ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ: ଜୟଦୀପଙ୍କୁ ସ୍ବର୍ଣ୍ଣ ପଦକ

କଟକ ଅଫିସ, ୪ା୪: କେନ୍ଦ୍ର ସରକାରଙ୍କ ଅନୁବନ୍ଧିତ ଗୁଜରାଟ କାଉସିଲ ଅନ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ଦ୍ୱାରା ୩୦ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ (ନ୍ୟାଶନାଲ ଚାଇଲ୍ଡ ସାଇନ୍ସ କଂଗ୍ରେସ) ଅହମଦାବାଦରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାରତ, ଦୁବାଇ, ସଂଯୁକ୍ତ ଆରବ ଏମିରେଟ୍ସ, କତାର ଆଦି ବିଭିନ୍ନ ଦେଶରୁ ୮୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରେ ଭାରତର ୨୦ଟି ରାଜ୍ୟ ଓ ୯ଟି ୟୁନିଅନ ଟେରିଟୋରିର ଛାତ୍ରୀଛାତ୍ର ରହିଥିଲେ। ଏହି ଶିଶୁ ବିଜ୍ଞାନ କଂଗ୍ରେସରେ କଟକ ସଦର କନ୍ଦରପୁର ଉପକଣ୍ଠ ଦଣ୍ଡୁଆସିପଡ଼ା ବାସିନ୍ଦା ଜୀବନ ଜ୍ୟୋତି ଜେନା ଏବଂ ତପସା ଜେନାଙ୍କ ପୁତ୍ର ତଥା ଗୁରୁ ନାନକ ପବ୍ଲିକ ସ୍କୁଲ ନବମ ଶ୍ରେଣୀର ଛାତ୍ର ଜୟଦୀପ ଜେନା ସ୍ବର୍ଣ୍ଣ ପଦକ ଓ ପ୍ରମାଣପତ୍ର ଲାଭ କରିଛନ୍ତି। ଜୟଦୀପ ମତ୍ସ୍ୟ ବ୍ଲୁ ମାନୁରି ନାମକ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ, ଯାହାକି ଏକ ଖତ। ଏହା ମାଛର ବର୍ଜ୍ୟବସ୍ତୁ, କ୍ରାବ୍‌ ଶେଲ୍‌, ଲୋବଷ୍ଟର ସ୍କିନ୍‌ ଇତ୍ୟାଦିରେ ପ୍ରସ୍ତୁତ ହୋଇଥିଲା। ଏହି ପ୍ରକଳ୍ପ ପ୍ରସ୍ତୁତ କରିବା ପାଇଁ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ସୁଦୀପ୍ତା ଦାଶ ଗାଇଡ୍‌ କରିଥିଲେ। ବିଜ୍ଞାନ କଂଗ୍ରେସରେ ପ୍ରକଳ୍ପ ପ୍ରଦର୍ଶନ ପୂର୍ବରୁ ଜଗତପୁରସ୍ଥିତ ବାୟୋକେମିକାଲ ଲାବୋରୋଟୋରୀ, ସିଟି ଲ୍ୟାବ ଆଦି ବିଭିନ୍ନ ସ୍ଥାନରେ ପରୀକ୍ଷଣ କରାଯାଇଥିଲା। ଭୁବନେଶ୍ୱରସ୍ଥିତ ପ୍ରଭୁଜୀ ଇଂଲିଶ୍‌ ମିଡିୟମ୍‌ ସ୍କୁଲଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଦର୍ଶନୀରେ ଏହି ପ୍ରକଳ୍ପଟି ପ୍ରଶଂସା ପାଇବା ସହ ଆଦୃତ ଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri