Posted inଜାତୀୟ

ନିର୍ବାଚନ ଡେବ୍ୟୁରେ ଭାଇ ରାହୁଲଙ୍କୁ ପଛରେ ପକାଇଦେଲେ ପ୍ରିୟଙ୍କା, ୪ ଲକ୍ଷରୁ ଅଧିକ ଭୋଟ୍‌ରେ ବାଜିମାତ

ଓ୍ବାୟନାଡ଼,୨୩।୧୧: କେରଳର ଓ୍ବାୟନାଡ଼ ଲୋକ ସଭା ଆସନରୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିପୁଳ ଭୋଟ୍‌ରେ ବିଜୟ ଲାଭ କରିଛନ୍ତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ୨୦୨୪ ସାଧାରଣ ନିର୍ବାଚନରେ ଓ୍ବାୟନାଡ଼ ଏବଂ ରାଏବରେଲି ଆସନରେ ଜିତି ଥିଲେ। ହେଲେ ପରେ ସେ ରାଏବରେଲି ଆସନକୁ ରଖି ଓ୍ବାୟନାଡ଼ରୁ ଇସ୍ତଫା ଦେଇଥିଲେ। ଏହାପରେ ଏଠାରେ ଉପନିର୍ବାଚନ ଅନୁଷ୍ଠିତ ହୋଇଛି। ପ୍ରଥମ ଥର ପାଇଁ ପ୍ରିୟଙ୍କା ନିଜର ଭାଗ୍ୟ ପରୀକ୍ଷାରେ ବାଜିମାତ୍‌ କରିଛନ୍ତି।

ଓ୍ବାୟନାଡ଼ରୁ କଂଗ୍ରେସ ପ୍ରାର୍ଥୀ ପ୍ରିୟଙ୍କା ୪ ଲକ୍ଷରୁ ଅଧିକ ଭୋଟ୍‌ରେ ନିର୍ବାଚନରେ ବିଜେତା ହୋଇଛନ୍ତି। ତାଙ୍କୁ ୬୨୨୩୩୮ ଭୋଟ ମିଳିଛି। ତାଙ୍କ ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ ସିପିଆଇ ପ୍ରାର୍ଥୀ ସତ୍ୟନ ମୋକରୀ ୨୧୧୪୦୭ ଭୋଟ ମିଳିଛି। ପ୍ରିୟଙ୍କା ଏହି ଆସନରେ ରେକର୍ଡ ସଂଖ୍ୟକ ୪୧୦୯୩୧ ଭୋଟରେ ବିଜୟ ହାସଲ କରିଛନ୍ତି। ଏପରିକି ସେ ନିଜ ଭାଇ ରାହୁଲଙ୍କୁ ପଛରେ ପକାଇଛନ୍ତି। ଭାଜପା ପ୍ରାର୍ଥୀ ତୃତୀୟ ସ୍ଥାନରେ ରହିଛନ୍ତି।

୨୦୨୪ ଓ୍ବାୟନାଡ଼ ନିର୍ବାଚନରେ ରାହୁଲ ୩.୬୪ ଲକ୍ଷ ଭୋଟ ବ୍ୟବଧାନରେ ଜିତି ଥିଲେ। ହେଲେ ପ୍ରିୟଙ୍କା ଏହି ରେକର୍ଡ ଭାଙ୍ଗିଛନ୍ତି। ଏଭଳି ଭାବେ ସେ ସଂସଦ ପହଞ୍ଚିଥିବା ୯ମ ସଦସ୍ୟ ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri