ରାଜ୍ୟ ସମବାୟ ମନ୍ତ୍ରୀଙ୍କ ରାଷ୍ଟ୍ରୀୟ ସମ୍ମିଳନୀ

ଭୁବନେଶ୍ବର,୯ା୯(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ୨ ଦିନିଆ ରାଜ୍ୟ ସମବାୟ ମନ୍ତ୍ରୀମାନଙ୍କ ରାଷ୍ଟ୍ର୍ରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏଥିରେ ଓଡ଼ିଶାର ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେଇ ସମବାୟ ବ୍ୟାଙ୍କ, ଚାଷୀ ଏବଂ ସମବାୟ ହିତାଧିକାରୀମାନେ ବିଭିନ୍ନ ସମୟରେ ଭିନ୍ନଭିନ୍ନ ସମସ୍ୟାରେ ଛନ୍ଦି ହୋଇ ନିଜ ଅଧିକାରରୁ ବଞ୍ଚିତ ହେଉଛନ୍ତି ବୋଲି କହିଥିଲେ। ବୀମା କମ୍ପାନୀ ଚାଷୀ ଏବଂ ସମବାୟ ହିତାଧିକାରୀଙ୍କୁ ବିଭିନ୍ନ ସମୟରେ ଗୁରୁତ୍ୱ ନ ଦେଇ ନିଜର ସ୍ବାର୍ଥ ସାଧନ ପାଇଁ କାଳକ୍ଷେପଣ ନୀତି ଅବଲମ୍ବନ କରୁଛନ୍ତି। ଏଭଳି ସ୍ଥିତିରେ ରାଜ୍ୟର ସମବାୟ ବ୍ୟାଙ୍କଗୁଡ଼ିକୁ କିପରି ଅଧିକ ସୁଦୃଢ କରାଯାଇ ସମବାୟ ହିତାଧିକାରୀଙ୍କୁ ମୁଖ୍ୟତଃ ଚାଷୀମାନଙ୍କ ଆର୍ଥିକ ସ୍ଥିତିକୁ ଶକ୍ତିଶାଳୀ କରାଯିବ ସେଥିପ୍ରତି ସମ୍ମିଳନୀରେ ମନ୍ତ୍ରୀ ନାୟକ ଦାବି ରଖିବା ସହ ଏହାର ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ଆହୁରି କହିଛନ୍ତି, ଓଡ଼ିଶା
ସରକାର ସମବାୟ ହିତାଧିକାରୀଙ୍କୁ ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ରାଶି ପ୍ରଦାନ କରୁଛନ୍ତି, କେନ୍ଦ୍ରର ଏଭଳି କାର୍ଯ୍ୟକ୍ରମକୁ ସ୍ଥାନ ଦେବା ଆବଶ୍ୟକ। କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀମାନେ ଠିକ୍‌ ସମୟରେ ବୀମା କମ୍ପାନୀଗୁଡିକ ଠାରୁ ସହାୟତା ପାଇପାରୁନାହାନ୍ତି। ଫଳରେ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସତନ୍ତ୍ର ଭାବେ ଦାବି କରିଛନ୍ତି। ବୀମା କମ୍ପାନୀଗୁଡିକ ଏଭଳି ନୀତିକୁ ବନ୍ଦ କରି ସମବାୟ ହିତାଧିକାରୀଙ୍କୁ ଯଥାଶୀଘ୍ର କିପରି ବୀମା ରାଶି କମ୍ପାନୀଗୁଡିକ ପ୍ରଦାନ କରିବେ ସେଥିପ୍ରତି କେନ୍ଦ୍ର ସରକାରଙ୍କ ସମବାୟ ମନ୍ତ୍ରଣାଳୟ ପଦକ୍ଷେପ ଗ୍ରହଣ କରାଯିବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri