ରାଜ୍ୟ ସମବାୟ ମନ୍ତ୍ରୀଙ୍କ ରାଷ୍ଟ୍ରୀୟ ସମ୍ମିଳନୀ

ଭୁବନେଶ୍ବର,୯ା୯(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ୨ ଦିନିଆ ରାଜ୍ୟ ସମବାୟ ମନ୍ତ୍ରୀମାନଙ୍କ ରାଷ୍ଟ୍ର୍ରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏଥିରେ ଓଡ଼ିଶାର ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେଇ ସମବାୟ ବ୍ୟାଙ୍କ, ଚାଷୀ ଏବଂ ସମବାୟ ହିତାଧିକାରୀମାନେ ବିଭିନ୍ନ ସମୟରେ ଭିନ୍ନଭିନ୍ନ ସମସ୍ୟାରେ ଛନ୍ଦି ହୋଇ ନିଜ ଅଧିକାରରୁ ବଞ୍ଚିତ ହେଉଛନ୍ତି ବୋଲି କହିଥିଲେ। ବୀମା କମ୍ପାନୀ ଚାଷୀ ଏବଂ ସମବାୟ ହିତାଧିକାରୀଙ୍କୁ ବିଭିନ୍ନ ସମୟରେ ଗୁରୁତ୍ୱ ନ ଦେଇ ନିଜର ସ୍ବାର୍ଥ ସାଧନ ପାଇଁ କାଳକ୍ଷେପଣ ନୀତି ଅବଲମ୍ବନ କରୁଛନ୍ତି। ଏଭଳି ସ୍ଥିତିରେ ରାଜ୍ୟର ସମବାୟ ବ୍ୟାଙ୍କଗୁଡ଼ିକୁ କିପରି ଅଧିକ ସୁଦୃଢ କରାଯାଇ ସମବାୟ ହିତାଧିକାରୀଙ୍କୁ ମୁଖ୍ୟତଃ ଚାଷୀମାନଙ୍କ ଆର୍ଥିକ ସ୍ଥିତିକୁ ଶକ୍ତିଶାଳୀ କରାଯିବ ସେଥିପ୍ରତି ସମ୍ମିଳନୀରେ ମନ୍ତ୍ରୀ ନାୟକ ଦାବି ରଖିବା ସହ ଏହାର ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ଆହୁରି କହିଛନ୍ତି, ଓଡ଼ିଶା
ସରକାର ସମବାୟ ହିତାଧିକାରୀଙ୍କୁ ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ରାଶି ପ୍ରଦାନ କରୁଛନ୍ତି, କେନ୍ଦ୍ରର ଏଭଳି କାର୍ଯ୍ୟକ୍ରମକୁ ସ୍ଥାନ ଦେବା ଆବଶ୍ୟକ। କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀମାନେ ଠିକ୍‌ ସମୟରେ ବୀମା କମ୍ପାନୀଗୁଡିକ ଠାରୁ ସହାୟତା ପାଇପାରୁନାହାନ୍ତି। ଫଳରେ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସତନ୍ତ୍ର ଭାବେ ଦାବି କରିଛନ୍ତି। ବୀମା କମ୍ପାନୀଗୁଡିକ ଏଭଳି ନୀତିକୁ ବନ୍ଦ କରି ସମବାୟ ହିତାଧିକାରୀଙ୍କୁ ଯଥାଶୀଘ୍ର କିପରି ବୀମା ରାଶି କମ୍ପାନୀଗୁଡିକ ପ୍ରଦାନ କରିବେ ସେଥିପ୍ରତି କେନ୍ଦ୍ର ସରକାରଙ୍କ ସମବାୟ ମନ୍ତ୍ରଣାଳୟ ପଦକ୍ଷେପ ଗ୍ରହଣ କରାଯିବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri