Posted inଜାତୀୟ

ବୀର ଯବାନଙ୍କ ପଛରେ ରହିଛି ଦେଶ: ମୋଦି

ନୂଆଦିଲ୍ଲୀ, ୧୪।୯: ସୋମବାର ଲୋକ ସଭା ଏବଂ ରାଜ୍ୟ ସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ଭବନରେ ପହଞ୍ଚି ସୀମାରେ ଶତ୍ରୁ ସହିତ ଲଢୁଥିବା ଯବାନଙ୍କ ମନୋବଳ ବଢ଼ାଇଛନ୍ତି। ମୋଦି କହିଛନ୍ତି ଯେ, ଯବାନଙ୍କ ପଛରେ ଦେଶ ଛିଡ଼ା ହୋଇଛି। ଚାଇନା ସହିତ ଜାରି ରହିଥିବା ସୀମା ବିବାଦ ସମୟରେ ପ୍ରଧାନମନ୍ତ୍ରୀଙ୍କ ଏଭଳି ମନ୍ତବ୍ୟ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଉଚ୍ଚ ପାହାଡ଼ରେ ବିଭିନ୍ନ ପ୍ରାକୃତିକ ସମସ୍ୟା ମଧ୍ୟରେ ଦେଶର ବୀର ଯବାନ ଦେଶର ସୀମାରେ ମୁତୟନ ରହିଛନ୍ତି। ଯେଭଳି ଆତ୍ମବିଶ୍ୱାସ ସହିତ ଯବାନମାନେ ସୀମାରେ ଦେଶର ରକ୍ଷା କରୁଛନ୍ତି, ସେମାନଙ୍କ ପାଇଁ ସଂସଦର ସମସ୍ତ ସଦସ୍ୟ ନିଶ୍ଚିତ ଏକଜୁଟ ହେବେ ବୋଲି ମୋଦି କହିଛନ୍ତି। ଏହା ସହିତ କରୋନା ମହାମାରୀ ସଙ୍କଟରେ ସତର୍କ ରହିବା ଲାଗି ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଶୀଘ୍ର କରୋନା ପ୍ରତିଷେଧକ ଟିକା ଆସିଲେ ଏହି ସମସ୍ୟାର ସମାଧାନ ହେବ। ଯେପର୍ଯ୍ୟନ୍ତ ଟିକା ନ ଆସିଛି ସେ ପର୍ଯ୍ୟନ୍ତ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ପାଳନ କରିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri