Posted inଜାତୀୟ

ମଦ୍ରାସାରେ ଜାତୀୟ ସଙ୍ଗୀତ ବାଧ୍ୟତାମୂଳକ

ଲକ୍ଷ୍ନୌ,୧୨ ।୫: ଉତ୍ତର ପ୍ରଦେଶର ସମସ୍ତ ମଦ୍ରାସାରେ ଗୁରୁବାରଠାରୁ ଜାତୀୟ ସଙ୍ଗୀତ ଗାନକୁ ବାଧ୍ୟତାମୂଳକ କରାଯାଇଛି । ଉତ୍ତର ପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡର ରେଜିଷ୍ଟ୍ରାର ଏସ ଏନ ପାଣ୍ଡେ ସମସ୍ତ ଜିଲା ଅଳ୍ପସଂଖ୍ୟକ କଲ୍ୟାଣ ଅଧିକାରୀଙ୍କୁ ଏ ସମ୍ପର୍କରରେ ନିର୍ଦ୍ଦେଶ ଜାରି କରିଛନ୍ତି । ଏଥିରେ ଶ୍ରୀ ପାଣ୍ଡେ କହିଛନ୍ତି, ଗତ ୨୪ ମାର୍ଚ୍ଚରେ ବୋର୍ଡ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ, ନୂଆ ଶିକ୍ଷାବର୍ଷ ଆରମ୍ଭରେ ମଦ୍ରାସାରେ ପ୍ରାର୍ଥନା ସମୟରେ ରାଷ୍ଟ୍ରୀୟ ସଙ୍ଗୀତକୁ ଅନିର୍ବାଯ୍ୟ କରାଯାଇଛି । ପାଣ୍ଡେ କହିଛନ୍ତି ରମଜାନ ମାସ ଲାଗି ମଦ୍ରାସା ୩୦ ମାର୍ଚ୍ଚରୁ ୧୧ ମେ’ ପର୍ଯ୍ୟନ୍ତ ବନ୍ଦଥିଲା । ୧୨ ମେ’ରୁ ନିୟମିତ ଭାବେ କ୍ଲାସ ଆରମ୍ଭ ହେଲା ତେଣୁ ଗୁରୁବାରଠାରୁ ଏହା ଲାଗୁ କରାଯାଇଛି । ସମସ୍ତ ସରକାରୀ ଓ ବେସରକାରୀ ମଦ୍ରାସାରେ ଶିକ୍ଷାବର୍ଷ ଆରମ୍ଭରୁ ଏହା ଲାଗୁ କରାଯିବ । ସମସ୍ତ ମଦ୍ରାସାରେ ସମବେତ ଭାବେ ଶିକ୍ଷକ ଓ ଛାତ୍ରମାନେ ଜାତୀୟ ସଙ୍ଗୀତ ଗାନ କରିବେ । ଜିଲା ଅଳ୍ପ ସଂଖ୍ୟକ କଲ୍ୟାଣ ଅଧିକାରୀ ଏହି ନିର୍ଦ୍ଦେଶର ପାଳନ ହେଉଛି କି ନା ତା’ ଉପରେ ଧ୍ୟାନ ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri