ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ): ନୂଆଦିଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଯୋଗଦେଇ ଭାରତର ସମୃଦ୍ଧ ଏବଂ ବିବିଧ ହସ୍ତତନ୍ତ ବୟନ ପରମ୍ପରାକୁ ସମ୍ମାନ ପ୍ରଦର୍ଶନ କରୁଥିବା ୪ଟି ସ୍ମାରକୀ ଡାକଟିକଟ ଉନ୍ମୋଚନ କରିବା ସହ ଦେଶର ମୋଟ ୨୨ଜଣ ବୁଣାକାରଙ୍କୁ ‘ସନ୍ଥ କବୀର ହସ୍ତତନ୍ତ ପୁରସ୍କାର’ ଓ ‘ଜାତୀୟ ହସ୍ତତନ୍ତ ପୁରସ୍କାର ୨୦୨୫’ ପ୍ରଦାନ କରିଛନ୍ତି। ଏମାନଙ୍କ ମଧ୍ୟରେ ଓଡ଼ିଶାର ୨ଜଣ ବୁଣାକାର ରାଷ୍ଟ୍ରପତିଙ୍କଠାରୁ ଜାତୀୟ ପୁରସ୍କାର ପାଇଛନ୍ତି। ବରଗଡ଼ ଜିଲାର ଜଣାଶୁଣା ବୁଣାକାର ରାମ ମେହେର ବିଚିତ୍ରପୁରୀ ଖଦୀ ଶାଢ଼ୀ ବୁଣାରେ ଅସାଧାରଣ ଦକ୍ଷତା ଲାଗି ‘ସନ୍ଥ କବୀର ହସ୍ତତନ୍ତ ପୁରସ୍କାର’ ପାଇଛନ୍ତି। ଅତାବିରା ଝିଲିମିଣ୍ଡା ଗ୍ରାମର ବାସିନ୍ଦା ମେହରଙ୍କର ବିଚିତ୍ରପୁରୀ ବା ବିଚିଟପର ଶାଢ଼ୀ ବୁଣା କ୍ଷେତ୍ରରେ ଦୀର୍ଘ ବର୍ଷର ଅଭିଜ୍ଞତା ରହିଛି। ସେହିପରି ଜଗତସିଂହପୁର ଜିଲା ବାଇଜଙ୍ଗା ସିଙ୍ଗିପୁର ଅଞ୍ଚଳର ବୁଣାକାର ପ୍ରଫୁଲ୍ଲ କୁମାର ସାହୁ ରାଷ୍ଟ୍ରପତିଙ୍କଠାରୁ ‘ଜାତୀୟ ହସ୍ତତନ୍ତ ପୁରସ୍କାର’ ପାଇଛନ୍ତି। ପାରମ୍ପରିକ ଜଗତ୍‌ସିଂହପୁର ଶାଢ଼ୀ ବୁଣା କ୍ଷେତ୍ରରେ ଦୀର୍ଘଦିନର ଅଭିଜ୍ଞତା ଏବଂ ଏହି ପାରମ୍ପରିକ ପଦ୍ଧତିର ପ୍ରୋତ୍ସାହନ ନିମନ୍ତେ ସାହୁଙ୍କୁ ଏହି ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ଶହ ଶହ ବର୍ଷ ଧରି ହସ୍ତତନ୍ତ ଭାରତୀୟ ସଭ୍ୟତାର ବିବର୍ତ୍ତନ ଯାତ୍ରାର ଏକ ଅବିଚ୍ଛେଦ୍ୟ ଅଂଶ ହୋଇ ରହିଛି। ଏହା ଆମ ଦେଶର ଅସାଧାରଣ ବିବିଧତାକୁ ପ୍ରତିଫଳିତ କରେ ଏବଂ ଆମର ଆଞ୍ଚଳିକ ସ୍ବତନ୍ତ୍ରତାକୁ ସଂରକ୍ଷଣ କରିଆସିଛି। ହସ୍ତତନ୍ତ କ୍ଷେତ୍ର ରୋଜଗାର, ମହିଳା ସଶକ୍ତୀକରଣ, କଳା ଓ ସଂସ୍କୃତି ଏବଂ ପ୍ରକୃତି ପ୍ରତି ଭଲ ପାଇବାକୁ ପ୍ରୋତ୍ସାହିତ କରେ। ହସ୍ତତନ୍ତକୁ ଭାରତର ସ୍ବାଧୀନତା ସଂଗ୍ରାମ ଏବଂ ଆତ୍ମନିର୍ଭରଶୀଳତା ଭାବନା ସହିତ ମଧ୍ୟ ଯୋଡାଯାଇଛି ବୋଲି ସେ କହିଛନ୍ତି। ତେବେ ହସ୍ତନ୍ତ କ୍ଷେତ୍ରରେ ଜାତୀୟ ପୁରସ୍କାର ପାଇଥିବା ରାମ ମେହେର ଓ ପ୍ରଫୁଲ୍ଲ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଆକାଉଣ୍ଟ ‘X’ରେ ଶୁଭେଚ୍ଛା ଜଣାଇଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ନକଲି ନୋଟ୍‌ ଦେଇ କିଣୁଥିଲେ ବାଇକ୍, ଧରିଲା ବରଗଡ଼ ପୋଲିସ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଜାଲ ନୋଟ୍ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ସୂଚନୀ ଅନୁଯାୟୀ, ବରଗଡ ବ୍ୟାଙ୍କ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?