Posted inଖେଳ

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ ଇଂଲଣ୍ଡ ଅଧିନାୟକ ନାସର ହୁସେନ୍‌ଙ୍କ ଏକ ମନ୍ତବ୍ୟ କ୍ରିକେଟ ଜଗତରେ ନୂଆ ବିବାଦ ସୃଷ୍ଟି କରିଛି। ଭାରତ ପ୍ରତି ଆଇସିସି’ର ଆଭିମୁଖ୍ୟକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି।

ଏକ ପୋଡ୍‌କାଷ୍ଟ୍‌ରେ ଆଲୋଚନା ବେଳେ ହୁସେନ୍ କହିଛନ୍ତି, “ଯଦି ଭାରତ ସରକାର କୌଣସି ଦେଶରେ ଖେଳିବାକୁ ମନା କରିଥାନ୍ତେ, ତେବେ ଆଇସିସି କ’ଣ ଭାରତକୁ ବିଶ୍ୱକପ୍‌ରୁ ବାହାର କରିଦେବାର ସାହସ କରିଥାନ୍ତା?” ସେ କହିଛନ୍ତି ଯେ ଆଇସିସି ସବୁ ଦଳ ପାଇଁ ସମାନ ନିୟମ ଆପଣାଇବା ଉଚିତ। ପାକିସ୍ତାନ, ବାଂଲାଦେଶ ଏବଂ ଭାରତକୁ ଭିନ୍ନ ଭିନ୍ନ ନଜରରେ ଦେଖିବା ଠିକ୍ ନୁହେଁ।

ସୁରକ୍ଷା କାରଣ ଦର୍ଶାଇ ଭାରତରେ ଖେଳିବାକୁ ବାଂଲାଦେଶ ମନା କରିବା ପରେ ଆଇସିସି ବାଂଲାଦେଶ ପରିବର୍ତ୍ତେ ସ୍କଟଲାଣ୍ଡକୁ ବିଶ୍ୱକପ୍‌ରେ ସ୍ଥାନ ଦେଇଛି। BCCI ନିର୍ଦ୍ଦେଶରେ ମୁସ୍ତାଫିଜୁର ରହମାନଙ୍କୁ ଆଇପିଏଲ୍ (IPL) ରୁ ହଟାଯିବା ପରେ ଏହି ବିବାଦ ଘନେଇଥିଲା। ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଆକ୍ରମଣକୁ ନେଇ ଭାରତୀୟ ବୋର୍ଡ ଏପରି ପଦକ୍ଷେପ ନେଇଥିବା ଚର୍ଚ୍ଚା ହେଉଛି।

ବାଂଲାଦେଶ ସହ ସଂହତି ପ୍ରକାଶ କରି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଆସନ୍ତା ଫେବୃଆରୀ ୧୫ରେ କଲମ୍ବୋରେ ଭାରତ ବିପକ୍ଷରେ ହେବାକୁ ଥିବା ହାଇଭୋଲ୍ଟେଜ୍ ମ୍ୟାଚକୁ ବୟକଟ୍ କରିବାକୁ ଘୋଷଣା କରିଛନ୍ତି।

ନାସର ହୁସେନ୍‌ଙ୍କ ଏହି ମନ୍ତବ୍ୟକୁ ଅନେକ ସୋସିଆଲ ମିଡିଆ ବ୍ୟବହାରକାରୀ ସମାଲୋଚନା କରିଛନ୍ତି। ସେମାନେ ୨୦୦୩ ବିଶ୍ୱକପ୍ କଥା ମନେ ପକାଇ ଦେଇଛନ୍ତି, ଯେତେବେଳେ ଇଂଲଣ୍ଡ ନିଜେ ଜିମ୍ବାୱେ ସରକାରଙ୍କ ବିରୋଧରେ ସ୍ୱର ଉଠାଇ ମ୍ୟାଚ୍ ବୟକଟ୍ କରିଥିଲା। ହୁସେନ୍‌ଙ୍କ ମତରେ, ଭାରତ ପାଖରେ ଆର୍ଥିକ ଶକ୍ତି ଥାଇପାରେ, କିନ୍ତୁ ଶକ୍ତି ସହ ଦାୟିତ୍ୱବୋଧ ମଧ୍ୟ ଆସିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri