୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ଅଫିସ ସମ୍ମିଳନୀ କକ୍ଷରେ  ଜାତୀୟ ଜନଗଣନା ୨୦୨୭ ର ତ୍ରିଦିବସୀୟ ପ୍ରଥମ ପର୍ଯ୍ୟାୟ ପରିଗଣନାକାରୀ ଓ ସୁପରଭାଇଜର  ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। ଉଦଯାପନୀ କାର୍ଯ୍ୟକ୍ରମରେ ଚାର୍ଜ ଅଫିସର ତଥା  ଦିଗପହଣ୍ଡି ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ଉପସ୍ଥିତ ରହି ସମସ୍ତ ପରିଗଣନାକାରୀ ମାନଙ୍କୁ ଉତ୍ସାହିତ କରିବା ସହ ତାଲିମ ଅନୁସାରେ ସଠିକ୍ ରୂପେ ଗଣନାକାର୍ଯ୍ୟ କରିବା ନିମନ୍ତେ ପରାମର୍ଶ ଦେଇଥିଲେ।

ଏନଏସି କାର୍ଯ୍ୟାଳୟ ଆକାଉଣ୍ଟାଣ୍ଟ ମୃତ୍ୟୁଞ୍ଜୟ ସାହୁ ମାଷ୍ଟର ଟ୍ରେନର ଭାବେ  ତାଲିମ ପ୍ରଦାନ କରିଥିଲେ। ପରେ ପରିଗଣନାକାରୀ , ସୁପରଭାଇଜର ଓ ପରିଦର୍ଶକ ବୃନ୍ଦ ସହରର କେତେକ ସାହି ବସ୍ତିର ଘରକୁ ଘର ବୁଲି ପ୍ରାକ୍ ପ୍ରସ୍ତୁତି ସ୍ୱରୂପ ନମୂନା ପ୍ରଦର୍ଶନ କରିଥିଲେ। ଗତ ୨୦୧୧ ପରେ ଦୀର୍ଘ ୧୫ ବର୍ଷ ପରେ ପ୍ରଥମଥର  ଡିଜିଟାଲ  ଜନଗଣନା ହେବାକୁ ଥିବାରୁ ଆସନ୍ତା ଏପ୍ରିଲ୍ ୧ ତାରିଖ ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମୋବାଇଲ ଆପ୍  ଜରିଆରେ ସହରର ସମସ୍ତ ବାସିନ୍ଦା ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ଜନଗଣନା ପୋର୍ଟାଲ ରେ ଲଗ୍ ଇନ୍  କରି ନିଜର ସମସ୍ତ ବିବରଣୀ ଅନଲାଇନ୍ ରେ ସଠିକ୍ ଓ ସ୍ୱଚ୍ଛ ତଥ୍ୟ  ଦାଖଲ ସହ ଗୃହ ସଂଖ୍ୟାକରଣ , ହାଉସ ଲିଫ୍ଟିଂ ସମ୍ପର୍କିତ ସମସ୍ତ ତଥ୍ୟ ନିର୍ଭୁଲ ଭାବେ ଅପଲୋଡ଼ କରିବା ସହ ଜନସାଧାରଣ ୩୩ ଟି ପ୍ରଶ୍ନର ସ୍ଵୟଂ ତଥ୍ୟ ପ୍ରଦାନ କରିବେ।ଏପ୍ରିଲ ୧୬ ତାରିଖ ଠାରୁ ମେ ୧୫ ପର୍ଯ୍ୟନ୍ତ ପରିଗଣନାକାରୀ ମାନେ ଘରକୁ ଘର ଯାଇ   ଯାଇ ତଥ୍ୟ ସଂଗ୍ରହ କରିବା  କାର୍ଯ୍ୟକ୍ରମ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri