କ୍ରୁଟ୍‌କୁ ପୁଣି ଜାତୀୟ ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୭।୧୧ (ବ୍ୟୁରୋ):‘ମୋ ବସ୍‌’ ସେବା ଯୋଗାଉଥିବା କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଆଉଏକ ସଫଳତାର ପାହାଚ ଚଢିବା ସହିତ ପୁଣି ଜାତୀୟ ପୁରସ୍କାର ହାତେଇଛି। ସର୍ବୋତ୍ତମ ନଗର ପରିବହନ ପ୍ରକଳ୍ପ କାର୍ଯ୍ୟକାରୀ କରିବା କ୍ଷେତ୍ରରେ କ୍ରୁଟ୍‌ ଚତୁର୍ଥଥର ପାଇଁ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ବର୍ଗରେ ଜାତୀୟ ଉତ୍କର୍ଷ ପୁରସ୍କାର ମିଳିଛି। ଭାରତ ସରକାରଙ୍କ ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା କେରଳର କୋଚିଠାରେ ଆୟୋଜିତ ୧୫ତମ ଅର୍ବାନ ମୋବିଲିଟି ଇଣ୍ଡିଆନ୍‌ କନ୍‌ଫରେନ୍ସ ଆଣ୍ଡ୍‌ ଏକ୍ସପୋ-୨୦୨୨ରେ କ୍ରୁଟ୍‌ ମହାପ୍ରବନ୍ଧକ ଦିପ୍ତି ମହାପାତ୍ର ଏହି ପୁରସ୍କାର ଗ୍ରହଣ କରିଥିଲେ।
ପ୍ରତ୍ୟେକ ପଦକ୍ଷେପରେ ‘ଦି ୱେ ୱି ମୁଭ୍‌’ (ଆମେ ଯେଉଁ ଭାବରେ ଗତି କରୁ)କୁ ପୁନଃ ବ୍ୟାଖ୍ୟା କରି କ୍ରୁଟ୍‌ ଏହାର ସମସ୍ତ ଯାତ୍ରୀଙ୍କୁ ‘ରାଇଡ୍‌ ୱିଥ୍‌ ପ୍ରାଇଡ୍‌ ବା ଗର୍ବର ସହିତ ଯାତ୍ରା’କୁ ନିଶ୍ଚିତ କରି ଦେଶର ଗଣପରିବହନ ସେବା ପ୍ରଦାନକାରୀଙ୍କ ପାଇଁ ଏକ ମାନଦଣ୍ଡ ସ୍ଥିର କରିବାରେ ସଫଳ ହୋଇଛି। ଏନେଇ ଦିପ୍ତି କହିଛନ୍ତି, ଏହା ଅତ୍ୟନ୍ତ ସମ୍ମାନଜନକ ପୁରସ୍କାର। ଚଳିତବର୍ଷ ପୁନର୍ବାର ଏହି ପୁରସ୍କାର ମିଳିବା ଆଗକୁ କାର୍ଯ୍ୟ କରିବା ପାଇଁ ପ୍ରେରଣା ଦେଇଛି। ମୋ ଇ-ରାଇଡ୍‌ ଏବଂ ଇ-ବସ୍‌ ଯାତ୍ରୀଙ୍କ ଦ୍ୱାରା ପ୍ରଶଂସିତ ହୋଇଛି। ଏହି ଜାତୀୟ ପୁରସ୍କାର ରାଜ୍ୟ ତଥା ଆମ ଯାତ୍ରୀଙ୍କ ପାଇଁ ଉତ୍ସର୍ଗୀକୃତ ବୋଲି ସେ ମତ ଦେଇଛନ୍ତି। ସେହିପରି କ୍ରୁଟ୍‌ ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି, କ୍ରୁଟ ପାଇଁ ପୁନର୍ବାର ଏଭଳି ସମ୍ମାନଜନକ ପୁରସ୍କାର ପାଇବା ଅତ୍ୟନ୍ତ ଗର୍ବର ବିଷୟ। ଜନସାଧାରଣଙ୍କ ଗମନାଗମନ ସେବାକୁ ଉତ୍କୃଷ୍ଟ କରିବା ତଥା ରାଜ୍ୟ ପାଇଁ ଆହୁରି ଗୌରବ ଆଣିବା ପାଇଁ ଆମେ କ୍ରମାଗତ ଭାବେ ଉଦ୍ୟମ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି: ଚିଠି କରି କାମ ସାରିଦେଲେ…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri