ନୂଆଦିଲ୍ଲୀ,୬।୬: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ(ଏଚ୍ଏମ୍ଏସ୍ଆଇ) ପକ୍ଷରୁ ସୋମବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହୋଣ୍ଡା ପକ୍ଷରୁ ସପ୍ତାହବ୍ୟାପୀ ଜାତୀୟ ପରିବେଶ ଅଭିଯାନର ଶୁଭାରମ୍ଭ କରାଯାଇଛି। ଉକ୍ତ ଅଭିଯାନ ୨୦୨୩ ଜୁନ୍ ୧୧ ପର୍ଯ୍ୟନ୍ତ ଚାଲିବ। ଏପରିକି ବୃକ୍ଷରୋପଣ ସହ ନୋଏଡା (ଉତ୍ତରପ୍ରଦେଶ)ର ପାୟୋନିୟର ୱାନ୍ ହୋଣ୍ଡାରୁ ଉକ୍ତ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଏଚ୍ଏମ୍ଏସ୍ଆଇର ନିର୍ଦ୍ଦେଶକ (ବିକ୍ରି ଓ ମାର୍କେଟିଂ) ଯୋଗେଶ ମାଥୁର, ନିର୍ଦ୍ଦେଶକ (ବିକ୍ରି ଓ ମାର୍କେଟିଂ) ଟାକେଶି କୋବାୟାସିଙ୍କ ସମେତ ଏଚ୍ଏମ୍ଏସ୍ଆଇର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଏଚ୍ଏମ୍ଏସ୍ଆଇର ନିର୍ଦ୍ଦେଶକ (ବିକ୍ରି ଓ ମାର୍କେଟିଂ) ମାଥୁର କହିଛନ୍ତି, ପରିବେଶ ପ୍ରତି ପ୍ଲାଷ୍ଟିକ୍ ପ୍ରଦୂଷଣ ଏକ ବହୁତ ବଡ଼ ବିପଦ ବୋଲି ଆମେ ଅବଗତ ଥିବା ବେଳେ ଆମ ସମସ୍ତଙ୍କ ପକ୍ଷରୁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯିବା ଆବଶ୍ୟକତା ରହିଛି। ଏକ ଦାୟିତ୍ୱବାନ୍ କର୍ପୋରେଟ୍ ସଂସ୍ଥା ଭାବେ ପ୍ଳାଷ୍ଟିକ୍ ବ୍ୟବହାର କମ୍ କରିବା ଏବଂ ଦୀର୍ଘସ୍ଥାୟୀ ବିକଳ୍ପର ପ୍ରଚାର କରିବା ଲାଗି ଆମେ ଉତ୍ସର୍ଗୀକୃତ ରହିଛୁ।
ବିଶ୍ୱ ପରିବେଶ ସପ୍ତାହ ଅବସରରେ ଆମ ଉଦ୍ୟମ ଜରିଆରେ ଆମର ଲକ୍ଷ୍ୟ ହେଉଛି ପ୍ଲାଷ୍ଟିକ୍କୁ ବର୍ଜନ କରିବା ଏବଂ ପରିବେଶ ମିତବ୍ୟୟୀ ବିକଳ୍ପ ଗ୍ରହଣକରି ଆମ ଭବିଷ୍ୟତ ପିଢ଼ି ପାଇଁ ଏକ ସ୍ବଚ୍ଛ ଓ ସୁସ୍ଥକର ଗ୍ରହକୁ ସୁଦୃଢ଼ କରିବା। ଏହି ଅଭିଯାନର ଅଂଶ ସ୍ବରୂପ କମ୍ପାନୀ ସାରା ଭାରତରେ ୨୩,୦୦୦ରୁ ଅଧିକ ଚାରା ରୋପଣ କରିବ। ଏଥିସହ ହୋଣ୍ଡାର ସ୍ବୀକୃତିପ୍ରାପ୍ତ ଡିଲରଶିପ୍କୁ ଆସୁଥିବା ସମସ୍ତ ଗ୍ରାହକଙ୍କୁ କମ୍ପାନୀ ପକ୍ଷରୁ ଭାରତୀୟ ଅଟୋମୋବାଇଲ୍ ନିର୍ମାତା ସଂଘ (ସିଆମ୍) ସହଯୋଗରେ ମାଗଣା ପିୟୁସି ଯାଞ୍ଚ ସୁବିଧା ପ୍ରଦାନ କରାଯିବ।
ଅପରପକ୍ଷରେ କମ୍ପାନୀ ପକ୍ଷରୁ ଗ୍ରାହକମାନଙ୍କୁ ମଧ୍ୟ ଚାରା ବଣ୍ଟନ କରାଯାଇଥିଲା। ‘ସେ ନୋ ଟୁ ପ୍ଲା୍ଷ୍ଟିକ୍’ ଅଧୀନରେ ପ୍ଲାଷ୍ଟିକ୍ ବର୍ଜ୍ୟ କମ୍ କରିବା ଏବଂ ଦୀର୍ଘସ୍ଥାୟୀ ବିକଳ୍ପର ପ୍ରସାର ଲାଗି କମ୍ପାନୀ ଉତ୍ସର୍ଗୀକୃତ ଉଦ୍ୟମ କରୁଛି।
କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …
ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…
ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…
ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…
ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ
ଭୁବନେଶ୍ୱର, ୩।୪(ସୁନିତ୍ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…
କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍ର ପ୍ରଥମ ବିଜୟ
କୋଲକାତା,୨ା୪: ହେନରିଚ୍ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ୬୫ ରନରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ପରାସ୍ତ…
ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?
ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…
ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ
ବୋକାଜାନ୍,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
Archives

