ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚାର ଦାବିପତ୍ର

କୋରାପୁଟ, ୧୩।୫(ସ୍ବ.ପ୍ର.): ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା କୋରାପୁଟ ଶାଖା ପକ୍ଷରୁ ଶୁକ୍ରବାର ଏକ ଦାବିପତ୍ର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର ମାଝି ଦାବିପତ୍ର ଗ୍ରହଣ କରିଛନ୍ତି। ବର୍ତ୍ତମାନ ରାଜ୍ୟ ସରକାର ଯେଉଁ ଏସଇବିସିଙ୍କ ସ୍ଥିତି ସମ୍ପର୍କରେ ସର୍ଭେ କରୁଛନ୍ତି, ସେଥିରେ ଗୋଟିଏ ପରିବାରର ମୁଖ୍ୟ ସଦସ୍ୟ ସର୍ଭେ କେନ୍ଦ୍ର ଆସି ତଥ୍ୟ ପୂରଣ କରି ପାରିବା ବ୍ୟବସ୍ଥା କରାଯାଇଛି। ଏନୁମେରେଟର କେବଳ ସର୍ଭେ କେନ୍ଦ୍ରରେ ହିଁ ରହି ପ୍ରକ୍ରିୟା ସମ୍ପାଦନା କରିବେ। କିନ୍ତୁ ପଛୁଆବର୍ଗରେ ସଚେତନତା ଅଭାବରୁ ସମସ୍ତେ ଏଥିରେ ସାମିଲ ହେବା ସମ୍ଭବ ନୁହେଁ। ଫଳରେ ଏହି କାର୍ଯ୍ୟ ଅଧୁରା ହେବ। ଗୋଟିଏ କେନ୍ଦ୍ରରେ ସର୍ଭେ କରାଇବା ଏହି ବର୍ଗ ପାଇଁ ଅପମାନ ସୂଚକ ବୋଲି ଦାବିପତ୍ରରେ ଉଲ୍ଲେଖ ରହିଛି। ଯଦି ସରକାର ଏହି ୫୨% ପଛୁଆବର୍ଗଙ୍କ ହିତ ଚାହାନ୍ତି ତେବେ ଘରକୁ ଘର ବୁଲି ସର୍ଭେ କରିବା ସହ ଶିକ୍ଷା, ଚାକିରୀ ଓ ରାଜନୀତି କ୍ଷେତ୍ରରେ ସଂଖ୍ୟା ଅନୁପାତିକ ହକ ପ୍ରଦାନ କରନ୍ତୁ ବୋଲି ଦାବିପତ୍ରରେ ରହିଛି। ଦାବି ସମ୍ପର୍କରେ ଅତିରିକ୍ତ ଜିଲାପାଳଙ୍କ ସହ ସେଠାରେ ଉପସ୍ଥିତ ଥିବା ଜୟପୁର ଉପଜିଲାପାଳ ବେଦବର ପ୍ରଧାନ ଆଲୋଚନା କରିଥିଲେ। ସଚେତନତା ପାଇଁ ବିଭିନ୍ନ ଅଧିକାରୀଙ୍କୁ ତୁରନ୍ତ ପରାମର୍ଶ ଦେଇଥିଲେ। ଏହି ଦାବିପତ୍ର ପ୍ରଦାନ ବେଳେ ଅନ୍ୟମାନଙ୍କ ମଧ୍ୟରେ ଏ.ଗୁପ୍ତେଶ୍‌ର ରାଓ, ଶରତ ଗୌଡ଼, ସଞ୍ଜୟ କୁମାର ଝା, ଉପଦେଷ୍ଟା ବାଲା ରାୟ, ଜିଲା ସଭାପତି ମଦନମୋହନ ନାୟକ, ସମ୍ପାଦକ ପରମେଶ୍ୱର ପାତ୍ର, ରାଜ୍ୟ ସମ୍ପାଦକ ଚନ୍ଦ୍ରକାନ୍ତ ସୁତାର, ରାଜ୍ୟ ଉପସଭାପତି ରାଜେନ୍ଦ୍ର କୁମାର ଗୌଡ଼ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ରଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨୨ା୪(ଅମିତାଭ ବେହେରା): ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ର ସାଉଁତା କୋରାପୁଟ ଅତିରିକ୍ତ ଜିଲାପାଳ ଲଗ୍ନଜିତ୍‌ ରାଉତଙ୍କଠାରେ ନାମାଙ୍କନପତ୍ର ଦାଖଲ କରୁଛନ୍ତି। ଏହି ଅବସରରେ...

ଦୀର୍ଘବର୍ଷ ପରେ ପୂଜା ପାଇବେ ପ୍ରଭୁ ରଘୁନାଥଜୀଉ, ମାଳିପୁଟ ଉତ୍ସବମୁଖର

ପଟାଙ୍ଗି,୨୨ା୪(ଶରତ ଧଳ): ଦୀର୍ଘବର୍ଷ ଧରି ଗ୍ରାମବାସୀଙ୍କ ଶ୍ରମଦାନ ଓ ଜଣେ ବ୍ୟକ୍ତିଙ୍କ ସ୍ବେଚ୍ଛାକୃତ ଅର୍ଥଦାନରେ ଗଢ଼ି ଉଠିଥିବା ମନ୍ଦିର ପ୍ରତିଷ୍ଠା କରି ସମସ୍ତଙ୍କ ପାଇଁ ଉଦାହରଣ...

ସପ୍ତଗିରିଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଲେ ସ୍ତ୍ରୀ

କୋରାପୁଟ,୨୧।୪(ଅମିତାଭ ବେହେରା): ଚଳିତ ସାଧାରଣ ନିର୍ବାଚନରେ କୋରାପୁଟ ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ସପ୍ତଗିରି ଉଲାକାଙ୍କୁ ପ୍ରାର୍ଥୀଭାବେ ରିପିଟ କରାଯାଇଛି। ବର୍ତ୍ତମାନ ସପ୍ତଗିରି...

ପାହାଡ଼ ଜଙ୍ଗଲରେ ନିଆଁ

ଦାମନଯୋଡ଼ି,୨୧ା୪(ମାନସ ରଞ୍ଜନ କର): ଲୋକ ସଚେତନତା ଅଭାବରୁ ଜଙ୍ଗଲରେ ନିଆଁ ହୁତୁହୁତୁ ହୋଇ ଜଳୁଛି। ଜଙ୍ଗଲ ପାହାଡ଼ ନିଆଁ ଯୋଗୁ ଜଙ୍ଗଲ ଜୀବଜନ୍ତୁ ଭୟଭୀତ ହୋଇପଡ଼ିଥିବା...

ବେସରକାରୀ ଛାତରେ ଲାଗିଛି ସରକାରୀ ହୋର୍ଡିଂ

ସୁନାବେଡା,ସେମିଳିଗୁଡା,୨୧ା୪କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼: ସୁନାବେଡା ପୌର ପରିଷଦ ଅଧୀନ ସେମିଳିଗୁଡା ଗୋପବନ୍ଧୁ ନଗରଠାରେ ମିଶନ୍‌ ଶକ୍ତି ଏବଂ ନୂଆ-ଓ ର ଦୁଇଟି ବଡ ହୋର୍ଡିଂ ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri