Posted inଜାତୀୟ

ସଂସଦରେ ସହଜରେ ପାରିତ ହୋଇପାରେ ଦିଲ୍ଲୀ ଅଧ୍ୟାଦେଶ, ଏନଡିଏକୁ ସମର୍ଥନ କରିବେ ଜଗନ ମୋହନ

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ପ୍ରଶାସନିକ ସେବାକୁ ନିୟନ୍ତ୍ରଣ କରିବା ପାଇଁ ଅଣାଯାଇଥିବା ‘ନ୍ୟାଶନାଲ କ୍ୟାପିଟାଲ ଟେରିଟୋରୀ ଅଫ ଦିଲ୍ଲୀ (ସଂଶୋଧନ) ବିଲ, ୨୦୨୩ ଉଭୟ ସଂସଦ ଦ୍ୱାରା ସହଜରେ ପାରିତ ହୋଇପାରିବ। ଲୋକ ସଭାରେ ଏନଡିଏ ସଂଖ୍ୟାଗରିଷ୍ଠତା ହାସଲ କରିଛି, କିନ୍ତୁ ରାଜ୍ୟ ସଭାରେ ଏନଡିଏ ସମସ୍ୟାର ସମ୍ମୁଖୀନ ହୋଇପାରେ, କିନ୍ତୁ ବର୍ତ୍ତମାନ ଗୋଟିଏ ଦଳ ମଧ୍ୟ ଏନଡିଏର ସମସ୍ୟାକୁ ହଟାଇ ଦେଇଛନ୍ତି।ତେବେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ନେତୃତ୍ୱରେ ଓ୍ବାଇଏସ୍‌ଆର କଂଗ୍ରେସ ପାର୍ଟି କେନ୍ଦ୍ର ସରକାରଙ୍କ ବିଲ୍‌କୁ ସମର୍ଥନ ଦେଇପାରନ୍ତି। ଦଳର ଜଣେ ବରିଷ୍ଠ ନେତା ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ବୁଧବାର ମଣିପୁର ପ୍ରସଙ୍ଗରେ ସଂସଦରେ ଚାଲିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଓ୍ବାଇଏସ୍‌ଆର କଂଗ୍ରେସ ପାର୍ଟି ମଧ୍ୟ ସରକାରଙ୍କୁ ସମର୍ଥନ କରୁଛି। ଓ୍ବାଇଏସ୍‌ଆର କଂଗ୍ରେସ ପାର୍ଟିରେ ରାଜ୍ୟ ସଭାରେ ନଅ ଜଣ ଏବଂ ଲୋକ ସଭାରେ ୨୨ ଜଣ ଏମ୍‌ପି ଅଛନ୍ତି। ରାଜ୍ୟ ସଭାରେ ଓ୍ବାଇଏସ୍‌ଆରର ସମର୍ଥନ ସରକାର ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରମାଣିତ ହୋଇପାରେ ଏବଂ ଲୋକ ସଭା ଭଳି ରାଜ୍ୟ ସଭାରେ ମଧ୍ୟ ଦିଲ୍ଲୀ ଅଧ୍ୟାଦେଶ ସହଜରେ ପାରିତ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?