Posted inଖେଳ

ଦିନିକିଆ ଦଳରେ ନଟରାଜନ ସାମିଲ

ସିଡ୍‌ନୀ, ୨୮।୧୧(ପି.ଟି.)-
ନବଦୀପ ସଇନୀ ସମ୍ପୂର୍ଣ୍ଣ ଫିଟ୍‌ ନ ଥିବାରୁ ଭାରତୀୟ ଦିନିକିଆ କ୍ରିକେଟ ଦଳରେ ବାମହାତୀ ପେସର ଟି. ନଟରାଜନଙ୍କୁ ସାମିଲ କରାଯାଇଛି। ସଇନୀଙ୍କ ପିଠିରେ ଯନ୍ତ୍ରଣା ଥିବାରୁ ୨୯ ବର୍ଷୀୟ ନଟରାଜନଙ୍କୁ ୫୦ ଓଭର ଫର୍ମାଟରେ ଅନ୍ତର୍ଭୁକ୍ତ କରାଯାଇଛି ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ପକ୍ଷରୁ ପ୍ରକାଶ କରାଯାଇଛି। କ୍ୟାରିୟରରେ ୧୫ଟି ଲିଷ୍ଟ-ଏ ମ୍ୟାଚ ଖେଳିଥିବା ୟର୍କର ସ୍ପେଶାଲିଷ୍ଟ ନଟରାଜନ ଜଣେ ନେଟ୍‌ ବୋଲରଭାବେ ଅଷ୍ଟ୍ରେଲିଆ ଗସ୍ତ କରିଥିଲେ। ଆହତ ସମସ୍ୟା ଯୋଗୁ ବରୁଣ ଚକ୍ରବର୍ତ୍ତୀ ଓହରି ଯିବାରୁ ତାଙ୍କୁ ଭାରତୀୟ ଟି୨୦ ଦଳରେ ସାମିଲ କରାଯାଇଥିଲା। ଏବେ ସେ ଦିନିକିଆ ଦଳର ସଦସ୍ୟ ହୋଇ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ପ୍ରଥମ ଟି୨୦: ଭାରତ-ଆୟର୍ଲାଣ୍ଡ ମୁକାବିଲା

ବେଲଫାଷ୍ଟ,୨୬ା୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଗୁରୁବାର ଦୁଇ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ସହିତ ଶ୍ରେୟସ ଆୟାର ଅନ୍ତର୍ଜାତୀୟ…

ଡେବ୍ୟୁ କରିବା ମାତ୍ରେ ଭାରତୀୟ କ୍ରିକେଟ ଇତିହାସ ବଦଳାଇଦେବେ ବୈଭବ ସୂର୍ଯ୍ୟବଂଶୀ: ଭାଙ୍ଗିବେ ୫ ମହାରେକର୍ଡ

ନୂଆଦିଲ୍ଲୀ,୨୬।୬:ଭାରତୀୟ କ୍ରିକେଟ ଦଳର ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ସେ ଆୟରଲାଣ୍ଡ ବିପକ୍ଷରେ ଆଗାମୀ ଟି-୨୦ ସିରିଜ ପାଇଁ ବରିଷ୍ଠ ଭାରତୀୟ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

କାନାଡ଼ାକୁ ହରାଇ ଗ୍ରୁପ୍‌-ବି’ ଶୀଷର୍ର୍ରେ ସୁଇଜରଲାଣ୍ଡ

ଭାଙ୍କୋଭର,୨୫ା୬: ରୁବେନ ଭର୍ଗାସ ଓ ଜୋହାନ ମାଜାମ୍ବିଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ୨-୧ ଗୋଲରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ସୁଇଜରଲାଣ୍ଡ ଗ୍ରୁପ୍‌-ବି’ ଟପ୍ପର…

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri