Posted inଜାତୀୟ

ନଭେମ୍ବର ୧୩ ପର୍ଯ୍ୟନ୍ତ ହରିୟାଣା-ପଞ୍ଜାବରେ ୫୭ହଜାର ଥର ଜଳାଯାଇଛି ନଡା: ନାସା

ନୂଆଦିଲ୍ଲୀ,୧୪ ।୧୧: ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ ସ୍ପେଶ ଆଡମିନିଷ୍ଟ୍ରେଶନ(ନାସା)ର ସାଟେଲାଇଟ ଡାଟାର ତଥ୍ୟ ଅନୁଯାୟୀ, ଚଳିତବର୍ଷ ନଭେମ୍ବର ୧ରୁ ୧୩ ମଧ୍ୟରେ ପଞ୍ଜାବ ଓ ହରିୟାଣାରେ ୨୦୧୨ପରେ ସବୁଠାରୁ ଅଧିକ ନଡା ଜଲାଯାଇଛି । ତଥ୍ୟ ଅନୁଯାୟୀ ୧-୧୩ ନଭେମ୍ବର ମଧ୍ୟରେ ଦୁଇ ରାଜ୍ୟରେ ୫୭,୨୬୩ଥର ନଡା ଜଳାଯାଇଛି, ଯାହା ୨୦୧୬ ମସିହାଠାରୁ ଅଧିକ । ତଥ୍ୟ ଅନୁଯାୟୀ, ନଡା ଜାଳିବା ଅକ୍ଟୋବର ମାସରୁ ଆରମ୍ଭ କରାଯାଇଛି । ପଞ୍ଜାବ ଓ ହରିୟାଣା ଭଳି ଦୁଇ କୃଷି ରାଜ୍ୟରେ ଏବେ ୭୫,୨୨୫ଥର ନଡା ଜାଲିବା ଘଟଣା ସାମ୍ନାକୁ ଆସିଛି । ଯାହା ୨୦୨୦ରେ ଜଳାଯାଇଥିବା ଘଟଣାଠାରୁ ମାତ୍ର ୪୪୦ କମ୍ । ପଡୋଶୀ ରାଜ୍ୟରେ ନଡା ଜାଳିବା କାରଣରୁ ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ବେଳକୁ ବେଳ ବିଗିଡୁଥିବା କୁହାଯାଉଛି । ଏବେ ରାଜଧାନୀ ଦିଲ୍ଲୀରେ ଲୋକେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିବାରୁ ପ୍ରଦୂଷଣ ଜନିତ ଲକଡାଉନ ପାଇଁ ସୁପ୍ରିମକୋର୍ଟ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri