Posted inଜାତୀୟ

ହାଇଓ୍ବେରେ ଭୟଙ୍କର ଦୁର୍ଘଟଣା…୨୦୦ ଫୁଟ ତଳକୁ ଖସିପଡ଼ି ଖଣ୍ଡ ଖଣ୍ଡ ହୋଇଗଲା ବସ୍‌; ୭ ମୃତ

ନାସିକ,୨।୨: ନାସିକ-ସୁରକ୍ଷ ରାଜପଥର ସାପୁତାରା ଘାଟରେ ରବିବାର ସକାଳେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ୫୦ଜଣ ଭକ୍ତଙ୍କୁ ନେଇ ଯାଉଥିବା ଏକ ବିଳାସପୂର୍ଣ୍ଣ ଘରୋଇ ବସ୍‌ ନିୟନ୍ତ୍ରଣ ହରାଇ ୨୦୦ ଫୁଟ ଗଭୀର ଖାଲକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ୧୫ଜଣ ଗୁରୁତର ଆହତ ହୋଇଛନ୍ତି। ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବସ୍‌ଟି ପଡ଼ିବା ମାତ୍ରେ ଖଣ୍ଡ ଖଣ୍ଡ ହୋଇଯାଇଥିଲା। ଦୁର୍ଘଟଣାରେ ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବସ୍‌ଟି ଭକ୍ତଙ୍କୁ ନେଇ ପ୍ରୟାଗରାଜର ମହାକୁମ୍ଭରୁ ଆସୁଥିଲା। ସେଠାରୁ ଗୁଜରାଟର ଧାର୍ମିକ ସ୍ଥଳ ପରିଦର୍ଶନକ କରିବାକୁ ଯାଉଥିଲା। ଏହି ସମୟରେ ସାପୁତାରର ମାଲେଗାଓଁ ଘାଟ ନିକଟରେ ଏହି ଦୁର୍ଘଟଣା ଘଟିଥିଲା।

ସୂଚନାନୁଯାୟୀ, ସକାଳ ପ୍ରାୟ ସାଢ଼େ ୫ଟାରେ ନାସିକ-ସୁରଟ ରାଜପଥର ସାପୁତାରା ଘାଟ ନିକଟରେ ଘରୋଇ ବସ୍‌ ନିୟନ୍ତ୍ରଣ ହରାଇ ୨୦୦ ଫୁଟ୍‌ ଗଭୀର ଘାଟିରେ ଖସି ପଡ଼ିଥିଲା। ଦୁର୍ଘଟଣା ପରେ ତୁରନ୍ତ ଚିତ୍କାର ଏବଂ ପାଟିତୁଣ୍ଡରେ ଆଖପାଖ ଅଞ୍ଚଳ ଫାଟି ପଡ଼ିଥିଲା। ପାଖରେ ଥିବା ଲୋକେ ବସ୍‌ ଦୁର୍ଘଟଣା ପରେ ତୁରନ୍ତ ଆହତମାନଙ୍କୁ ସାହାଯ୍ୟ କରିବାକୁ ଦୌଡ଼ି ଆସିଥିଲେ। ପୋଲିସକୁ ମଧ୍ୟ ଏନେଇ ସୂଚନା ଦିଆଯାଇଥିଲା। ଦୁର୍ଘଟଣାର ଶିକାର ହୋଇଥିବା ସମସ୍ତ ଯାତ୍ରୀ ମଧ୍ୟପ୍ରଦେଶର। କୁମ୍ଭମେଳା ପରେ ସେ ନାସିକର ତ୍ରୟମ୍ବକେଶ୍ୱର ମନ୍ଦିର ଯାଇଥିଲେ। ଏହା ପରେ ସେ ଦେବ ଦର୍ଶନ ଲାଗି ଗୁଜରାଟ ଯାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri