୧୦ରୁ ଜାତୀୟ ନାଟ୍ୟ ମହୋତ୍ସବ

ସମ୍ବଲପୁର,୪ା୧୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଜ୍ୟୋତିବିହାର ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଆସନ୍ତା ୧୦ରୁ ୧୩ ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ଆୟୋଜିତ ହେବ ଜାତୀୟ ନାଟ୍ୟୋତ୍ସବ ‘ଶ୍ରୀ ରଙ୍ଗ ସମାଗମ’। ସମ୍ବଲପୁରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଶ୍ରୀ କଲଚରାଲ ଆସୋସିଏଶନ ଆନୁକୂଲ୍ୟରେ ତଥା ସମ୍ବଲପୁର ବିଶ୍ୱବିଦ୍ୟାଳୟ ପ୍ରଦର୍ଶନ କଳା ବିଭାଗ ଓ ଏମ୍‌ସିଏଲ୍‌ ସହଯୋଗରେ ଏହା ଆୟୋଜିତ ହେବ।

ସ୍ଥାନୀୟ ସାମ୍ବାଦିକ ଭବନରେ ରବିବାର ଶ୍ରୀ କଲଚରାଲ ଆସୋସିଏଶନ ପକ୍ଷରୁ ଆୟାଜିତ ଖବରଦାତା ସମ୍ମିଳନୀରେ ନିର୍ଦ୍ଦେଶକ ସତ୍ୟରଞ୍ଜନ ବେହେରା ଏହି ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁସାରେ ଡିସେମ୍ବର ୧୦ରେ ନାଟକ ଆରମ୍ଭ ହେବା ପୂର୍ବରୁ ଏକ ସଂକ୍ଷିପ୍ତ ସଭା ଓ ୧୧ରେ ବିଶ୍ୱବିଦ୍ୟାଳୟର ପ୍ରଦର୍ଶନ କଳା ବିଭାଗ ସଭାଗୃହରେ ‘ନାଟ୍ୟ ପ୍ରସ୍ତୁତି ଏକ ପ୍ରକ୍ରିୟା’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହେବ।

ଉଦ୍‌ଘାଟନୀ ସନ୍ଧ୍ୟାରେ ଶ୍ରୀ କଲଚରାଲ ଆସୋସିଏଶନର ଆଶିଷ କୁମାର ସେନାପତିଙ୍କ ରଚିତ ଓ ସତ୍ୟରଞ୍ଜନ ବେହେରାଙ୍କ ନିର୍ଦ୍ଦେଶିତ ସମ୍ବଲପୁରୀ ନାଟକ ‘ତ୍ରିଶଙ୍କୁ’ ମଞ୍ଚସ୍ଥ ହେବ। ଦ୍ୱିତୀୟ ସନ୍ଧ୍ୟାରେ ପ୍ରଦର୍ଶିତ ହେବ କୋଲକାତା ବାଲିଗଞ୍ଜ ସ୍ବପ୍ନ ସୂଚନା ଅନୁଷ୍ଠାନର ବଙ୍ଗଳା ନାଟକ ‘ତିନ୍‌ ନମ୍ବର୍‌ ଚୋଖ୍‌’। ୧୨ରେ ପାରାଦୀପର କାନମାସ ପକ୍ଷରୁ ପ୍ରସ୍ତୁତ ନାରାୟଣ ମିଶ୍ରଙ୍କ ନିର୍ଦ୍ଦେଶନାରେ ସଞ୍ଜୟ ହାତୀଙ୍କ ଦ୍ୱାରା ପରେଶ ପଟ୍ଟନାୟକଙ୍କ ରଚିତ ମୂଳଗଳ୍ପର ନାଟ୍ୟ ରୂପାନ୍ତର ଓଡ଼ିଆ ନାଟକ ‘ମିଥ୍ୟାବାଦୀ ଜିନ୍ଦାବାଦ’ ଓ ଉଦ୍‌ଯାପନୀ ସନ୍ଧ୍ୟାରେ ଶ୍ରୀ କଲଚରାଲ ଆସୋସିଏଶନ୍‌ ଦ୍ୱାରା ପ୍ରସ୍ତୁତ ଆଶିଷ କୁମାର ସୋନାରଙ୍କ ରଚିତ ଓ ସତ୍ୟରଞ୍ଜନ ବେହେରାଙ୍କ ନିର୍ଦ୍ଦେଶିତ ସମ୍ବଲପୁରୀ ନାଟକ ‘କେଡ଼ା’ ପରିବେଷିତ ହେବ। ନାଟ୍ୟୋତ୍ସବ ପରିପ୍ରେକ୍ଷୀରେ ମଞ୍ଚକଳାରେ ସୁନାମ ଅର୍ଜନ କରିଥିବା ବିଭିନ୍ନ ବ୍ୟକ୍ତିତ୍ୱଙ୍କୁ ସମ୍ମାନିତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ସେ ସୂଚନା ଦେଇଥିଲେ। ଖବରଦାତା ସମ୍ମିଳନୀରେ ଡ. ବିଜୟ ପ୍ରଧାନ, ଡ. ଶ୍ୟାମସୁନ୍ଦର ଧର ଓ ପ୍ରଫୁଲ୍ଲ ହୋତା ପ୍ରମୁଖ ମଞ୍ଚାସୀନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri