ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ ମାଡି ଆସୁଛି। ବୈଜ୍ଞାନିକମାନେ ଏହି ଆଷ୍ଟ୍ରୋଏଡର ନାମ 2024 XN1 ରଖିଛନ୍ତି। ନାସା କହିଛି ଯେ ଏହି ଆଷ୍ଟ୍ରୋଏଡ ଘଣ୍ଟା ପ୍ରତି ୧୪,୭୪୩ ମାଇଲ ବେଗରେ ଗତି କରୁଛି, ଯାହା ପୃଥିବୀ ଠାରୁ ୪,୪୮୦,୦୦୦ ମାଇଲ ଦୂରତାରେ ପାଖ ଦେଇଯିବ। ଯାହା ପୃଥିବୀ ଏବଂ ଚନ୍ଦ୍ର ମଧ୍ୟରେ ଦୂରତାର ୧୬ ଗୁଣ ଦୂର ଅଟେ। ନାସାର ବୈଜ୍ଞାନିକ ଚେତାବନୀ ଦେଇଛନ୍ତି, ଯଦିଓ ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀର ଅତି ନିକଟବର୍ତ୍ତୀ ହୋଇପାରେ, ତଥାପି ଏହା କୌଣସି ବିପଦ ସୃଷ୍ଟି କରିବ ନାହିଁ।

ମହାକାଶରେ ପୃଥିବୀ ନିକଟରେ ପାଖ ଦେଇ ଯାଉଥିବା ଏକ ଆଷ୍ଟ୍ରୋଏଡର ଘଟଣା ନୂଆ ନୁହେଁ। ବୈଜ୍ଞାନିକଙ୍କ ଅନୁଯାୟୀ, 2024 XN1 ପରି ଆଷ୍ଟ୍ରୋଏଡଗୁଡିକ ପ୍ରାରମ୍ଭିକ ସୌରମଣ୍ଡଳର ଉତ୍ପତ୍ତି ବୁଝିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବ। ପୃଥିବୀ ନିକଟରେ ଯାଉଥିବା ପରବର୍ତ୍ତୀ ପାଞ୍ଚଟି ଆଷ୍ଟ୍ରୋଏଡ ମଧ୍ୟରେ 2024 XN1 ଆଷ୍ଟ୍ରୋଏଡ ସର୍ବ ବୃହତ ଅଟେ। ଏହା ସତ୍ତ୍ୱେ ବୈଜ୍ଞାନିକମାନେ ଆଶ୍ୱାସନା ଦେଇଛନ୍ତି ଯେ ପୃଥିବୀ ପାଖ ଦେଇ ଯାଉଥିଲେ ମଧ୍ୟ କୌଣସି ବିପଦ ନାହିଁ। ନାସାର ଆଷ୍ଟ୍ରୋଏଡ ୱାଚ ଡ୍ୟାସବୋର୍ଡ ସାହାଯ୍ୟରେ ଏହି ଆଷ୍ଟ୍ରୋଏଡ ଉପରେ ନଜର ରଖାଯାଉଛି। ନାସାର ଡ୍ୟାସବୋର୍ଡ ସେହି ସମସ୍ତ ଆଷ୍ଟ୍ରୋଏଡ ଏବଂ ଧୂମକେତୁ ବିଷୟରେ ସୂଚନା ଦେଇଥାଏ ଯାହା ପୃଥିବୀ ନିକଟରେ ଯାଇଥାଏ କିମ୍ବା ପୃଥିବୀ ସହିତ ଧକ୍କା ହେବାକୁ ଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri