Posted inଜାତୀୟ

ଅଡୁଆରେ କମଲନାଥ: ‘ଆଇଟମ’ ବୟାନକୁ ନେଇ ରିପୋର୍ଟ ମାଗିଲେ ମହିଳା କମିଶନ

ଭୋପାଳ,୨୦ ।୧୦: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଏକ ଜନସଭାରେ ଉଦ୍‌ବୋଧନ ଦେବା ସମୟରେ ଭାରତୀୟ ଜନତା ପାର୍ଟି(ଭାଜପା) ମନ୍ତ୍ରୀ ଇର୍ମତି ଦେବୀଙ୍କୁ ଆଇଟମ ବୋଲି କହି ଅଡୁଆରେ ପଡି ଯାଇଛନ୍ତି । ଯଦିଓ ସେ ଏକ ପ୍ରକାର ଏଥିପାଇଁ କ୍ଷମା ମାଗି ସାରିଲେଣି ତଥାପି ଅଡୁଆ ତାଙ୍କ ପିଛା ଛାଡୁନି । ଭାଜପା ପ୍ରତି ମୁହୂର୍ତ୍ତରେ ଏହି ଟିପ୍ପଣିକୁ ନେଇ ତାଙ୍କୁ ଘେରୁଥିବା ବେଳେ ନିର୍ବାଚନ କମିଶନ ମଧ୍ୟ ଏ ସମ୍ପର୍କରେ କମଲନାଥଙ୍କୁ ରିପୋର୍ଟ ମାଗିଛନ୍ତି । ଏହାପରେ ଏବେ ମହିଳା କମିଶନ ମଧ୍ୟ କଂଗ୍ରେସକୁ କମଲନାଥଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଥିବା ବେଳେ ପ୍ରଶ୍ନ କରିଛି ସେ ଆଇଟମ କ’ଣ । ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ରେଖା ଶର୍ମା ମଙ୍ଗଳବାର କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଏଭଳି ବୟାନ ନିଶ୍ଚିତ ଭାବେ ଭୁଲ୍ । କମଲନାଥ କହିଛନ୍ତି ଯେ ସେ ଏକ ସୂଚିରେ ଏହା ପଢିଥିଲେ । ତେବେ ସେ ସୂଚିରେ କେଉଁଠି ମନ୍ତ୍ରୀଙ୍କ ନାଁ ଥିଲା ଓ ସେ କେଉଁଭଳି ଆଇଟମ ବୋଲି ରେଖା ଶର୍ମା ପ୍ରଶ୍ନ କରିଛନ୍ତି । ଆଉ କମଲନାଥ କ୍ଷମା ମାଗିବା ପରିବର୍ତ୍ତେ ବେକାର ସ୍ପଷ୍ଟି କରଣ ଦେଉଛନ୍ତି ତେଣୁ ଦଳ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ରେଖା ଶର୍ମା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri