ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏଥିରେ ସହରର ପ୍ରଥମ ନାଗରିକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଛନ୍ତି।
ଦିଗପହଣ୍ଡି ଏନଏସି (NAC) କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ରଙ୍କ ସୂଚନା ଅନୁଯାୟୀ, ଜନଗଣନା କାର୍ଯ୍ୟକ୍ରମ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ (ସ୍ବଗଣନା) ଏପ୍ରିଲ ୨ ତାରିଖରୁ ଆରମ୍ଭ ହୋଇ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ଏଥିରେ ନାଗରିକମାନେ ନିଜେ ଅନଲାଇନ ମାଧ୍ୟମରେ ତଥ୍ୟ ପ୍ରଦାନ କରିପାରିବେ। ଦ୍ୱିତୀୟ ପର୍ଯ୍ୟାୟ (ଗୃହଗଣନା) ଏପ୍ରିଲ ୧୬ ତାରିଖରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ପରିଗଣନାକାରୀମାନେ ଘରକୁ ଘର ବୁଲି ଗୃହଗଣନା କାର୍ଯ୍ୟ କରିବେ।
କାର୍ଯ୍ୟକ୍ରମର ପ୍ରଥମ ସୋପାନରେ ଏନଏସି ର ପ୍ରଥମ ନାଗରିକ ତଥା ନଗରପାଳ ପ୍ରଫୁଲ୍ଲ ପଣ୍ଡା ନିଜ ମୋବାଇଲ ସାହାଯ୍ୟରେ ସେନସସ୍‌ ୱେବସାଇଟ ମାଧ୍ୟମରେ ନିଜ ଗୃହର ସମସ୍ତ ତଥ୍ୟ ପ୍ରଦାନ କରି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ତାଙ୍କୁ ଅନୁସରଣ କରି ଅନ୍ୟ କାଉନସିଲର ଓ ଅଧିକାରୀମାନେ ମଧ୍ୟ ଏହି ପ୍ରକ୍ରିୟାରେ ସାମିଲ ହୋଇଥିଲେ। ଏହି ସ୍ବଗଣନା କାର୍ଯ୍ୟକ୍ରମରେ କାଉନସିଲର ସୁଶାନ୍ତ କୁମାର ପାତ୍ର, ଦୀପକ କୁମାର ମିଶ୍ର, ସୁନିଲ କୁମାର ପଣ୍ଡାଙ୍କ ସମେତ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଅନ୍ୟାନ୍ୟ କର୍ମଚାରୀବୃନ୍ଦ ଉପସ୍ଥିତ ରହି ସହଯୋଗ କରିଥିଲେ।
ସହରର ସମସ୍ତ ନାଗରିକ ଏହି ସ୍ବଗଣନା କାର୍ଯ୍ୟକ୍ରମରେ ସକ୍ରିୟ ଭାବେ ଅଂଶଗ୍ରହଣ କରିବାକୁ କାର୍ଯ୍ୟନିର୍ବାହୀ ଅଧିକାରୀ ଅନୁରୋଧ କରିଛନ୍ତି। ସଠିକ ତଥ୍ୟ ପ୍ରଦାନ କରି ଦେଶ ଓ ରାଜ୍ୟର ବିକାଶ ଧାରାରେ ସହଯୋଗ କରିବାକୁ ସେ ସହରବାସୀଙ୍କୁ ଆହ୍ବାନ ଦେଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?