ବ୍ରହ୍ମବୀଣା ବାଦକ ଆନନ୍ଦ ବାଗଙ୍କୁ ଜାତୀୟ ଅମୃତ ପୁରସ୍କାର

ପଦ୍ମପୁର,୧୭ା୯(ପ୍ରଦୀପ୍ତ ଦାଶ): ଭାରତ ସରକାରଙ୍କ ନୂଆଦିଲ୍ଲୀସ୍ଥିତ କେନ୍ଦ୍ର ନାଟକ ଏକାଡେମୀ ପକ୍ଷରୁ ଦେଶର ୭୫ ଜଣ ବରିଷ୍ଠ ଶିଳ୍ପୀଙ୍କୁ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ କରାଯାଇଛି। ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ମାନ୍ୟବର ଉପରାଷ୍ଟ୍ରପତି ଜଗଦୀପ ଧନଖର ଏହି ସମ୍ମାନଜନକ ଅମୃତ ପୁରସ୍କାର ପ୍ରଦାନ କରିଛନ୍ତି। ଲୋକବାଦ୍ୟ ବ୍ରହ୍ମବୀଣା ବାଦକ ଆନନ୍ଦ ବାଗ ଅନ୍ୟତମ। ବରଗଡ଼ ଜିଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ବିଶିପାଲି ଗ୍ରାମର ଏହି ଶିଳ୍ପୀ ସାରା ଜୀବନ ଲୋକବାଦ୍ୟ ବ୍ରହ୍ମବୀଣାର ବାଦନ ଓ ଗାୟନରେ ସମର୍ପିତ ହୋଇଛନ୍ତି। ୮୫ ବର୍ଷ ବୟସର ଏହି ବରିଷ୍ଠ କଳାକାର ଦେବଗୁନିଆ ସଂପ୍ରଦାୟର କୌଳିକ ଲୋକବାଦ୍ୟ ବ୍ରହ୍ମବୀଣାକୁ ଜାତୀୟ ସ୍ତରରେ ବିଭିନ୍ନ ସ୍ବନାମଧନ୍ୟ ମଞ୍ଚରେ ପରିବେଷଣ କରି ଅଞ୍ଚଳକୁ ଗୌରବ ଆଣିଛନ୍ତି। ସେ ବୁରୋମୁଣ୍ତା ଗ୍ରାମରେ ଥିବା କଳାଗ୍ରାମ ଆଦିବାଦ୍ୟଦଳର ଜଣେ ସକ୍ରିୟ ସଦସ୍ୟ।

ସୂଚନାଯୋଗ୍ୟ, ସେ ଏଭଳି ସମ୍ମାନଜନକ କେନ୍ଦ୍ର ସଙ୍ଗୀତ ଏକାଡେମୀ ପୁରସ୍କାର ପାଇବା କ୍ଷେତ୍ରରେ ପଶ୍ଚିମ ଓଡ଼ିଶାରେ ପ୍ରଥମ ଲୋକ କଳାକାର। ଏକ ଅଖ୍ୟାତ ପଲ୍ଲୀରୁ ଦିଲ୍ଲୀ ଜାତୀୟସ୍ତରକୁ ପହଞ୍ଚିବାରେ ରବିରତନ ସାହୁଙ୍କ ଅବଦାନକୁ କେହି ଅସ୍ବୀକାର କରି ପାରିବେ ନାହିଁ। ଜାତୀୟ ଅମୃତ ପୁରସ୍କାର ପାଇବା ପରେ ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି। ଆନନ୍ଦଙ୍କୁ ଅନେକ କଳାକାର,ଶୁଭେଚ୍ଛୁଙ୍କ ପ୍ରଶଂସାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri