ନସିରୁଦ୍ଦିନଙ୍କ ବିବାଦୀୟ ବୟାନ

ମୁମ୍ବାଇ: ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ମୁଭି ‘ଦ କଶ୍ମୀର ଫାଇଲ୍ସ’କୁ ଦର୍ଶକେ ଖୁବ୍ ପସନ୍ଦ କରିଛନ୍ତି । ବକ୍ସ ଅଫିସରେ ଫିଲ୍ମକୁ ଜବରଦସ୍ତ ସଫଳତା ମିଳିଛି । ଫିଲ୍ମ ଏବେ ପର୍ଯ୍ୟନ୍ତ ୨୪୬ କୋଟି ବିଜନେସ କରିଥିବା ବେଳେ, ଏବେ ପର୍ଯ୍ୟନ୍ତ ଫିଲ୍ମକୁ ନେଇ କିଛି ନା କିଛି ପ୍ରତିକ୍ରିୟା ସାମ୍ନାକୁ ଆସୁଛି । କେହି କେହି ଫିଲ୍ମ ସପକ୍ଷରେ ମତ ଦେଉଥିବା ବେଳେ କେହି କେହି ଏହାର ବିପକ୍ଷରେ ମଧ୍ୟ ମତ ଦେଉଛନ୍ତି । ଏହି କ୍ରମରେ ଏବେ ବରିଷ୍ଠ ଅଭିନେତା ନସିରୁଦ୍ଦିନ ଶାହଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି ।
ଅନୁପମ ଖେର, ମିଥୁନ ଚକ୍ରବର୍ତ୍ତି, ଦର୍ଶନ କୁମାର ଓ ପଲ୍ଲବି ଯୋଶୀଙ୍କ ଷ୍ଟାରର ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ୧୯୯୦ ଦଶକରେ କଶ୍ମୀର ପଣ୍ଡିତଙ୍କ ପଳାୟନର କାହାଣୀ କହୁଛି । କଶ୍ମୀର ପଣ୍ଡିତଙ୍କ ସହ ହେଉଥିବା ଅନ୍ୟାୟକୁ ପରଦା ଉପରେ ଦେଖାଯାଇଛି । ଏବେ ଏକ ନାମୀ ୱେବସାଇଟକୁ ଦେଇଥିବା ସାକ୍ଷାତ୍‌କାରରେ ନସିରୁଦ୍ଦିନ ଶାହା ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ବିବାଦୀୟ ବୟାନ ଦେଇଛନ୍ତି । ଏକ ଇଣ୍ଟରଭ୍ୟୁରେ ଅଭିନେତା ଫିଲ୍ମକୁ ନେଇ ଆଲୋଚନା କରିଛନ୍ତି । ସେ କହିଛନ୍ତି, ଫିଲ୍ମରେ ଦେଖାଯାଇଥିବା କଶ୍ମୀରୀ ହିନ୍ଦୁଙ୍କ ପିଡା କାଳ୍ପନିକ । ଏହାସହ ନସିରୁଦ୍ଦିନ କଶ୍ମୀରରେ ହୋଇଥିବା ନରସଂହାରକୁ ନେଇ ମଧ୍ୟ ଆଲୋଚନା କରିଛନ୍ତି ।
ଏହାକୁ ଦେଖିବା ପରେ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ଏହାର କଡା ଜବାବ ଦେଇଛନ୍ତି । ବିବେକ ଟୁଇଟ କରି କହିଛନ୍ତି, ମୁଁ ଏଥିରେ ସହମତ । ନିଜ ଦେଶରେ କଶ୍ମୀର ହିନ୍ଦୁମାନଙ୍କର ଜନ ଶୁଣାଣି ବିଷୟରେ କହିଥିବାରୁ ତୁମେ ଗାଳି ଶୁଣିଛ ଓ ଦଣ୍ଡିତ ହୋଇଛ । ସୂଚନାଯୋଗ୍ୟ, କଶ୍ମୀର ଫାଇଲ୍ସର ଅପାର ସଫଳତା ପରେ ଏବେ ବିବେକ ଅଗ୍ନିହୋତ୍ରୀ ‘ଦ ଦିଲ୍ଲୀ ଫାଇଲ୍ସ’ ନିର୍ମାଣ କରିବାକୁ ସୂଚନା ଦେଇଛନ୍ତି । ଏହାସହ ସୋସିଆଲ ମିଡିଆ ମାଧ୍ୟମରେ ‘ ଦ କଶ୍ମୀର ଫାଇଲ୍ସ’କୁ ଦର୍ଶକେ ପସନ୍ଦ କରିଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

ପେମେଣ୍ଟ ଲିଙ୍କ୍‌ ସହ ସ୍ଥାନୀୟ ମୁଦ୍ରାରେ କାରବାର କର

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ସ୍ଥାନୀୟ ମୁଦ୍ରାରେ ବ୍ୟାପାର ଏବଂ ସେମାନଙ୍କର ତତ୍କାଳୀନ ପେମେଣ୍ଟ ସିଷ୍ଟମର ସଂଯୋଗୀକରଣ ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?