ଲଗଜରୀ ହେବ ନତାଶା-ହାର୍ଦ୍ଦିକଙ୍କ ବିବାହ

ମୁମ୍ବାଇ: କିଛିଦିନ ହେବ ବଲିଉଡରେ ଶୁଣିବାକୁ ମିଳିଛି ବିବାହ ଖବର । କେଏଲ ରାହୁଲ ଓ ଆଥିୟା ସେଟ୍ଟି ବିବାହ କରିବା ପରେ ଏବେ କିଆରା ଆଡଭାନୀ ଓ ସିଦ୍ଧାର୍ଥ ମାଲହୋତ୍ରା ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଏବେ ଶୁଣିବାକୁ ମିଳିଛି କି ହାର୍ଦ୍ଦିକ ପାଣ୍ଡ୍ୟା ଓ ନତାଶା ଷ୍ଟେନକୋଭିକ ପୁଣିଥରେ ଧୁମଧାମରେ ବିବାହ କରିବାକୁ ଯାଉଛନ୍ତି । ଏମାନେ ପ୍ରଥମେ ନିରାଡମ୍ବର ଭାବେ ବିବାହ କରିଥିବା ବେଳେ ଏବେ କିନ୍ତୁ କପୁଲ ଧୁମଧାମରେ ବିବାହ କରିବେ ବୋଲି ସ୍ଥିର କରିଥିବା ଜଣାପଡିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଏମାନେ ପ୍ରଥମେ ତରବରିଆ ଭାବେ ବିବାହ କରିଥିବାରୁ ଏହାକୁ ଏନଜୟ କରିପାରି ନ ଥିଲେ । ଏବେ କିନ୍ତୁ ଏମାନେ ଶାନଦାର ଓ ବହୁତ ବଡ ଢଙ୍ଗରେ ବିବାହ କରିବାକୁ ସ୍ଥିର କରିଛନ୍ତି । କୁହାଯାଉଛି କି ଏହା ଏକ ହ୍ୱାଇଟ ୱେଡିଂ ହେବ ।
ବିବାହ ପାଇଁ ନତାଶା ଓ ହାର୍ଦ୍ଦିକ ଉଦୟପୁରକୁ ବାଛିଛନ୍ତି । ଏମାନଙ୍କ ପକ୍ଷରୁ ବିବାହର ଅଫିସିଆଲ ଡେଟ ଘୋଷଣା ନ ହୋଇଥିବା ବେଳେ ଏମାନେ କୁଆଡେ ଭାଲେଣ୍ଟାଇନ ଡେ’ରେ ବିବାହ କରିବେ ବୋଲି କୁହାଯାଉଛି ।
ଏମାନଙ୍କ ବିବାହ କାଫି ଖାସ୍ ହେବ । କାରଣ ଏମାନେ ଦ୍ୱିତୀୟ ଥର ବିବାହ ପାଇଁ ଏକ ସ୍ପେଶାଲ ଡେ’ ବାଛିଥିବା ବେଳେ ଏହି ବିବାହରେ ଏମାନଙ୍କ ପୁଅ ବି ସାମିଲ ହେବ । ତେବେ ଏହି ବିବାହରେ ଅତିଥିଙ୍କ ସଂଖ୍ୟା ହାତଗଣତି ହେବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri