ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚାର ଦାବିପତ୍ର

କୋରାପୁଟ, ୧୩।୫(ସ୍ବ.ପ୍ର.): ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା କୋରାପୁଟ ଶାଖା ପକ୍ଷରୁ ଶୁକ୍ରବାର ଏକ ଦାବିପତ୍ର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର ମାଝି ଦାବିପତ୍ର ଗ୍ରହଣ କରିଛନ୍ତି। ବର୍ତ୍ତମାନ ରାଜ୍ୟ ସରକାର ଯେଉଁ ଏସଇବିସିଙ୍କ ସ୍ଥିତି ସମ୍ପର୍କରେ ସର୍ଭେ କରୁଛନ୍ତି, ସେଥିରେ ଗୋଟିଏ ପରିବାରର ମୁଖ୍ୟ ସଦସ୍ୟ ସର୍ଭେ କେନ୍ଦ୍ର ଆସି ତଥ୍ୟ ପୂରଣ କରି ପାରିବା ବ୍ୟବସ୍ଥା କରାଯାଇଛି। ଏନୁମେରେଟର କେବଳ ସର୍ଭେ କେନ୍ଦ୍ରରେ ହିଁ ରହି ପ୍ରକ୍ରିୟା ସମ୍ପାଦନା କରିବେ। କିନ୍ତୁ ପଛୁଆବର୍ଗରେ ସଚେତନତା ଅଭାବରୁ ସମସ୍ତେ ଏଥିରେ ସାମିଲ ହେବା ସମ୍ଭବ ନୁହେଁ। ଫଳରେ ଏହି କାର୍ଯ୍ୟ ଅଧୁରା ହେବ। ଗୋଟିଏ କେନ୍ଦ୍ରରେ ସର୍ଭେ କରାଇବା ଏହି ବର୍ଗ ପାଇଁ ଅପମାନ ସୂଚକ ବୋଲି ଦାବିପତ୍ରରେ ଉଲ୍ଲେଖ ରହିଛି। ଯଦି ସରକାର ଏହି ୫୨% ପଛୁଆବର୍ଗଙ୍କ ହିତ ଚାହାନ୍ତି ତେବେ ଘରକୁ ଘର ବୁଲି ସର୍ଭେ କରିବା ସହ ଶିକ୍ଷା, ଚାକିରୀ ଓ ରାଜନୀତି କ୍ଷେତ୍ରରେ ସଂଖ୍ୟା ଅନୁପାତିକ ହକ ପ୍ରଦାନ କରନ୍ତୁ ବୋଲି ଦାବିପତ୍ରରେ ରହିଛି। ଦାବି ସମ୍ପର୍କରେ ଅତିରିକ୍ତ ଜିଲାପାଳଙ୍କ ସହ ସେଠାରେ ଉପସ୍ଥିତ ଥିବା ଜୟପୁର ଉପଜିଲାପାଳ ବେଦବର ପ୍ରଧାନ ଆଲୋଚନା କରିଥିଲେ। ସଚେତନତା ପାଇଁ ବିଭିନ୍ନ ଅଧିକାରୀଙ୍କୁ ତୁରନ୍ତ ପରାମର୍ଶ ଦେଇଥିଲେ। ଏହି ଦାବିପତ୍ର ପ୍ରଦାନ ବେଳେ ଅନ୍ୟମାନଙ୍କ ମଧ୍ୟରେ ଏ.ଗୁପ୍ତେଶ୍‌ର ରାଓ, ଶରତ ଗୌଡ଼, ସଞ୍ଜୟ କୁମାର ଝା, ଉପଦେଷ୍ଟା ବାଲା ରାୟ, ଜିଲା ସଭାପତି ମଦନମୋହନ ନାୟକ, ସମ୍ପାଦକ ପରମେଶ୍ୱର ପାତ୍ର, ରାଜ୍ୟ ସମ୍ପାଦକ ଚନ୍ଦ୍ରକାନ୍ତ ସୁତାର, ରାଜ୍ୟ ଉପସଭାପତି ରାଜେନ୍ଦ୍ର କୁମାର ଗୌଡ଼ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?