Posted inଜାତୀୟ

ଅଡୁଆରେ କମଲନାଥ: ‘ଆଇଟମ’ ବୟାନକୁ ନେଇ ରିପୋର୍ଟ ମାଗିଲେ ମହିଳା କମିଶନ

ଭୋପାଳ,୨୦ ।୧୦: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଏକ ଜନସଭାରେ ଉଦ୍‌ବୋଧନ ଦେବା ସମୟରେ ଭାରତୀୟ ଜନତା ପାର୍ଟି(ଭାଜପା) ମନ୍ତ୍ରୀ ଇର୍ମତି ଦେବୀଙ୍କୁ ଆଇଟମ ବୋଲି କହି ଅଡୁଆରେ ପଡି ଯାଇଛନ୍ତି । ଯଦିଓ ସେ ଏକ ପ୍ରକାର ଏଥିପାଇଁ କ୍ଷମା ମାଗି ସାରିଲେଣି ତଥାପି ଅଡୁଆ ତାଙ୍କ ପିଛା ଛାଡୁନି । ଭାଜପା ପ୍ରତି ମୁହୂର୍ତ୍ତରେ ଏହି ଟିପ୍ପଣିକୁ ନେଇ ତାଙ୍କୁ ଘେରୁଥିବା ବେଳେ ନିର୍ବାଚନ କମିଶନ ମଧ୍ୟ ଏ ସମ୍ପର୍କରେ କମଲନାଥଙ୍କୁ ରିପୋର୍ଟ ମାଗିଛନ୍ତି । ଏହାପରେ ଏବେ ମହିଳା କମିଶନ ମଧ୍ୟ କଂଗ୍ରେସକୁ କମଲନାଥଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଥିବା ବେଳେ ପ୍ରଶ୍ନ କରିଛି ସେ ଆଇଟମ କ’ଣ । ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ରେଖା ଶର୍ମା ମଙ୍ଗଳବାର କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଏଭଳି ବୟାନ ନିଶ୍ଚିତ ଭାବେ ଭୁଲ୍ । କମଲନାଥ କହିଛନ୍ତି ଯେ ସେ ଏକ ସୂଚିରେ ଏହା ପଢିଥିଲେ । ତେବେ ସେ ସୂଚିରେ କେଉଁଠି ମନ୍ତ୍ରୀଙ୍କ ନାଁ ଥିଲା ଓ ସେ କେଉଁଭଳି ଆଇଟମ ବୋଲି ରେଖା ଶର୍ମା ପ୍ରଶ୍ନ କରିଛନ୍ତି । ଆଉ କମଲନାଥ କ୍ଷମା ମାଗିବା ପରିବର୍ତ୍ତେ ବେକାର ସ୍ପଷ୍ଟି କରଣ ଦେଉଛନ୍ତି ତେଣୁ ଦଳ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ରେଖା ଶର୍ମା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri