥିଲି ଭାଜପା ମଧ୍ୟ ସମାନ କଥା କହୁଛି।

ଆୟରଙ୍କ ଆତ୍ମଜୀବନୀ ମେମୋରିସ ଅଫ ଏ ମାଭେରିକ – ଦ ଫାଷ୍ଟ ଫିଫ୍ଟି ଇୟରର୍ସ (୧୯୪୧-୧୯୯୧) ସୋମବାର ବଜାରକୁ ଆସିଛି। ଜଗରନୋଟ ବୁକ୍ସ ଦ୍ୱାରା ପ୍ରକାଶିତ ଏହି ପୁସ୍ତକରେ ଆୟାରଙ୍କ ଡୁନ ସ୍କୁଲରୁ ସେଣ୍ଟ ଷ୍ଟିଫେନ କଲେଜ ଏବଂ କେମ୍ବ୍ରିଜ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଯାତ୍ରା ଏବଂ ଜଣେ ବରିଷ୍ଠ କୂଟନୀତିଜ୍ଞଙ୍କ ଠାରୁ ତତ୍କାଳୀନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଘନିଷ୍ଠ ସହାୟକ ପର୍ଯ୍ୟନ୍ତ କାହାଣୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri