ଡିକାର୍ବୋନାଇଜେଶନ ରଣନୀତି ଉପରେ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର,୧।୨: ଇଣ୍ଡିଆନ ଚ୍ୟାମ୍ବର ଅଫ୍‌ କମର୍ସ (ଆଇସିସି) ଓ ବସୁଧା ଫାଉଣ୍ଡେଶନର ମିଳିତ ସହଯୋଗରେ ଏକ ଦିନିକିଆ କର୍ମଶାଳା ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଡିକାର୍ବୋନାଇଜେଶନ ରଣନୀତି ଉପରେ କ’ଣ ପଦକ୍ଷେପ ନିଆଯାଇପାରିବ, ତାହାକୁ ନେଇ ଏକ ଜାତୀୟ ସମ୍ମିଳନୀ ଓଡ଼ିଶାରେ ଆୟୋଜିତ ହୋଇଥିଲା। ଏହି ଅବସରରେ ଆଇସିସି ରାଜ୍ୟ ପରିଷଦର ଅଧ୍ୟକ୍ଷ ଜେ.ବି . ପାଣି ଅଧ୍ୟକ୍ଷତାକରି କହିଥିଲେ, ବର୍ତ୍ତମାନ ଦେଶରେ ଅକ୍ଷୟ ଶକ୍ତି କ୍ଷମତାକୁ ୩ ଗୁଣ ବୃଦ୍ଧି କରିବାକୁ ଯୋଜନା କରାଯାଉଛି। ୨୦୩୦ ସୁଦ୍ଧା ଅତି କମ୍‌ରେ ୧୧,୦୦୦ ଗିଗା ଓ୍ବାଟ (ଜିଡବ୍ଲ୍ୟୁ) ପାଇଁ ଲକ୍ଷ୍ୟ ରଖିଛି। ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସଚିବ ଓ ରାଜ୍ୟ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ନିର୍ଦ୍ଦେଶକ ଡ. କେ. ମୁରୁଗେସନ କହିଛନ୍ତି, ଜଳବାୟୁ ପରିବର୍ତ୍ତନ ପାଇଁ ରାଜ୍ୟ ଆକ୍ସନ୍‌ ପ୍ଲାନ୍‌ ପ୍ରସ୍ତୁତ କରିଥିବା ଓଡ଼ିଶା ରାଜ୍ୟ ହେଉଛି ପ୍ରଥମ ରାଜ୍ୟ। ବର୍ତ୍ତମାନ ଓଡ଼ିଶା ରାଜ୍ୟ ପାଇଁ ନେଟ୍‌ ଜିରୋ ରଣନୀତି ଲାଗି ଏକ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରୁଛି। ବସୁଧା ଫାଉଣ୍ଡେଶନ ସିଇଓ ଶ୍ରୀନିବାସ କ୍ରିଷ୍ଣାସ୍ବାମୀ କହିଥିଲେ, ପ୍ରତ୍ୟେକ ଅନନ୍ୟ ସାମାଜିକ-ଅର୍ଥନୈତିକ ପ୍ରୋଫାଇଲ୍‌, ଶକ୍ତି ବ୍ୟବହାର ଢାଞ୍ଚା, ସମ୍ବଳ, ପ୍ରାକୃତିକ ସମ୍ପଦ ଏବଂ ଅନ୍ୟମାନଙ୍କ ମଧ୍ୟରେ ଏହାର ପରିଚାଳନା ରହିଛି। ସମ୍ମାନିତ ଅତିଥି ଭାବେ କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟର ଉପ ନିର୍ଦ୍ଦେଶକ ତଥା ଆଇସିସି ରାଜ୍ୟ ପରିଷଦ ଇଏସ୍‌ଏଚ୍‌ କମିଟିର ପ୍ରମୁଖ ଉପଦେଷ୍ଟା ଡ. ମଳୟ କୁମାର ପ୍ରଧାନ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସିଇଇ ତଥା ଆଇସିସି ରାଜ୍ୟ ପରିଷଦ ଇଏସ୍‌ଏଚ୍‌ କମିଟିର ଆାବହକ ଡ. ଏନ୍‌. ଆର୍‌ .ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଆଇସିସି ରାଜ୍ୟ ପରିଷଦ ଇଏସ୍‌ଏଚ୍‌ କମିଟିର ସହ ଆବାହକ ଇଂ ରାଜେଶ କାନୁନ୍‌ଗୋ ଧନ୍ୟବାଦ ଅର୍ପଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri