Posted inଜାତୀୟ

VIDEO: ଇସ୍ରୋର ମହଙ୍ଗା ଅନ୍ତରୀକ୍ଷ ମିଶନ ‘NISAR’ ଲଞ୍ଚ, ପୃଥିବୀ ଉପରେ ରଖିବ ତିକ୍ଷ୍ଣ ନଜର

ଶ୍ରୀହରିକୋଟା,୩୦।୭: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ତା’ର ସବୁଠାରୁ ମହଙ୍ଗା ଅନ୍ତରୀକ୍ଷ ମିଶନ ‘ନିସାର’ (NASA-ISRO Synthetic Aperture Radar) ଲଞ୍ଚ କରିଛି। ବୁଧବାର ଅନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ଅନ୍ତରୀକ୍ଷ କେନ୍ଦ୍ରରୁ ସା ୫ଟା ୪୦ ମିନିଟରେ ଏହାକୁ ଲଞ୍ଚ କରାଯାଇଛି। ଏହି ସାଟେଲାଇଟ ଇସ୍ରୋ ଏବଂ ଆମେରିକୀୟ ଅନ୍ତରୀକ୍ଷ ସଂସ୍ଥା ନାସାର ମିଳିତ ଉଦ୍ୟମରେ ପ୍ରସ୍ତୁତ ହୋଇଛି। ଏହାକୁ ସୂର୍ଯ୍ୟ ସମକାଳୀନ ଧ୍ରୁବୀୟ କକ୍ଷରେ ସ୍ଥାପନ କରାଯିବ, ଯେଉଁଠାରୁ ଏହା ସମଗ୍ର ପୃଥିବୀ ଉପରେ ନଜର ରଖିବ। ଏହି ମିଶନର ମୋଟ ଖର୍ଚ୍ଚ ପ୍ରାୟ ୧.୫ ବିଲିୟନ ଆମେରିକୀୟ ଡଲାର, ଅର୍ଥାତ ପ୍ରାୟ ୧୩,୧୨୦ କୋଟି ଟଙ୍କା।
ନିସାର ମିଶନ ହେଉଛି ଇସ୍ରୋ ଓ ନାସାର ଏକ ମିଳିତ ପ୍ରୟାସ, ଯାହାକୁ ଉଭୟ ସଂସ୍ଥା ବର୍ଷ ବର୍ଷ ଧରି କଠିନ ପରିଶ୍ରମ ପରେ ସଫଳ କରିଛନ୍ତି। ଇସ୍ରୋ ଏହାକୁ ଭାରତର ବାହୁବଳୀ ରକେଟ GSLV-F୧୬ ମାଧ୍ୟମରେ ଲଞ୍ଚ କରିଛି। ଏହା ଏକ ଏକ୍ସପେଣ୍ଡେବଲ ନନ-ରିୟୁଜେବଲ ତିନି-ପର୍ଯ୍ୟାୟ ଲଞ୍ଚ ଭେଇକିଲ। ପୂର୍ବରୁ ଇସ୍ରୋ ରିସୋର୍ସ ସାଟ୍‌ ଓ ରିସାଟ୍‌ ଭଳି ପୃଥିବୀ ନିରୀକ୍ଷଣ ସାଟେଲାଇଟ ଲଞ୍ଚ କରିଥିଲା, କିନ୍ତୁ ସେଗୁଡ଼ିକ କେବଳ ଭାରତୀୟ ଅଞ୍ଚଳ ପର୍ଯ୍ୟନ୍ତ ସୀମିତ ଥିଲା।
ନିସାର କ’ଣ ଓ ଏହା କାହିଁକି ସ୍ବତନ୍ତ୍ର?
ନିସାର ହେଉଛି ନାସା ଓ ଇସ୍ରୋର ସିନ୍ଥେଟିକ ଆପାର୍ଚର ରାଡାର ସାଟେଲାଇଟ, ଯାହା ଅନ୍ତରୀକ୍ଷରୁ ପୃଥିବୀକୁ ମ୍ୟାପିଂ କରିବାରେ ପ୍ରଥମ ରାଡାର ସାଟେଲାଇଟ। ଏହା ବିଭିନ୍ନ ପରିବେଶଗତ ଏବଂ ଭୂ-ବୈଜ୍ଞାନିକ ପରିବର୍ତ୍ତନର ନିରୀକ୍ଷଣ କରିବ। ପ୍ରାରମ୍ଭରେ ଏହାକୁ ଲୋ ଆର୍ଥ ଅର୍ବିଟରେ ରଖାଯାଇଛି, ଯେଉଁଠାରେ ଏହା ଲଗାତାର ତିନି ବର୍ଷ ଧରି ନିରୀକ୍ଷଣ କରିବ। ଏହି ସାଟେଲାଇଟ ପୃଥିବୀ ଭିତର ପର୍ଯ୍ୟନ୍ତ ମ୍ୟାପ ତିଆରି କରିପାରିବ, ବରଫାଚ୍ଛାଦିତ ପର୍ବତ ଓ ଜଙ୍ଗଲ ବିଷୟରେ ସୂଚନା ଦେଇପାରିବ। ଏହା ବରଫ ଢ଼ାଙ୍କିଥିବା ପାହାଡ଼ର ସଠିକ ଅଧ୍ୟୟନ, ଭୂମି ଧସିବା, ଜ୍ୱାଳାମୁଖୀ ଓ ଭୂମିକମ୍ପ ମାମଲାରେ ସହାୟକ ହେବ। ଏହା ସହ ନିସାର କୃଷି, ମାଟିର ଆର୍ଦ୍ରତା ଏବଂ ଅବସଂରଚନା ଉପରେ ମଧ୍ୟ ନଜର ରଖିବ।
ନିସାର ସାଟେଲାଇଟର ଓଜନ ୨.୫ ଟନ ଏବଂ ଏହାକୁ ପୃଥିବୀଠାରୁ ୭୪୮ କିଲୋମିଟର ଉଚ୍ଚତାରେ ପ୍ରକ୍ଷେପଣ କରାଯାଇଛି। ଲୋ ଆର୍ଥ ଅର୍ବିଟରୁ ଏହା ପୃଥିବୀର ଏକ ଚକ୍କର ୧୨ ଦିନରେ ସମ୍ପୂର୍ଣ୍ଣ କରିବ। ଥରକେ ୨୪୦ କିଲୋମିଟର ଅଞ୍ଚଳକୁ କଭର କରିବ ଏବଂ ଲଗାତାର ତିନି ବର୍ଷ ଧରି କାର୍ଯ୍ୟ କରିବ। ଇସ୍ରୋ ବୈଜ୍ଞାନିକଙ୍କ ମତରେ, ଏହି ସାଟେଲାଇଟ ପ୍ରତିଦିନ ୮୦ ଟେରାବାଇଟ ଡାଟା ଉପଲବ୍ଧ କରାଇବ।
ନିସାରରେ ବ୍ୟବହୃତ ସିନ୍ଥେଟିକ ଆପାର୍ଚର ରାଡାର ପ୍ରଯୁକ୍ତି ମେଘ ପାର କରି ମଧ୍ୟ ନିରୀକ୍ଷଣ କରିପାରିବ। ଏହା ଉଚ୍ଚ ରିଜୋଲ୍ୟୁସନର ଚିତ୍ର ନେବାରେ ସକ୍ଷମ ଏବଂ ଏହାକୁ ଆଲୋକର ଆବଶ୍ୟକତା ନାହିଁ। ଅନ୍ଧାରରେ ମଧ୍ୟ ଏହା ଡାଟା ସଂଗ୍ରହ କରିପାରିବ। ଅର୍ଥାତ ଏହା ଏପରି ଏକ ସାଟେଲାଇଟ ଯାହା ପୃଥିବୀ ଉପରେ ୨୪ ଘଣ୍ଟା ନଜର ରଖିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri