Posted inଖେଳ

ଏଲିଟ୍‌ କ୍ଲବରେ ସାମିଲ ହେଲେ ଏହି ସ୍ପିନର

ବ୍ରିସ୍‌ବେନ୍‌,୧୧।୧୨: ଅଷ୍ଟ୍ରେଲୀୟ ଅଭିଜ୍ଞ ସ୍ପିନର ନାଥନ ଲିୟନ ଏକ ବିରଳ ସଫଳତା ହାସଲ କରିଛନ୍ତି। ଇଂଲଣ୍ଡ ବିପକ୍ଷ ପ୍ରଥମ ଆଶେସ ଟେଷ୍ଟରେ ସେ ୪୦୦ ଉଇକେଟ ଅକ୍ତିଆର କରି ଏଲିଟ୍‌ କ୍ଲବରେ ସାମିଲ ହୋଇଛନ୍ତି। ୩୯୯ ଉଇକେଟ ହାସଲ କରିଥିବା ଲିୟନଙ୍କୁ ଆଉ ଗୋଟିଏ ଉଇକେଟ ହାସଲ କରିବା ପାଇଁ ୧୧ମାସ ଅପେକ୍ଷା କରିବାକୁ ପଡିଥିଲା। ଅଷ୍ଟ୍ରେଲିଆର ତୃତୀୟ ବୋଲର ଭାବେ ସେ ଏହି ସଫଳତା ପାଇଛନ୍ତି। ପୂର୍ବରୁ କିମ୍ବଦନ୍ତୀ ସ୍ପିନର ଶେନ ଓ୍ବର୍ନ ଓ ଗ୍ଲେନ ମ୍ୟାକଗ୍ରା ୪୦୦ରୁ ଉର୍ଦ୍ଧ ଉଇକେଟ ହାସଲ କରିଥିଲେ। ଫଳରେ ଲିୟନ ଓ୍ବର୍ନ ଓ ମ୍ୟାକଗ୍ରାଙ୍କ କ୍ଲବରେ ସାମିଲ ହୋଇଛନ୍ତି। ପ୍ରଥମ ଇନିଂସରେ ଲିୟନ ଗୋଟିଏ ହେଲେ ଉଇକେଟ ହାସଲ କରି ନ ଥିଲେ। ତେବେ ଦ୍ୱିତୀୟ ଇନିଂସରେ ସେ ୪ ଉଇକେଟ ପାଇଥିଲେ। ଦାଓ୍ବିଦ ମଲନଙ୍କୁ ଆଉଟ କରି ସେ ଏହି ମାଇଲଖୁଣ୍ଟ ଛୁଇଁ ଥିଲେ। ୧୦୧ଟି ଟେଷ୍ଟ ଖେଳି ୪୦୩ ଉଇକେଟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri