ଆଜି ଖସିବ ନାସା ସାଟେଲାଇଟ୍‌

ଓ୍ବାଶିଂଟନ୍‌,୧୯।୪: ନାସାର ଏକ ଅଚଳ ଉପଗ୍ରହ ବୁଧବାର ପୃଥିବୀପୃଷ୍ଠକୁ ଖସିବା ନେଇ ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ ସତର୍କ କରାଯାଇଛି। ୬୦୦ ପାଉଣ୍ଡ (୨୭୨ କିଲୋଗ୍ରାମରୁ ଅଧିକ) ଓଜନର ଏହି ଉପଗ୍ରହ ବୁଧବାର ରାତି ୯ଟା ୩୦ ମିନିଟ୍‌ (ଇଷ୍ଟର୍ନ ଟାଇମ୍‌)ରେ ପୃଥିବୀ ବାୟୁ ମଣ୍ଡଳରେ ପ୍ରବେଶ କରିବ। ତେବେ ଏହା କେଉଁ ସ୍ଥାନରେ ପଡ଼ିବ ତାହା ସ୍ପଷ୍ଟ ହୋଇ ନାହିଁ।

ପୃଥିବୀରେ ପଡ଼ିବା ପୂର୍ବରୁ ଏହାର ଅଧିକାଂଶ ଭାଗ ଆକାଶରେ ଜଳିଯାଇଥିବ। ରୁଭେନ୍‌ ରାମାଟି ହାଇ ଏନର୍ଜି ସୋଲାର ସ୍ପେକ୍ଟ୍ରୋସ୍କୋପିକ୍‌ ଇମେଜର (ଆର୍‌ଏଚ୍‌ଇଏସ୍‌ଏସ୍‌ଆଇ) ନାମକ ଏହି ସାଟେଲାଇଟ୍‌କୁ ସୋଲାର ଫ୍ଲେୟାର ସମ୍ପର୍କିତ ତଥ୍ୟ ସଂଗ୍ରହ ପାଇଁ ୨୦୦୨ରେ ନାସା ମହାକାଶକୁ ପ୍ରେରଣ କରିଥିଲା। କିନ୍ତୁ ୨୦୧୮ରେ ଏହା ଅଚଳ ହୋଇପଡ଼ିବା ଯୋଗୁ ନାସା ସହ ଯୋଗାଯୋଗରୁ ବିଚ୍ଛିନ୍ନ ହୋଇଥିଲା।

ତେବେ ଚଳିତବର୍ଷ ଦ୍ୱିତୀୟ ଥର ପାଇଁ ନାସା ସାଟେଲାଇଟ୍‌ ପୃଥିବୀରେ ମାଡ଼ ହେବାକୁ ଯାଉଛି। ଏହା ପୂର୍ବରୁ ଗତ ଜାନୁୟାରୀରେ ୫,୪୦୦ ପାଉଣ୍ଡ (୨୪୪୯ କିଲୋଗ୍ରାମରୁ ଅଧିକ) ଓଜନର ଉପଗ୍ରହ ପୃଥିବୀରେ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri