ବିଜ୍ଞାନ ଲେଖକ ପ୍ରଫେସର ରମେଶ ଚନ୍ଦ୍ର ପରିଡ଼ାଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୧୦ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟର ‘ନ୍ୟାଶନାଲ କାଉନ୍‌ସିଲ ଅଫ୍‌ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି କମ୍ୟୁନିକେଶନ ବିଭାଗ ବିଜ୍ଞାନକୁ ଜନପ୍ରିୟ କରୁଥିବା ବ୍ୟକ୍ତି ବିଶେଷ ତଥା ଅନୁଷ୍ଠାନକୁ ପ୍ରତିବର୍ଷ ଜାତୀୟ ବିଜ୍ଞାନ ଦିବସ ଅବସରରେ ପୁରସ୍କୃତ କରାଯାଇଥାଏ। ୨୦୨୧ ମସିହା ପାଇଁ ଲେଖା ମାଧ୍ୟମରେ ବିଜ୍ଞାନକୁ ଜନପ୍ରିୟ କରୁଥିବା ପ୍ରଫେସର ରମେଶ ଚନ୍ଦ୍ର ପରିଡ଼ା ସେଥିପାଇଁ ମନୋନୀତ ହୋଇଛନ୍ତି। ଆଗାମୀ ଫେବୃୟାରୀ ୨୮ରେ ଦିଲ୍ଲୀଠାରେ ଅନୁଷ୍ଠିତ ଏକ ଉତ୍ସବରେ ତାଙ୍କୁ ପୁରସ୍କୃତ କରାଯିବ। ରାଷ୍ଟ୍ରପତି ଏହି ପୁରସ୍କାର ପ୍ରଦାନ କରିବେ।

ପ୍ରଫେସର ପରିଡ଼ାଙ୍କ ଘର କେନ୍ଦ୍ରାପଡ଼ା ଜିଲା ଯମପଡ଼ା ଗ୍ରାମରେ। ସେ ଭ୍ରମରବର ପରିଡ଼ା ଏବଂ ସତ୍ୟଭାମାଙ୍କ ଜ୍ୟେଷ୍ଠ ପୁତ୍ର। ସେ ୧୯୪୭ ଜାନୁୟାରୀ ୪ରେ ଜନ୍ମଗ୍ରହଣ କରିଥିଲେ। ସେ ଦୀର୍ଘ ୫୫ ବର୍ଷରୁ ଊର୍ଦ୍ଧ୍ୱକାଳ ଧରି ଲେଖା ମାଧ୍ୟମରେ ବିଜ୍ଞାନକୁ ଜନପ୍ରିୟ କରିଆସୁଛନ୍ତି। ଇତି ମଧ୍ୟରେ ସେ ଓଡ଼ିଆ ଏବଂ ଇଂରାଜୀରେ ୧୦୨ ପୁସ୍ତକ ଏବଂ ୩ ହଜାରରୁ ଅଧିକ ଲେଖା ପ୍ରକାଶ କରିଛନ୍ତି। ସେଥିପାଇଁ ତାଙ୍କୁ ଓଡ଼ିଶା ବିଜ୍ଞାନ ଏକାଡେମୀ, ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ସର୍ବଭାରତୀୟ ଜନ ବିଜ୍ଞାନ କଂଗ୍ରେସ ସମେତ ୨୦ଟି ସୁନାମଧନ୍ୟ ଅନୁଷ୍ଠାନ ପକ୍ଷରୁ ପୁରସ୍କୃତ କରାଯାଇଛି।
ରେଭେନ୍ସା ମହାବିଦ୍ୟାଳୟରୁ ୧୯୬୮ରେ ସେ ରସାୟନ ବିଜ୍ଞାନରେ ସ୍ନାତକୋତ୍ତର ଏବଂ ୧୯୯୦ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପିଏଚ୍‌ଡି ହାସଲ କରିଥିଲେ। ସେ ବାଣପୁରସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଡାମନ ସରକାରୀ ମହାବିଦ୍ୟାଳୟରେ ଅଧ୍ୟାପନା ପରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ମୌଳିକ ବିଜ୍ଞାନ ଓ କଳା ମହାବିଦ୍ୟାଳୟରୁ ୨୦୦୭ରେ ପ୍ରଫେସର ରୂପେ ଅବସର ଗ୍ରହଣ କରିଛନ୍ତି। ଇତିମଧ୍ୟରେ ବୋରାହାଟ(ଆସାମ)ସ୍ଥିତ ଆଞ୍ଚଳିକ ଗବେଷଣାଗାରରେ ବୈଜ୍ଞାନିକ ଏବଂ ସୁନାବେଡ଼ାସ୍ଥିତ ଏରୋନଟିକ୍ସ ମହାବିଦ୍ୟାଳୟରେ ଅଧ୍ୟକ୍ଷ ରୂପେ ମଧ୍ୟ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri