ଓଡ଼ିଶାର ୪ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୨ (ଅସମାପିକା ସାହୁ):ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ଅନୁଷ୍ଠାନ (ଏନ୍‌ଆଇଇପିଏ) ଦ୍ୱାରା ନୂଆଦିଲ୍ଲୀର ଡ. ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶିକ୍ଷା ପ୍ରଶାସନ କ୍ଷେତ୍ରରେ ଅଭିନବ ପ୍ରୟାସ ପାଇଁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି। ଏଥିରେ ଓଡ଼ିଶାର ୪ଜଣ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର ମିଳିଛି। ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ବିଭିନ୍ନ ସ୍ତରରେ କାର୍ଯ୍ୟରତ ୪ଜଣ ଶିକ୍ଷାଧିକାରୀଙ୍କୁ ଶିକ୍ଷା ପ୍ରଶାସନ କ୍ଷେତ୍ରରେ ଅଭିନବ ପ୍ରୟାସ ପାଇଁ ୨୦୨୦ -୨୦୨୧ ଓ ୨୦୨୧ -୨୦୨୨ ବର୍ଷ ନିମନ୍ତେ ସମ୍ମାନଜନକ ଜାତୀୟ ପୁରସ୍କାର ମିଳିଛି। ସେମାନେ ହେଲେ ବାଲିପାଟଣା ପ୍ରାକ୍ତନ ବ୍ଲକ ଶିକ୍ଷାଧିକାରୀ ତଥା ବର୍ତ୍ତମାନର ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ଉପନିର୍ଦ୍ଦେଶକ ମହେଶ୍ୱର ସାହୁ, କଟକ ଅତିରିକ୍ତ ଜିଲା ଶିକ୍ଷାଧିକାରୀ ସନ୍ତୋଷ କୁମାର ରାଉତ, ଭୁବନେଶର ବ୍ଲକ ଶିକ୍ଷାଧିକାରୀ ପ୍ରଜ୍ଞା ପାରମିତ ଜେନା ଏବଂ ଗଞ୍ଜାମ ବ୍ଲକ ଶିକ୍ଷାଧିକାରୀ ଭାଗୀରଥି ବେହେରା। ସୁନ୍ଦର ବିଦ୍ୟାଳୟ ପରିବେଶରେ ଆନନ୍ଦଦାୟକ ଶିକ୍ଷା ଦିଗରେ ଅଭିନବ ପ୍ରୟାସ ପାଇଁ ମହେଶ୍ୱର ସାହୁଙ୍କୁ ଜାତୀୟ ପୁରସ୍କାର ମିଳିଥିବା ବେଳେ ଛାତ୍ରୀଛାତ୍ରଙ୍କ ଅନଲାଇନ ପାଠପଢ଼ା ପାଇଁ ଶିକ୍ଷଣ ସାମଗ୍ରୀ ସୃଷ୍ଟି ଓ ତାହାର ଉପଯୋଗ ଉପରେ ଡ. ସନ୍ତୋଷ କୁମାର ରାଉତଙ୍କୁ ଏହି ପୁରସ୍କାର ମିଳିଛି। ପ୍ରଜ୍ଞା ପାରମିତା ଜେନାଙ୍କୁ ବଗିଚାରେ ପାଠପଢ଼ା ଓ ଅନ୍ୟ ଅଭିନବ ପ୍ରୟାସ ପାଇଁ ଏବଂ ଭାଗୀରଥୀ ବେହେରାଙ୍କୁ ବିଦ୍ୟାଳୟ ସ୍ତରରେ ଶିଶୁ ଲେଖକ ସୃଷ୍ଟି ଦିଗରେ ପ୍ରଚେଷ୍ଟା ଲାଗି ଜାତୀୟ ପୁରସ୍କାର ଓ ପ୍ରଶଂସା ପତ୍ର ମିଳିଛି। ଏହି ଶିକ୍ଷାଧିକାରୀମାନେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କଠାରୁ ଏହି ସମ୍ମାନଜନକ ଜାତୀୟ ପୁରସ୍କାର ଗ୍ରହଣ କରି ଜାତୀୟ ସ୍ତରରେ ଓଡ଼ିଶାର ସମ୍ମାନ ବୃଦ୍ଧି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri