Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜାତି ଉପରେ କହି ଅଡୁଆରେ ପଡ଼ିଲେ ରାହୁଲ, ଏବେ ମାଗିବେ କ୍ଷମା

ନୂଆଦିଲ୍ଲୀ,୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜାତିକୁ ଦେଇଥିବା ବିବୃତ୍ତିକୁ ନେଇ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ସମସ୍ୟା ବଢିବା ଦେଖାଯାଉଛି। ଏ ସମ୍ପର୍କରେ ଜାତୀୟ ପଛୁଆ ବର୍ଗ ଆୟୋଗ ରାହୁଲ ଗାନ୍ଧୀଙ୍କୁ ନୋଟିସ ଜାରି କରିବାକୁ ବିଚାର କରୁଛନ୍ତି। ଜାତୀୟ ପଛୁଆ ବର୍ଗ ଆୟୋଗର ଅଧ୍ୟକ୍ଷ ହଂସରାଜ ଅହିର ଏବିପି ନ୍ୟୁଜକୁ କହିଛନ୍ତି ଯେ, ରାହୁଲ ଗାନ୍ଧୀ ପଛୁଆ ସମାଜକୁ ଅପମାନିତ କରିଛନ୍ତି। ସେ କହିଛନ୍ତି, ଆମେ ରାହୁଲ ଗାନ୍ଧୀଙ୍କୁ ନୋଟିସ ପଠାଇବାକୁ ଚିନ୍ତା କରୁଛୁ। ସେ କ୍ଷମା ମାଗିବା ଉଚିତ୍‌। ୧୯୯୯ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜାତି ଓବିସି ଭାବେ ପଞ୍ଜୀକୃତ ହୋଇଥିଲା।

କଂଗ୍ରେସ ନେତା ଓଡ଼ିଶାରେ ଭାରତ ଯୋଡୋ ନ୍ୟାୟ ଯାତ୍ରା ସମୟରେ କହିଥିଲେ ଯେ, ସାଧାରଣ ଜାତିର ଏକ ପରିବାରରେ ପ୍ରଧାନମନ୍ତ୍ରୀ ମୋଦି ଜନ୍ମଗ୍ରହଣ କରିଛନ୍ତି। ସେ ଗୁରୁବାର ଦାବି କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓବିସି ପରିବାରରେ ଜନ୍ମ ହୋଇନାହାଁନ୍ତି ଏବଂ ସେ ନିଜକୁ ଓବିସି ବୋଲି କହି ଲୋକଙ୍କୁ ବିଭ୍ରାନ୍ତ କରୁଛନ୍ତି।

ରାହୁଲ କହିଛନ୍ତି, ପ୍ରଧାନମନ୍ତ୍ରୀ ଦେଶରେ ଜାତିଗତ ଜନଗଣନା କେବେ କରିବେ ନାହିଁ ଏବଂ ଏହା ବିନା ସାମାଜିକ ନ୍ୟାୟ ହାସଲ ହୋଇପାରିବ ନାହିଁ। ଅନେକ ଲୋକ ସାମାଜିକ ନ୍ୟାୟ ପାଇପାରୁ ନାହାଁନ୍ତି। କେବଳ କଂଗ୍ରେସ ଦଳ ଏହି ଜାତିଗତ ଜନଗଣନା କରାଇବ।


Enter your email to get our daily news in your inbox.

All Right Reserved By Dharitri.Com

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ…

ଜନ୍ମଦିନରେ ମହିଳାଙ୍କୁ ପିଏମ୍‌ ମୋଦିଙ୍କ ବଡ଼ ଉପହାର: ଖାତାକୁ ଗଲା ୩ ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନ ଅବସରରେ ପଶ୍ଚିମବଙ୍ଗର ମହିଳାଙ୍କୁ ବଡ଼ ଉପହାର ଦେଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ସେ ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କ…

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ…

ପେଟ୍ରୋଲ ଭରାଇବା ପରେ UPIରେ ଦେଇପାରିବେନି ଟଙ୍କା! କାହିଁକି ବିରୋଧ କରୁଛନ୍ତି ପେଟ୍ରୋଲ ପମ୍ପ ଡିଲର, ଜାଣନ୍ତୁ…

ନୂଆଦିଲ୍ଲୀ,୧୭।୯: ପେଟ୍ରୋଲ କିମ୍ବା ଡିଜେଲ ଭରାଇବା ପରେ UPI ମାଧ୍ୟମରେ ପେମେଣ୍ଟ କରୁଥିବା ଗ୍ରାହକଙ୍କ ପାଇଁ ଏକ ନୂଆ ନିୟମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨,୦୦୦…

ଗ୍ରାମରେ ପଶିଗଲା ଗୋଠଛଡ଼ା ଦନ୍ତା: ଘର ଭାଙ୍ଗି ଚାଉଳ ଖାଇଲା, ଜଙ୍ଗଲରେ ୩ ହାତୀଙ୍କୁ ନେଇ ଆତଙ୍କ!

ବଣାଇଁ,୧୭।୯(ପ୍ରଦୀପ ତ୍ରିପାଠୀ): ବୁଧବାର ସନ୍ଧ୍ୟାରେ ବଣାଇଁ ବନାଞ୍ଚଳ ଅନ୍ତର୍ଗତ ବଡ଼ପୋଷ ଗ୍ରାମରେ ଏକ ଗୋଠଛଡା ଦନ୍ତା ହଠାତ୍ ଘରେ ପଶି ଯାଇଥିଲା । ଖାଦ୍ୟ ଅନ୍ୱେଷଣରେ ଘୂରିବୁଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?