ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି ପାଇଁ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ

ଦାରିଙ୍ଗବାଡ଼ି,୪ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରା଼ପଡାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି ପାଇଁ ବ୍ଲକ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା।

ଏଥିରେ ଦାରିଙ୍ଗବାଡି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏବିଇଓ ଗୋକୁଳାନନ୍ଦ ନାୟକଙ୍କ ଅଧ୍ୟକ୍ଷତା ରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଳିକ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏବିଇଓ ବନମାଳୀ ମାଝି ଯୋଗଦେଇଥିବା ବେଳେ ସେ ବିଚାରକ ମଣ୍ଡଳୀରେ ଦାୟିତ୍ୱ ବହନ କରିଥିଲେ। ତାଙ୍କୁ ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ସାହୁ, ଶ୍ୟାମସୁନ୍ଦର ଦିଗାଲ, ମୋହନ ସାହୁ, ନିରଞ୍ଜନ ପାତ୍ର, ନବୀନ କୁମାର ସାହୁ, ପୂର୍ଣ୍ଣଚନ୍ଦ୍ର ଶିଆଳ,ଜୟନାରାୟଣ ପତି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ମୋଟ୍‌ ୨୫୫ ଜଣ ଛାତ୍ରୀଛାତ୍ର ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ ସେମାନଙ୍କ ମଧ୍ୟରେ୯ ଜଣ କୃତୀ ଛାତ୍ରୀଛାତ୍ରଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା। ତୃତୀୟରୁ ପଞ୍ଚମ ଗୋଟିଏ ବିଭାଗ କରାଯାଇଥିବା ବେଳେ ଷଷ୍ଠରୁ ଅଷ୍ଟମ ଓ ନବମ ଏବଂ ଦଶମକୁ ନେଇ ୩ଟି ବିଭାଗରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ପୁରସ୍କାର ବିଜେତାଙ୍କ ମଧ୍ୟରେ ଜୁନିୟରରେ କିରିକୁଟି ବିଦ୍ୟାଳୟର ଭାଗିରଥି ପ୍ରଧାନୀ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦିତୀୟ ସ୍ଥାନରେ ସିମା ନବାଡି ବିଦ୍ୟାଳୟର ଦିବ୍ୟଲକ୍ଷ୍ମୀ ସାହୁ ଏବଂ ତୃତୀୟ ସ୍ଥାନରେ ଦାସିଙ୍ଗବାଡ଼ି ବିଦ୍ୟାଳୟର ସୁଜିତ ପଟ୍ଟନାୟକ କୃତ୍ତିତ୍ୱ ଅର୍ଜନ କରିଛନ୍ତି ସେହିପରି ସବ୍‌ଜୁନିୟରରେ ପ୍ରଥମ ସ୍ଥାନରେ ଜନାବାଡ଼ି ବିଦ୍ୟାଳୟର ନିଶାରାଣୀ ପ୍ରଧାନ, ଦିତୀୟ ସ୍ଥାନରେ ସୁନ୍ଦର ଦଣ୍ଡର ଜୋସୁଆ ମେଲଭିନ ପ୍ରଧାନ ଏବଂ ତୃତୀୟରେ ତରବାଡି ବିଦ୍ୟାଳୟର ତିମତି ପ୍ରଧାନ ସେହିପରି ସିନିୟର ଦଳରେ ପ୍ରଥମ ସ୍ଥାନରେ ବିରାଗାଡା଼ ବିଦ୍ୟାଳୟର କରନ ନାୟକ, ଦିତୀୟ ସ୍ଥାନରେ ଭ୍ରମରବାଡ଼ି ବିଦ୍ୟାଳୟର ସୋନାଲି ସାହୁ ଏବଂ ତୃତୀୟ ସ୍ଥାନରେ ବିରାଗାଡା ବିଦ୍ୟାଳୟର ଚିକୁନ ମାଲବିଶୋଇଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷ ରେ ଶ୍ୟାମସୁନ୍ଦର ଦିଗାଲ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri