“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ରାଜ୍ୟର ଜାତୀୟ ଓ ରାଜ୍ୟ ସ୍ତରୀୟ ପୁରସ୍କାରପ୍ରାପ୍ତ ଶିକ୍ଷକମାନଙ୍କୁ ନିମନ୍ତ୍ରଣ କରାଯାଇଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ୧୫ ଜଣ ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କ ଏକ ତାଲିକା ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ପଠାଯାଇଛି। ବିଭାଗର ଅତିରିକ୍ତ ସଚିବ ନିତ୍ୟାନନ୍ଦ ସିଂହଙ୍କ ଦ୍ୱାରା ଏନେଇ ଏକ ଚିଠି ଜାରି କରାଯାଇଛି।

ଆସନ୍ତା ଅଗଷ୍ଟ ୧୫ ତାରିଖ ସନ୍ଧ୍ୟା ୬:୧୫ ମିନିଟ୍‌ରେ ଲୋକ ସେବା ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା  ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଖ୍ୟାତ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ଅଜିତ କୁମାର ସେଠୀଙ୍କୁ ଏହି ସମ୍ମାନଜନକ କାର୍ଯ୍ୟକ୍ରମରେ ଯୋଗଦେବା ନିମନ୍ତେ ଆନୁଷ୍ଠାନିକ ଭାବେ ଡାକରା ଆସିଛି।

ପ୍ରକାଶ ଯୋଗ୍ୟ, ଅଜିତ ଶିକ୍ଷାଦାନ କ୍ଷେତ୍ରରେ ରଖିଥିବା ଅତୁଳନୀୟ ଅବଦାନ ପାଇଁ ୨୦୨୧ ମସିହାରେ ଗୁରୁ ଦିବସ ଅବସରରେ ଦେଶର ତତ୍କାଳୀନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କଠାରୁ ପ୍ରତିଷ୍ଠିତ ରାଷ୍ଟ୍ରପତି ପୁରସ୍କାର ଗ୍ରହଣ କରିଥିଲେ। ତାଙ୍କର ଏହି ନୂତନ ସଫଳତା ଏବଂ ଆଟ୍ ହୋମ୍ କାର୍ଯ୍ୟକ୍ରମକୁ ଆମନ୍ତ୍ରଣ ପାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଶିକ୍ଷାପ୍ରେମୀ ଓ ବୁଦ୍ଧିଜୀବୀମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?