ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭:  ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର କିଛି ଛବି ଉତ୍ତୋଳନ କରିଛି। ସାଟେଲାଇଟ୍‌ରୁ ନିଆଯାଇଥିବା ଏହି ଫଟୋଟି ଭଙ୍ଗିଲ ପଥରରେ ଗଢ଼ା ବିଭିନ୍ନ ରଙ୍ଗର ବିଞ୍ଚଣା (Fan) କୁ ଦର୍ଶାଉଛି।

‘ଲାଇଭ୍ ସାଇନ୍ସ’ର ରିପୋର୍ଟ ଅନୁସାରେ, ଭୂବୈଜ୍ଞାନିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ଏହି ଆକୃତିକୁ ‘ଇମ୍ବ୍ରିକେଟ୍ ଫ୍ୟାନ୍’ (Imbricate Fan) କୁହାଯାଏ। ଏହି ବିଞ୍ଚଣାଟି ବାଲୁକା ପଥର (Sandstone) ଏବଂ ଚୂନା ପଥର (Limestone) ର ପର୍ଯ୍ୟାୟକ୍ରମେ ଗଠିତ ସ୍ତରଗୁଡ଼ିକରୁ ତିଆରି ହୋଇଛି। ଏହା ପାକିସ୍ତାନର ବଲୋଚିସ୍ତାନ ପ୍ରଦେଶରେ ଥିବା ମୁରଘା କିବଜାଇ ସହରଠାରୁ ପ୍ରାୟ ୫ କିଲୋମିଟର ପୂର୍ବରେ ଅବସ୍ଥିତ।

ଫଟୋରେ ଦେଖାଯାଉଥିବା  ପଥର ବିଶିଷ୍ଟ ଅଂଶର ଓସାର ପ୍ରାୟ ୧୫ କିଲୋମିଟର, କିନ୍ତୁ ଏହି ବିଞ୍ଚଣା ଭଳି ଆକୃତିଟି ଏକ ମୁଣ୍ଡରୁ ଅନ୍ୟ ମୁଣ୍ଡ ପର୍ଯ୍ୟନ୍ତ ୮୯ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି।

ପୃଥିବୀର ଦୁଇଟି ଟେକ୍ଟୋନିକ୍ ପ୍ଲେଟ୍ ମଧ୍ୟରେ ଦୀର୍ଘ ସମୟ ଧରି ଚାଲିଥିବା ଧକ୍କା ଯୋଗୁଁ ଏହି ଆକୃତିର ନିର୍ମାଣ ହୋଇଛି। ଏହା ୟୁରେସିଆନ୍ ଏବଂ ଭାରତୀୟ ଟେକ୍ଟୋନିକ୍ ପ୍ଲେଟ୍‌ର ସୀମାନ୍ତରେ ସୃଷ୍ଟି ହୋଇଛି। ଏହି ଦୁଇଟି ପ୍ଲେଟ୍ ୬ କୋଟି (୬୦ ନିୟୁତ) ରୁ ଅଧିକ ବର୍ଷ ହେବ ପରସ୍ପର ସହ ପିଟି ହେଉଛନ୍ତି।

ଏହି ଆଶ୍ଚର୍ଯ୍ୟଜନକ ସଂରଚନା ସୁଲେମାନ୍ ପର୍ବତମାଳାରେ (Sulaiman Range) ପ୍ରାୟ ୫,୦୦୦ ଫୁଟ ଉଚ୍ଚତାରେ ଅବସ୍ଥିତ। ଏହି ପର୍ବତମାଳା ପାକିସ୍ତାନ ଏବଂ ଆଫଗାନିସ୍ତାନର ପ୍ରାୟ ୬,୫୦୦ ବର୍ଗ କିଲୋମିଟର ପରିବ୍ୟାପ୍ତ ଅଞ୍ଚଳରେ ବିସ୍ତୃତ।

ଏହି ମୁହାଁମୁହିଁ ଧକ୍କା ପ୍ରାୟ ୩ କୋଟି (୩୦ ନିୟୁତ) ବର୍ଷ ପର୍ଯ୍ୟନ୍ତ ପୂର୍ଣ୍ଣ ବେଗରେ ଜାରି ରହିଥିଲା ଏବଂ ପରେ ଧୀରେ ଧୀରେ ମନ୍ଥର ହୋଇଯାଇଥିଲା। ତଥାପି, ବୈଜ୍ଞାନିକ ଦୃଷ୍ଟିରୁ ଏହି ଦୁଇଟି ପ୍ଲେଟ୍ ଆଜି ମଧ୍ୟ ପରସ୍ପର ସହ ଧକ୍କା ହେଉଛନ୍ତି, ଯାହା ଫଳରେ ଏହି ଅଞ୍ଚଳଟି ଭୂକମ୍ପର ଏକ ପ୍ରମୁଖ ହଟ୍‌ସ୍ପଟ୍ (Hotspot) ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ନେଇ ଆଗୁଆ ସତର୍କତା: ଖୋଲିଲା ହରଭଙ୍ଗୀ ଜଳଭଣ୍ଡାରର ୪ ଗେଟ୍‌

ମୋହନା,୨।୧୧( ମନ୍ମଥ ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବ ନ କମୁଣୁ ଏବେ ସମ୍ଭାବ୍ୟ ବାତ୍ୟା ମୁରାସୁକୁ ନେଇ ବଢ଼ିଲାଣି ଚିନ୍ତା। ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ…

ଶ୍ୱଶୁର ଘରକୁ ଯାଉଥିଲେ ଦୁର୍ଯ୍ୟ, ବାଟରେ ଛକିଥିଲା ଯମ: ଘଟିଲା…

ଲାଞ୍ଜିଗଡ଼,୨।୧୧ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଭବାନୀପାଟଣା-ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥର କଦଳୀଘାଟି କୁଚେଇଯୋର ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।…

ବାତ୍ୟା ‘ମୁରାସୁ’ ପାଇଁ ଦାରିଙ୍ଗବାଡ଼ିରେ ଆଗୁଆ ପ୍ରସ୍ତୁତି: ୨୫ ପଞ୍ଚାୟତରୁ ୬୯୧ ଜଣଙ୍କୁ ଥଇଥାନ

ଦାରିଙ୍ଗବାଡ଼ି,୨।୧୧(ଅରୁଣ ସାହୁ): ବଙ୍ଗୋପସାଗରରେ ଘନୀଭୂତ ହେଉଥିବା ବାତ୍ୟା ‘ମୁରାସୁ’କୁ ନେଇ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଲୋକଙ୍କ ସୁରକ୍ଷାକୁ ପ୍ରାଥମିକତା…

ସରଫରାଜଙ୍କ ଚାଞ୍ଚଲ୍ୟକର ବୟାନ: ଟିମ ଇଣ୍ଡିଆ ମ୍ୟାନେଜମେଣ୍ଟକୁ ନେଇ କହିଦେଲେ ସାଂଘାତିକ କଥା

ନୂଆଦିଲ୍ଲୀ, ୨।୧୧: ନୂଆଦିଲ୍ଲୀ, ୨।୧୧: ଗତ କିଛି ବର୍ଷ ଧରି ଘରୋଇ କ୍ରିକେଟରେ ରନର ପାହାଡ଼ ଛିଡ଼ା କରୁଥିବା ସରଫରାଜ ଖାନ ଏକ ବଡ଼ ବୟାନ ଦେଇଛନ୍ତି।…

ରାଜ୍ୟ ସଭାର ସବୁଠୁ ଧନୀ ସାଂସଦଙ୍କ ତାଲିକା ଜାରି: ପ୍ରଥମ ତାଲିକାରେ ଏହି ନେତା, ଓଡ଼ିଶାର…

ନୂଆଦିଲ୍ଲୀ, ୨।୧୧: ରାଜ୍ୟ ସଭାର ସବୁଠୁ ଧନୀ ସାଂସଦଙ୍କ ସମ୍ପତ୍ତି ସମ୍ପର୍କିତ ତଥ୍ୟ ସାମ୍ନାକୁ ଆସିଛି। ADRର ରିପୋର୍ଟରେ ଏହି ଖୁଲାସା ହୋଇଛି। ରିପୋର୍ଟ ଅନୁଯାୟୀ, ୧୦୪…

ରୋହିତ-ବିରାଟଙ୍କ ମଧ୍ୟରୁ ନ୍ୟୁଜିଲାଣ୍ଡ ମାଟିରେ କିଏ କରିବେ ଶତକର ବର୍ଷା? ହଇଚଇ ସୃଷ୍ଟି କଲା ପୂଜାରାଙ୍କ ଭବିଷ୍ୟବାଣୀ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୨।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ ପାର୍କରେ ପ୍ରଥମ ମ୍ୟାଚ…

ପୁଣି ବାତ୍ୟା ଓ ବନ୍ୟା ଆଶଙ୍କା, ପ୍ରଶାସନର ଜୋରଦାର ପ୍ରସ୍ତୁତି ୧୬ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତର

ପୁରୁଷୋତ୍ତମପୁର, ୨/୧୧ (ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ଯୋଗୁଁ ସୃଷ୍ଟି ହୋଇଥିବା ପ୍ରଳୟଙ୍କରୀ ବନ୍ୟାର ତିକ୍ତ ଅନୁଭୂତି ଏବେ ବି ଲୋକଙ୍କ ମନରୁ ଲିଭିନାହିଁ କି ଅନେକ…

ବଣୁଆ ହାତୀଙ୍କ ଉପଦ୍ରବ, ଭାଙ୍ଗିଲା ଘରଦ୍ୱାର:, ସମ୍ପର୍କୀୟଙ୍କ ଘରେ ନେଲେ ଆଶ୍ରୟ

ତୁମୁଡ଼ିବନ୍ଧ, (ଦୀପକ କୁମାର ପରାସେଠ): କନ୍ଧମାଳ ଜିMkତୁମୁଡ଼ିବନ୍ଧ ବ୍ଲକ୍‌ର ବେଲଘର ବନାଞ୍ଚଳରେ ଦୀର୍ଘଦିନ ହେଲା ବଣୁଆ ହାତୀଙ୍କ ଉପଦ୍ରବ ଲାଗି ରହିଛି। କେତେବେଳେ ହାତୀପଲ ଫସଲ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?