ଜାତୀୟ କୃମି ନାଶକ ଦିବସ: ୩୦ ହଜାରରୁ ଉଦ୍ଧର୍‌ବ ଲୋକ ସେବନ କରିବେ କୃମି ନାଶକ ଔଷଧ

ପାଟଣା,୧୨/୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜାତୀୟ କୃମି ନାଶକ ଦିବସ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାତ, ସମ୍ମାନିତ ଅତିଥି ଭାବେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଶୁଭେନ୍ଦୁ ସାଗର କୁମାର ନାଏକ, ସିଆରସି ସି ଜ୍ୟୋର୍ତିମୟ ତ୍ରୀପାଠୀ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ କମଳାକାନ୍ତ ପତି, ଜନସାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ସରୋଜିନୀ ସେଠୀ, ବିପିଏମ ଦୀପକ କୁମାର ନାୟକ, ଶିକ୍ଷକ ପ୍ରକାଶ ମିଶ୍ର ଓ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକ ଏବଂ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ତ କର୍ମଚାରୀମାନେ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହି କୃମି ନାଶକ ଔଷଧ ମଙ୍ଗଳବାର ସେବନ କରିନଥିବା ଲୋକେ ଅଗଷ୍ଟ ୧୯ତାରିଖରେ ସେବନ କରିପାରିବେ ବୋଲି ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସ୍କୁଲ ଓ କଲେଜ ଯାଉଥିବା ୧ବର୍ଷ ରୁ ୧୯ବର୍ଷ ର ଛାତ୍ରୀଛାତ୍ର ଓ କଲେଜ ଯାଉ ନ ଥିବା ୨୦ରୁ ୨୪ବର୍ଷର ଯୁବତୀ ଓ ଯୁବକ ଏହି ଔଷଧ ସେବନ କରିବେ। ପାଟଣା ବ୍ଲକର ମୋଟ ୩୦ହଜାର ୬୧୮ ଜଣ ଲୋକ ଏହି କୃମୀ ନାଶକ ଔଷଧ ସେବନ କରିବେ ବୋଲି ଧାର୍ଯ୍ୟ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri