Posted inଜାତୀୟ

ନିର୍ବାଚନ ଡେବ୍ୟୁରେ ଭାଇ ରାହୁଲଙ୍କୁ ପଛରେ ପକାଇଦେଲେ ପ୍ରିୟଙ୍କା, ୪ ଲକ୍ଷରୁ ଅଧିକ ଭୋଟ୍‌ରେ ବାଜିମାତ

ଓ୍ବାୟନାଡ଼,୨୩।୧୧: କେରଳର ଓ୍ବାୟନାଡ଼ ଲୋକ ସଭା ଆସନରୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିପୁଳ ଭୋଟ୍‌ରେ ବିଜୟ ଲାଭ କରିଛନ୍ତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ୨୦୨୪ ସାଧାରଣ ନିର୍ବାଚନରେ ଓ୍ବାୟନାଡ଼ ଏବଂ ରାଏବରେଲି ଆସନରେ ଜିତି ଥିଲେ। ହେଲେ ପରେ ସେ ରାଏବରେଲି ଆସନକୁ ରଖି ଓ୍ବାୟନାଡ଼ରୁ ଇସ୍ତଫା ଦେଇଥିଲେ। ଏହାପରେ ଏଠାରେ ଉପନିର୍ବାଚନ ଅନୁଷ୍ଠିତ ହୋଇଛି। ପ୍ରଥମ ଥର ପାଇଁ ପ୍ରିୟଙ୍କା ନିଜର ଭାଗ୍ୟ ପରୀକ୍ଷାରେ ବାଜିମାତ୍‌ କରିଛନ୍ତି।

ଓ୍ବାୟନାଡ଼ରୁ କଂଗ୍ରେସ ପ୍ରାର୍ଥୀ ପ୍ରିୟଙ୍କା ୪ ଲକ୍ଷରୁ ଅଧିକ ଭୋଟ୍‌ରେ ନିର୍ବାଚନରେ ବିଜେତା ହୋଇଛନ୍ତି। ତାଙ୍କୁ ୬୨୨୩୩୮ ଭୋଟ ମିଳିଛି। ତାଙ୍କ ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ ସିପିଆଇ ପ୍ରାର୍ଥୀ ସତ୍ୟନ ମୋକରୀ ୨୧୧୪୦୭ ଭୋଟ ମିଳିଛି। ପ୍ରିୟଙ୍କା ଏହି ଆସନରେ ରେକର୍ଡ ସଂଖ୍ୟକ ୪୧୦୯୩୧ ଭୋଟରେ ବିଜୟ ହାସଲ କରିଛନ୍ତି। ଏପରିକି ସେ ନିଜ ଭାଇ ରାହୁଲଙ୍କୁ ପଛରେ ପକାଇଛନ୍ତି। ଭାଜପା ପ୍ରାର୍ଥୀ ତୃତୀୟ ସ୍ଥାନରେ ରହିଛନ୍ତି।

୨୦୨୪ ଓ୍ବାୟନାଡ଼ ନିର୍ବାଚନରେ ରାହୁଲ ୩.୬୪ ଲକ୍ଷ ଭୋଟ ବ୍ୟବଧାନରେ ଜିତି ଥିଲେ। ହେଲେ ପ୍ରିୟଙ୍କା ଏହି ରେକର୍ଡ ଭାଙ୍ଗିଛନ୍ତି। ଏଭଳି ଭାବେ ସେ ସଂସଦ ପହଞ୍ଚିଥିବା ୯ମ ସଦସ୍ୟ ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri