ଓସ୍‌ଡମାକୁ ମିଳିବ ଜାତୀୟ ପୁରସ୍କାର

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ବିଭିନ୍ନ ସମୟରେ ବାତ୍ୟା, ବନ୍ୟା, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟକୁ ଓଡ଼ିଶା ସମ୍ମୁଖୀନ ହେଉଛି। ୧୯୯୯ ମହାବାତ୍ୟା ରାଜ୍ୟ ପାଇଁ ଏକ ଅଭୁଲା ସ୍ମୃତି ଛାଡ଼ିଦେଇ ଯାଇଛି। ସେଥିରୁ ଶିକ୍ଷା ଗ୍ରହଣ କରି ରାଜ୍ୟ ସରକାର ବିପର୍ଯ୍ୟୟ ମୁକାବିଲାକୁ ଗୁରୁତ୍ୱ ଦେଇ ଆସିଛନ୍ତି। ସ୍କୁଲ ଓ କଲେଜ ପାଠ୍ୟକ୍ରମରେ ବିପର୍ଯ୍ୟୟ ମୁକାବିଲା ବିଷୟକୁ ସାମିଲ କରାଯାଇଛି। ପିଲାମାନେ ଛାତ୍ର ଜୀବନରୁ ବିପର୍ଯ୍ୟୟକୁ କିପରି ସମ୍ମୁଖୀନ ହେବାକୁ ପଡ଼ିବ ଓ ସେଥିରୁ ନିଜକୁ କିପରି ରକ୍ଷା କରାଯାଇ ପାରିବ ସେ ନେଇ ଶିକ୍ଷାଗ୍ରହଣ କରିବେ। ଏଥିସହିତ ଅଙ୍ଗନଓ୍ବାଡି କର୍ମୀ, ପୋଲିସ କନ୍‌ଷ୍ଟେବଲ, ଫରେଷ୍ଟର, ମିଶନ ଶକ୍ତିର ସଦସ୍ୟମାନଙ୍କୁ ଏବେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ତାଲିମ ଦିଆଯିବ ବୋଲି ମଙ୍ଗଳବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା କହିଛନ୍ତ ା ସେ କହିଛନ୍ତି ଯେ ଓଡ଼ିଶା ଫାୟାର ସର୍ଭିସ୍‌କୁ ଅତ୍ୟାବଶ୍ୟକ ଜ୍ଞାନକୌଶଳରେ ସଜ୍ଜିତ କରାଯାଇ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଓ ସରଞ୍ଜାମ ଯୋଗାଇ ଦିଆଯିବ। ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓସ୍‌ଡମା)କୁ ଜାତୀୟ ସୁଭାଷ ଚନ୍ଦ୍ର ବୋଷ ଆପଦ ପ୍ରବନ୍ଧନ ପୁରସ୍କାର ପାଇଁ ଚୟନ କରାଯାଇଛି ା ଭାରତ ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ୨୦୨୩ ମସିହା ପାଇଁ ଓସ୍‌ଡମାକୁ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଉତ୍କର୍ଷ ପାଇଁ ଏହି ସମ୍ମାନଜନକ ଜାତୀୟ ପୁରସ୍କାର ପ୍ରଦାନ କରାଯିବ। ଏହି ପୁରସ୍କାର ଆମକୁ ଅଧିକ ଦାୟିତ୍ୱବାନ କରିଛି। ଆଗାମୀ ଦିନରେ ଏ କ୍ଷେତ୍ରରେ ଆଗକୁ ରହିବାକୁ ପଡ଼ିବ ବୋଲି ସେ କହିଛନ୍ତି।
୧୯୯୯ ମହାବାତ୍ୟା ପରଠାରୁ ଯେଉଁ ପଦକ୍ଷେପ ଗ୍ରହଣ କରାଯାଇଛି ଗତ ବାତ୍ୟାଗୁଡ଼ିକରେ କ୍ଷୟକ୍ଷତି ହ୍ରାସପାଇଛି। ମୁଖ୍ୟମନ୍ତ୍ରୀଙ୍କ ଉକ୍ତି ହେଉଛି ‘ପ୍ରତ୍ୟେକଟି ଜୀବନ ଆମ ପାଇଁ ମୂଲ୍ୟବାନ’। ଏହା ହିଁ ହେଉଛି ଓସ୍‌ଡମାର ଦର୍ଶନ ା ଏହାକୁ ପାଥେୟ କରି ଓସ୍‌ଡମା କାର୍ଯ୍ୟକରି ଚାଲିଛି ା ସରକାରଙ୍କ ଦକ୍ଷ ନୀତି ଯୋଗୁ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ମଡେଲ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ଜାତିସଂଘ ଦ୍ୱାରା ମଧ୍ୟ ଓଡ଼ିଶା ପ୍ରଶଂସିତ ହୋଇଛି ା ଧନଜୀବନ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଅତ୍ୟାଧୁନିକ ଓ ସୁଦୃଢ଼ ବିପର୍ଯ୍ୟୟ ପରିଚାଳନା ସହ ବିପର୍ଯ୍ୟୟ ପ୍ରଶମନରେ ଗୋଷ୍ଠୀ ସହଭାଗିତା ବୃଦ୍ଧିକୁ ସରକାର ଗୁରୁତ୍ୱଦେଇ ଆସୁଛନ୍ତି ା ଅନ୍ୟପକ୍ଷରେ ବଜ୍ରପାତ, ଅଗ୍ନିକାଣ୍ଡ, ସାପ କାମୁଡ଼ା ଯୋଗୁ ଅନେକ ଜୀବନହାନି ହେଉଛି ା ସରକାର ଏବେ ଏ ଦିଗରେ ଗୁରୁତ୍ୱ ଦେଉଛନ୍ତି ା ଆଗାମୀ ବର୍ଷଗୁଡ଼ିକରେ ଏହାର ସୁଫଳ ମିଳିବ ା ପାଣିରେ ବୁଡ଼ି ମୃତ୍ୟୁ ମଧ୍ୟ ଏକ ଚିନ୍ତାଜନକ ବିଷୟ ା ଏ କ୍ଷେତ୍ରରେ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଉଛି ା ଏବେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଠ୍ୟକ୍ରମରେ ବିପର୍ଯ୍ୟୟ ପରିଚାଳନାକୁ ସାମିଲ କରାଯାଇଛି। ଏଣିକି ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଶିକ୍ଷା ଦିଆଯିବ। ଫଳରେ ଆପଦକାଳୀନ ପରିସ୍ଥିତିର ସମ୍ମୁଖୀନ ହେବାରେ କୌଣସି ଅସୁବିଧା ହେବ ନାହିଁ ବୋଲି ଏସ୍‌ଆରସି କହିଛନ୍ତି। ଏହି ଅବସରରେ ଓସ୍‌ଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଜ୍ଞାନ ଦାସ, ଯୁଗ୍ମ ସ୍ବତନ୍ତ୍ର ରିଲିଫ୍‌ କମିଶନର ପଦ୍ମନାଭ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?