ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି ପାଇଁ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ

ଦାରିଙ୍ଗବାଡ଼ି,୪ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରା଼ପଡାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି ପାଇଁ ବ୍ଲକ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା।

ଏଥିରେ ଦାରିଙ୍ଗବାଡି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏବିଇଓ ଗୋକୁଳାନନ୍ଦ ନାୟକଙ୍କ ଅଧ୍ୟକ୍ଷତା ରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଳିକ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏବିଇଓ ବନମାଳୀ ମାଝି ଯୋଗଦେଇଥିବା ବେଳେ ସେ ବିଚାରକ ମଣ୍ଡଳୀରେ ଦାୟିତ୍ୱ ବହନ କରିଥିଲେ। ତାଙ୍କୁ ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ସାହୁ, ଶ୍ୟାମସୁନ୍ଦର ଦିଗାଲ, ମୋହନ ସାହୁ, ନିରଞ୍ଜନ ପାତ୍ର, ନବୀନ କୁମାର ସାହୁ, ପୂର୍ଣ୍ଣଚନ୍ଦ୍ର ଶିଆଳ,ଜୟନାରାୟଣ ପତି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ମୋଟ୍‌ ୨୫୫ ଜଣ ଛାତ୍ରୀଛାତ୍ର ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ ସେମାନଙ୍କ ମଧ୍ୟରେ୯ ଜଣ କୃତୀ ଛାତ୍ରୀଛାତ୍ରଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା। ତୃତୀୟରୁ ପଞ୍ଚମ ଗୋଟିଏ ବିଭାଗ କରାଯାଇଥିବା ବେଳେ ଷଷ୍ଠରୁ ଅଷ୍ଟମ ଓ ନବମ ଏବଂ ଦଶମକୁ ନେଇ ୩ଟି ବିଭାଗରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ପୁରସ୍କାର ବିଜେତାଙ୍କ ମଧ୍ୟରେ ଜୁନିୟରରେ କିରିକୁଟି ବିଦ୍ୟାଳୟର ଭାଗିରଥି ପ୍ରଧାନୀ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦିତୀୟ ସ୍ଥାନରେ ସିମା ନବାଡି ବିଦ୍ୟାଳୟର ଦିବ୍ୟଲକ୍ଷ୍ମୀ ସାହୁ ଏବଂ ତୃତୀୟ ସ୍ଥାନରେ ଦାସିଙ୍ଗବାଡ଼ି ବିଦ୍ୟାଳୟର ସୁଜିତ ପଟ୍ଟନାୟକ କୃତ୍ତିତ୍ୱ ଅର୍ଜନ କରିଛନ୍ତି ସେହିପରି ସବ୍‌ଜୁନିୟରରେ ପ୍ରଥମ ସ୍ଥାନରେ ଜନାବାଡ଼ି ବିଦ୍ୟାଳୟର ନିଶାରାଣୀ ପ୍ରଧାନ, ଦିତୀୟ ସ୍ଥାନରେ ସୁନ୍ଦର ଦଣ୍ଡର ଜୋସୁଆ ମେଲଭିନ ପ୍ରଧାନ ଏବଂ ତୃତୀୟରେ ତରବାଡି ବିଦ୍ୟାଳୟର ତିମତି ପ୍ରଧାନ ସେହିପରି ସିନିୟର ଦଳରେ ପ୍ରଥମ ସ୍ଥାନରେ ବିରାଗାଡା଼ ବିଦ୍ୟାଳୟର କରନ ନାୟକ, ଦିତୀୟ ସ୍ଥାନରେ ଭ୍ରମରବାଡ଼ି ବିଦ୍ୟାଳୟର ସୋନାଲି ସାହୁ ଏବଂ ତୃତୀୟ ସ୍ଥାନରେ ବିରାଗାଡା ବିଦ୍ୟାଳୟର ଚିକୁନ ମାଲବିଶୋଇଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷ ରେ ଶ୍ୟାମସୁନ୍ଦର ଦିଗାଲ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାରୀ ପାଇଁ ଭୋଟ ଅଧିକାର

ରାଣରୁ ଜଣାଯାଏ ମଦ୍ର ଦେଶର ନରପତି ଅଶ୍ୱପତି କନ୍ୟା ସନ୍ତାନଟିଏ ଲାଭକରିବା ଉଦ୍ଦେଶ୍ୟରେ ସହସ୍ରାଧିକ ଯଜ୍ଞ କରିଥିଲେ। ସେହିଭଳି ମିଥିଳାର ରାଜା ଜନକ ଏକଦା ଆକାଶରେ ସୁନ୍ଦରୀ…

ଆଖିବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା: ଖେଳିଗଲା ଶୋକର ଲହରୀ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଗୁରୁବାର ଭୋରରୁ ପରଲୋକ…

୨୦୨୬ରେ ଅପ୍ରତ୍ୟାଶିତ ଧନ ପାଇବେ ୪ ରାଶି! ହେବେ କୋଟିପତି, ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ

ନୂଆ ବର୍ଷ ଆରମ୍ଭ ହେବା ପରେ ବୁଲଗେରିଆନ୍ ଭବିଷ୍ୟଜ୍ଞ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଭାଇରାଲ ହେଉଛି। ୨୦୨୫ ବର୍ଷ ପାଇଁ ସେ କରିଥିବା ଅନେକ ଭବିଷ୍ୟବାଣୀ ସତ୍ୟ…

ସାଇକେଲ୍‌କୁ ଧକ୍କା ଦେଇ ହଠାତ୍‌ ଜଳିଗଲା ବାଇକ୍‌: ଆଉ ତା’ପରେ…

ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍‌…

୨୦୨୭ରେ ୩ଲକ୍ଷ ଛୁଇଁବ ସୁନା, ବଡ଼ ଭବିଷ୍ୟବାଣୀ କରିଦେଲେ…

ନୂଆଦିଲ୍ଲୀ,୨୯।୧: ଯଦି ଆପଣ ଭାବୁଛନ୍ତି ଯେ ସୁନା ଏବଂ ରୂପା ମୂଲ୍ୟ ବର୍ତ୍ତମାନ ଆକାଶଛୁଆଁ ହେଉଛି, ତେବେ ଏକ କାନାଡିୟ ବ୍ୟାଙ୍କର ଏହି ନୂତନ ରିପୋର୍ଟ ଆପଣଙ୍କୁ…

ରାସ୍ତାରେ ଡ୍ରେନେଜ୍‌ ପାଣି, ବଢୁଛି ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା…

ମରିବୁ ପଛେ ମାଟି ଛାଡ଼ିବୁ ନାହିଁ: ଖଣି ଖନନକୁ ବିରୋଧ

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ନୂଆଗଁା ପଞ୍ଚାୟତ କାର୍ଯ୍ୟାଳୟ ପାଶର୍‌ବରେ ସେରୁବନ୍ଧ ସୁରକ୍ଷା ସମିତିର ଆହ୍ବାନକ୍ରମେ ସେମିଳିଗୁଡ଼ା ଓ ପଟ୍ଟାଙ୍ଗି ବ୍ଲକ୍‌ର ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri