Posted inଜାତୀୟ

ହାଇଓ୍ବେରେ ଭୟଙ୍କର ଦୁର୍ଘଟଣା…୨୦୦ ଫୁଟ ତଳକୁ ଖସିପଡ଼ି ଖଣ୍ଡ ଖଣ୍ଡ ହୋଇଗଲା ବସ୍‌; ୭ ମୃତ

ନାସିକ,୨।୨: ନାସିକ-ସୁରକ୍ଷ ରାଜପଥର ସାପୁତାରା ଘାଟରେ ରବିବାର ସକାଳେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ୫୦ଜଣ ଭକ୍ତଙ୍କୁ ନେଇ ଯାଉଥିବା ଏକ ବିଳାସପୂର୍ଣ୍ଣ ଘରୋଇ ବସ୍‌ ନିୟନ୍ତ୍ରଣ ହରାଇ ୨୦୦ ଫୁଟ ଗଭୀର ଖାଲକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ୧୫ଜଣ ଗୁରୁତର ଆହତ ହୋଇଛନ୍ତି। ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବସ୍‌ଟି ପଡ଼ିବା ମାତ୍ରେ ଖଣ୍ଡ ଖଣ୍ଡ ହୋଇଯାଇଥିଲା। ଦୁର୍ଘଟଣାରେ ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବସ୍‌ଟି ଭକ୍ତଙ୍କୁ ନେଇ ପ୍ରୟାଗରାଜର ମହାକୁମ୍ଭରୁ ଆସୁଥିଲା। ସେଠାରୁ ଗୁଜରାଟର ଧାର୍ମିକ ସ୍ଥଳ ପରିଦର୍ଶନକ କରିବାକୁ ଯାଉଥିଲା। ଏହି ସମୟରେ ସାପୁତାରର ମାଲେଗାଓଁ ଘାଟ ନିକଟରେ ଏହି ଦୁର୍ଘଟଣା ଘଟିଥିଲା।

ସୂଚନାନୁଯାୟୀ, ସକାଳ ପ୍ରାୟ ସାଢ଼େ ୫ଟାରେ ନାସିକ-ସୁରଟ ରାଜପଥର ସାପୁତାରା ଘାଟ ନିକଟରେ ଘରୋଇ ବସ୍‌ ନିୟନ୍ତ୍ରଣ ହରାଇ ୨୦୦ ଫୁଟ୍‌ ଗଭୀର ଘାଟିରେ ଖସି ପଡ଼ିଥିଲା। ଦୁର୍ଘଟଣା ପରେ ତୁରନ୍ତ ଚିତ୍କାର ଏବଂ ପାଟିତୁଣ୍ଡରେ ଆଖପାଖ ଅଞ୍ଚଳ ଫାଟି ପଡ଼ିଥିଲା। ପାଖରେ ଥିବା ଲୋକେ ବସ୍‌ ଦୁର୍ଘଟଣା ପରେ ତୁରନ୍ତ ଆହତମାନଙ୍କୁ ସାହାଯ୍ୟ କରିବାକୁ ଦୌଡ଼ି ଆସିଥିଲେ। ପୋଲିସକୁ ମଧ୍ୟ ଏନେଇ ସୂଚନା ଦିଆଯାଇଥିଲା। ଦୁର୍ଘଟଣାର ଶିକାର ହୋଇଥିବା ସମସ୍ତ ଯାତ୍ରୀ ମଧ୍ୟପ୍ରଦେଶର। କୁମ୍ଭମେଳା ପରେ ସେ ନାସିକର ତ୍ରୟମ୍ବକେଶ୍ୱର ମନ୍ଦିର ଯାଇଥିଲେ। ଏହା ପରେ ସେ ଦେବ ଦର୍ଶନ ଲାଗି ଗୁଜରାଟ ଯାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?