Posted inଜାତୀୟ

ଇସ୍ରୋକୁ ନିସାର ଉପଗ୍ରହ ହସ୍ତାନ୍ତର କଲା ନାସା, ବିଶ୍ୱର ସୁରକ୍ଷା ପାଇଁ ଗ୍ରହଣ କରିବ ପ୍ରମୁଖ ଭୂମିକା…

ବେଙ୍ଗାଲୁରୁ,୯।୩ : ଇସ୍ରୋ-ନାସା ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହ ନିସାର ଉପଗ୍ରହ ବୁଧବାର ସନ୍ଧ୍ୟାରେ ବେଙ୍ଗାଲୁରୁରେ ପହଞ୍ଚିଛି। ଚେନ୍ନାଇରେ ଥିବା ଆମେରିକାର କନସୁଲେଟ କହିଛି ଯେ ନାସା-ଇସ୍ରୋ ସିନ୍ଥେଟିକ ଆପର୍ଚର ରାଡାର’ (ନିସାର) ନେଇ ଆସିଥିବା ଆମେରିକାର ବାୟୁସେନା ସି-୧୭ ବିମାନ ବେଙ୍ଗାଲୁରୁରେ ଅବତରଣ କରିଛି। ଏହି ଉପଗ୍ରହ ହେଉଛି ଆମେରିକୀୟ ସ୍ପେସ ଏଜେନ୍ସି ନାସା ଏବଂ ଇସ୍ରୋ ମଧ୍ୟରେ ସହଯୋଗର ଫଳାଫଳ ।

ସୂଚନା ଅନୁଯାୟୀ, ଆମେରିକୀୟ ସ୍ପେସ ଏଜେନ୍ସି ନାସା ଏବଂ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ର ସହଯୋଗରେ ଏହା ନିର୍ମାଣ କରାଯାଇଛି। ଇସ୍ରୋ କହିଛି ଯେ ନିସାର ଉପଗ୍ରହକୁ ବିଭିନ୍ନ ଉଦ୍ଦେଶ୍ୟରେ କୃଷି ମ୍ୟାପିଂ ଏବଂ ଭୂସ୍ଖଳନ ପ୍ରବଣ ଅଞ୍ଚଳ ବ୍ୟବହାର କରାଯିବ । ୨୦୨୪ ମସିହାରେ ଆନ୍ଧ୍ରପ୍ରଦେଶର ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଏହା ଏକ ପୋଲାର କକ୍ଷପଥରେ ଉତକ୍ଷେପଣ ହେବାର ଆଶା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri