Posted inଜାତୀୟ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଛାଡ଼ିବା ପରେ ସର୍ବିଆରେ ଏପରି କରୁଛନ୍ତି ନତାଶା

ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନ୍‌କୋଭିକ ଏବେ ସର୍ବିଆରେ ରହୁଛନ୍ତି । ପାଣ୍ଡ୍ୟାଙ୍କ ସହ ବିଚ୍ଛେଦ ଘୋଷଣା କରିବାର ଗୋଟିଏ ଦିନ ପୂର୍ବରୁ ସେ ସର୍ବିଆ ଚାଲିଯାଇଥିଲେ । ସେଠାରେ ପହଞ୍ଚି ସେ ବିଚ୍ଛେଦ ନେଇ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଥିଲେ । ସର୍ବିଆ ଯିବାପରେ ସେ ପ୍ରତ୍ୟେକ ଦିନ କିଛି ନା କିଛି ସୋସିଆଲ ମିଡିଆରେ ପୋଷ୍ଟ କରୁଥିବା ଦେଖାଯାଉଛି । ସେ ଇନ୍‌ଷ୍ଟା ଷ୍ଟୋରୀରେ ଭିଡିଓ ଏବଂ ଫଟୋ ପୋଷ୍ଟ କରିଛନ୍ତି । ସେଥିରେ ସେ ଜିମ୍‌ କରୁଥିବା ବେଳେ ରାସ୍ତାରେ ସାଇକେଲ ମଧ୍ୟ ଟଳାଉଥିବା ଦେଖିବାକୁ ମିଳିଛି ।

ସୂଚନା ଥାଉକି, ଦୁହିଁଙ୍କ ମଧ୍ୟରେ ଛାଡ଼ପତ୍ର ନେଇ ଦୀର୍ଘ ଦିନ ଧରି ଚର୍ଚ୍ଚା ହେବା ପରେ ଗୁରୁବାର ଦୁହେଁ ଏନେଇ ନିଜ ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ମାଧ୍ୟମରେ ସୂଚନା ଦେଇଥିଲେ । ୪ ବର୍ଷର ସଂପର୍କରେ ପୂର୍ଣ୍ଣଚ୍ଛେଦ ପକାଇଥିଲେ । ଦୁହିଁଙ୍କ ସହମତିରେ ଏହି ଛାଡ଼ପତ୍ର ହୋଇଥିବା ସେମାନେ ପ୍ରକାଶ କରିଥିଲେ । ଏହାରି ମଧ୍ୟରେ ନତାଶା ଟ୍ରୋଲ ହେଉଥିବା ବେଳେ ହାର୍ଦ୍ଦିକଙ୍କ ଏକ ପୁରୁଣା ଭିଡିଓ ଏବେ ଭାଇରାଲ ହୋଇଛି । ଯେଉଁଥିରେ ସେ ଇମୋଶନାଲର ସହ ତାଙ୍କର ହୃଦୟର କଥା ପ୍ରକାଶ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri